୮୦,୦୦୦ ଛୁଇଁଲା ସେନ୍‌ସେକ୍ସ

ନୂଆଦିଲ୍ଲୀ,୪।୭ (ଅଭୟ ଦାଶ): ପ୍ରଥମ ଥର ପାଇଁ ଭାରତୀୟ ଷ୍ଟକ୍‌ ଏକ୍ସଚେଞ୍ଜ ଏକ ଐତିହାସିକ ସଫଳତା ହାସଲ ସହ ନୂତନ ରେକର୍ଡ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାରରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ଏବଂ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ମଧ୍ୟ ନୂଆ ମାଇଲଖୁଣ୍ଟ ସହ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ବିଶେଷ କରି ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନ୍‌ସେକ୍ସ ଅଲ୍‌ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର ୮୦,୦୭୪ ଅଙ୍କରେ ପହଞ୍ଚତ୍ଥିଲାବେଳେ ଏନ୍‌ଏସ୍‌ଇ ନିଫି୍ଟ ମଧ୍ୟ ୨୪,୩୦୦ ଅଙ୍କର ନିକଟବର୍ତ୍ତୀ ହୋଇଛି।

ଉଲ୍ଲେଖଯୋଗ୍ୟ, ଘରୋଇ ଶେୟାର ବଜାର କାରବାରରେ ଉଭୟ ଏନ୍‌ଏସ୍‌ଇ ଓ ବିଏସ୍‌ଇ ପ୍ରାରମ୍ଭରୁ ଲାଭରେ ଚାଲିଥିଲାବେଳେ ଶେଷ ବେଳକୁ କାରବାର କିଛି ପରିମାଣରେ ହ୍ରାସ ପାଇଥିଲା। ଏପରିକି ଏନ୍‌ଏସ୍‌ଇ ନିଫ୍ଟି ୫୦ର କାରବାର ପ୍ରାରମ୍ଭରେ ସର୍ବୋଚ୍ଚ ୨୪,୩୦୨ ଅଙ୍କ ଛୁଲଁଥିଲାବେଳେ ଶେଷ ବେଳକୁ ଏହା ୨୪,୨୮୬.୫୦ ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ବିଏସ୍‌ଇ ସେନ୍‌ସେକ୍ସ କାରବାର ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ସବୁଜ ସ୍ତରରେ ରହିଥିଲା। ଏପରିକି ୮୦,୦୧୩ ଅଙ୍କରୁ କାରବାର ଆରମ୍ଭ ହୋଇଥିଲାବେଳେ ସେନ୍‌ସେକ୍ସ ଅଲ୍‌ ଟାଇମ ହାଇ ୮୦,୦୭୪ ଅଙ୍କରେ ପହଞ୍ଚତ୍ଥିଲା। ବୁଧବାରର ବଜାର କାରବାର ଶେଷ ସୁଦ୍ଧା ବିଏସ୍‌ଇ ସେନ୍‌ସେକ୍ସ ୭୯,୯୮୬.୮୦ ଅଙ୍କରେ ବନ୍ଦ ହୋଇଥିଲା।

ସେହିପରି ବିଏସ୍‌ଇ ସେନ୍‌ସେକ୍ସର କାରବାର ୦.୬୯ % ବୃଦ୍ଧି ଘଟିଥିବାବେଳେ ଏନ୍‌ଏସ୍‌ଇ ନିଫ୍ଟି ୫୦ର କାରବାର ମଧ୍ୟ ୦.୬୭% ବୃଦ୍ଧି ହୋଇଛି। ଏପରିକି ବିଏସ୍‌ଇ ସ୍ମଲକ୍ୟାପ ଏବଂ ବିଏସ୍‌ଇ ମିଡକ୍ୟାପ କାରବାର ସାମାନ୍ୟ ବୃଦ୍ଧି ପାଇଥିଲା। ଅପରପକ୍ଷରେ ନିଫ୍ଟି ମିଡକ୍ୟାପର କାରବାର ୪୩୮.୬୦ପଏଣ୍ଟ ବା ୦.୭୯% ବୃଦ୍ଧି ପାଇଥିଲାବେଳେ ନିଫ୍ଟି ସ୍ମଲକ୍ୟାପର କାରବାର ୭୮.୬୦ପଏଣ୍ଟ ବା ୦.୯୧% ବଢିଥିଲା। ଏପରିକି ନିଫ୍ଟି ବ୍ୟାଙ୍କିଙ୍ଗ୍‌(ବ୍ୟାଙ୍କ) ର କାରବାର ସର୍ବୋଚ୍ଚ ସ୍ତର ଛୁଇଁଥିଲାବେଳେ କାରବାର ଶେଷ ସୁଦ୍ଧା ୯୨୧.୧୫ପଏଣ୍ଟ ବା ୧.୭୭% ବୃଦ୍ଧି ପାଇ ୫୩,୦୮୯.୨୫ଅଙ୍କରେ କାରବାର ବନ୍ଦ କରିଥିଲା ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ୧୯୯୯ ଅକ୍ଟୋବର ୮ରେ ସେନ୍‌ସେକ୍ସ ପ୍ରଥମ ୫୦୦୦ଅଙ୍କ ହାସଲ କରିବାକୁ ୪୩୫୭ ଦିନ ସମୟ ନେଇଥିଲାବେଳେ ୨୦୨୪ ଜୁଲାଇ ୩ରେ ସେନ୍‌ସେକ୍ସ ୮୦,୦୦୦ଅଙ୍କ ପାର କରିଛି। ଏପରିକି ୮୦,୦୦୦ ପାର ପାଇଁ ୫୭ ଦିନର ଟ୍ରେଡିଂ ସମୟ ସହ ନୂତନ ରେକର୍ଡ ହାସଲ କରିଛି। ଅପରପକ୍ଷରେ ୧୬ତମ ୫୦୦୦ଅଙ୍କ ହାସଲ ପାଇଁ ତୃତୀୟ ସର୍ବାଧିକ ଦିନ ୫୭ଦିନର ସମୟ ଲାଗିଥିବାବେଳେ ୧୨ତମ ୫୦୦୦ ଅଙ୍କକୁ ସର୍ବାଧିକ ତଥା ୨୮ଦିନରେ ଏହି ସଂଖ୍ୟା ହାସଲ କରିଥିଲା। ୨୦୨୧ ସେପ୍ଟେମ୍ବର ୨୪ରେ ସେନ୍‌ସେକ୍ସ ୬୦,୦୦୦ଅଙ୍କ ୨୮ ଟ୍ରେଡିଂ ଦିନରେ ପାର କରିଥିଲା। ସେହିଭଳି ୨ୟ ସର୍ବାଧିକ ୫୦୦୦ ଅଙ୍କ ହାସଲ ପାଇଁ ୩୩ ଦିନ ସମୟ ଲାଗିଥିଲା। ସେହିପରି ୧୦ତମ ୫୦୦୦ ଅଙ୍କ ୨୦୨୧ ଜାନୁଆରୀ ୨୧ରେ (ସେନ୍‌ସେକ୍ସ ୫୦,୦୦୦ଅଙ୍କ) ପାର ପାଇଁ ୩୩ ଦିନ ଟ୍ରେଡିଂ କରାଯାଇଥିଲା।
ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସର୍ବାଧିକ ଲାଭବାନ୍‌ ହୋଇଥିଲାବେଳେ ଭାରତୀ ଏୟାରଟେଲ, ଅଲ୍‌ଟ୍ରାଟେକ୍‌ ସିମେଣ୍ଟ, ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ, ଆକ୍ସିସ ବ୍ୟାଙ୍କ, ଟେକ୍‌ ମହିନ୍ଦ୍ରା ଭଳି ନିବେଶକମାନେ ମଧ୍ୟ ଲାଭବାନ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଏହିଦିନ ଉପସ୍ଥାପନ ହେବ କେନ୍ଦ୍ର ବଜେଟ, କିରେନ ରିଜିଜୁ କଲେ ଘୋଷଣା

ନୂଆଦିଲ୍ଲୀ,୬।୭: କେନ୍ଦ୍ର ବଜେଟ ନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ ଶନିବାର ତାରିଖ ଘୋଷଣା କରିଛନ୍ତି। ସେ ଆଜି ଏକ୍ସରେ ପୋଷ୍ଟ କରି...

ଏନ୍‌ଏମ୍‌ଡିସି ପରିଦର୍ଶନକଲେ କେନ୍ଦ୍ର ଇସ୍ପାତ ସଚିବ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ସଂସ୍ଥା ତଥା ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ(ଏନ୍‌ଏମ୍‌ଡିସି) ଲିମିଟେଡ୍‌ର ହାଇଦ୍ରାବାଦର ପାଟନଚେରୁସ୍ଥିତ ନ୍ୟୁ ଷ୍ଟେଟ୍‌ ଅଫ୍‌ ଆର୍ଟ...

୨୦୩୧-୩୨ସୁଦ୍ଧା ୩୮୪ଜିଡ଼ବ୍ଲ୍ୟୁ ଶକ୍ତି ଚାହିଦା ଆକଳନ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି)ର ଓଡ଼ିଶା ଶଖା ପକ୍ଷରୁ ଭୁବନେଶ୍ୱର ଠାରେ ପୂର୍ବାଞ୍ଚଳରେ ବିକଳ୍ପ ଶକ୍ତି ଉସତ୍ର ସୁଚିନ୍ତିତ ତଥା...

ବଜାରରେ ବଜାଜ୍‌ର ଫ୍ରିଡମ୍‌୧୨୫

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ବଜାଜ୍‌ ଅଟୋ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କମ୍ପ୍ରେସ୍‌ଡ ନ୍ୟାଚୁରାଲ ଗ୍ୟାସ୍‌ ବା ସିଏନ୍‌ଜି ବାଇକ୍‌ ‘ଫ୍ରିଡମ...

ଇସ୍‌ରାଏର ଚାର୍ଟରିଂ ସେରିମନି

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ହିଟିଂ, ରେଫ୍ରିଜରେଟିଂ ଆଣ୍ଡ ଏୟାର କଣ୍ଡିସ୍‌ନିଂ ଇଞ୍ଜିନିୟର୍ସ (ଆଇଏସ୍‌ଏଚ୍‌ଏଆର୍‌ଏଇ ବା ଇସ୍‌ରାଏ)ର ଭୁବନେଶ୍ୱର ଚାପ୍ଟର ପକ୍ଷରୁ...

ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍‌ସୁନ୍‌...

ବ୍ୟବସାୟ ସମ୍ପ୍ରସାରଣକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): କିସ୍‌ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରି ପକ୍ଷରୁ ଭୁବନେଶ୍ୱରଠାରେ ଏକ ଦିନିକିଆ ଗ୍ରାହକ ସମ୍ମିଳନୀ (ରିଟେଲ ପାର୍ଟନରମାନଙ୍କ ପାଇଁ ଏକ ବ୍ୟବସାୟିକ...

ମାଲାବାରରେ ମାଇନ ଡାଇମଣ୍ଡ ଶୋ

ଭୁବନେଶ୍ୱର ,୬।୭ (ଅଭୟ ଦାଶ): ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡର ବହୁ ପ୍ରତୀକ୍ଷିତ ‘ଡାଇମଣ୍ଡ ’ ଶୋ ସର୍ବଭାରତୀୟ ସ୍ତରରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାଲାବାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri