Categories: ଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ହିଜ୍‌ବୁଲ୍‌ କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୭।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ର ଶୀର୍ଷ କମାଣ୍ଡର ମେହରାଜୁଦ୍ଦିନ୍‌ ହାଲଓ୍ବାଇଙ୍କ ମୃତ୍ୟୁ ଘଟିଛି। ହାଣ୍ଡଓ୍ବାରାରେ କିଛି ଆତଙ୍କବାଦୀ ଲୁଛିଥିବା ଖବର ମିଳିବା ପରେ ପୋଲିସ, ସିଆର୍‌ପିଏଫ୍‌ ଏବଂ ସେନାବାହିନୀ ଯବାନଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ଲାଗି ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଏହା ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।

Share