ରିଲାଏନ୍ସ ଇଣ୍ଡଷ୍ଟ୍ରିର ଐତିହାସିକ ସଫଳତା

ନୂଆଦିଲ୍ଲୀ,୧୪।୨(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଆର୍‌ଆଇଏଲ୍‌) ପ୍ରଥମ ଭାରତୀୟ କମ୍ପାନୀ ଭାବେ ପୁଞ୍ଜିବଜାରରେ ୨୦ଲକ୍ଷ କୋଟି ଟଙ୍କା ସମ୍ପତ୍ତିରେ ପହଞ୍ଚତ୍ଛି। ଏପରିକି ପୁଞ୍ଜିବଜାରରେ ପଞ୍ଜୀକୃତ ଭାରତୀୟ କମ୍ପାନୀ ଭାବେ ରିଲାଏନ୍ସ ଇଣ୍ଡଷ୍ଟ୍ରି ଏହି ଐତିହାସିକ ସଫଳତା ଲାଭ କରିଛି। ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ଶେୟାର ବଜାର କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ଆର୍‌ଆଇଏଲ୍‌ର ଫଳାଫଳ ଉଚ୍ଚ ରହିବା ସହ ପ୍ରାୟ ୨%ର କାରବାର ଅଭିବୃଦ୍ଧି ଘଟିଥିଲା। ଫଳରେ ଆର୍‌ଆଇଏଲ୍‌ର ବଜାର ପୁଞ୍ଜି ୨୦,୦୧,୨୭୯.୭୨ କୋଟି ଟଙ୍କାରେ ପହଞ୍ଚତ୍ଛି। ଏପରିକି ଦିନର ବଜାର ମୂଲ୍ୟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ରେ ୨୯୨୮.୯୫ ଟଙ୍କାରୁ ଆରମ୍ଭ ହୋଇ ୨୯୫୭.୮୦ ଟଙ୍କାରେ ରହିଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏସ୍‌ଏନ୍‌ଇ) ରେ ୨୯୨୬.୨୦ ଟଙ୍କାରୁ ଆରମ୍ଭ ହୋଇ ୨୯୫୮ ଟଙ୍କାରେ କାରବାର ଶେଷ କରିଥିଲା। ଅପରପକ୍ଷରେ ଆର୍‌ଆଇଏଲ୍‌ର ପୂର୍ବଦିନ କାରବାର ଶେଷ ସୁଦ୍ଧା କମ୍ପାନୀର ବଜାର ମୂଲ୍ୟ ୧୯,୮୧,୬୩୫.୭୨ କୋଟି ଟଙ୍କାରେ ଥିଲା। ସେହିଭଳି କ୍ରମାଗତ ଭାବେ ପୁଞ୍ଜିବଜାରରେ ଉନ୍ନତ ପ୍ରଦର୍ଶନ ସହିତ ଗତ ୩ ମାସ ମଧ୍ୟରେ ପ୍ରାୟ ୨୯% ଅଭିବୃଦ୍ଧି ଯୋଗୁ କମ୍ପାନୀ ଏହି ସଫଳତା ମିଳିଛି। ଏପରିକି ଆର୍‌ଆଇଏଲ୍‌ର ଷ୍ଟକ୍‌ ୫୨ମାସର ସର୍ବାଧିକ ମୂଲ୍ୟରେ କାରବାର ସହ ନୂତନ ମାଇଲଖୁଣ୍ଟ ହାସଲ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri