ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ କରି ସମ୍ବଲପୁର, ବ୍ରହ୍ମପୁର, କଟକ ଏବଂ ଅନୁଗୁଳରେ ଘଟିଛି ହତ୍ୟାକାଣ୍ଡ। ଭୁବନେଶ୍ବର ଶାନ୍ତିପଲ୍ଲୀ ବସ୍ତିରେ ସାମାନ୍ୟ କଥା କଟାକଟିରୁ ସ୍ତ୍ରୀଙ୍କ ସମ୍ମୁଖରେ ସ୍ବାମୀଙ୍କୁ ଛୁରି ଭୁସି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ସେହିପରି ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି।

ସେହିପରି ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା ଘଟି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାହୁଲ ସିଂହ(୨୫) ନାମକ ଜଣେ ଯୁବକ ସାହୁ କଲୋନୀର ଆଦିତ୍ୟ ସାଲେମା(୧୮)ଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସାହୁଲଙ୍କୁ ଗିରଫ କରି ତନାଘନା ଆରମ୍ଭ କରିଛି।

ଅନ୍ୟପକ୍ଷେ ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଜଣେ ଠିକାଦାରଙ୍କୁ ହୋଲିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟନଗର ଅଞ୍ଚଳର ଠିକାଦାର (କଣ୍ଟ୍ରାକ୍ଟର )ଟି. ରାମଚନ୍ଦ୍ର ପାତ୍ରଙ୍କ ମୃତ ହୋଇଛି। ଜଣେ ଯୁବକ ତାଙ୍କୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ପୋଳିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଚନ୍ଦନ କୁମାର ସାବତ ଓରଫ ପପୁନ(୩୨)।

ସେହିପରି ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ ମଧ୍ୟ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୭୪/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ମାମଲାରେ ପୋଳିସ ଜଣେ ବ୍ୟକ୍ତିଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି।

ଭାଇଚାରାର ସହର କଟକ ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାରରେ ଘଟିଛି ଏକ ଅଭାବନୀୟ ଘଟଣା। ବୟାଳିଶ ମୌଜା ଶ୍ରୀକୃଷ୍ଣ ବିହାରରେ ସାମାନ୍ୟ ପାଟିତୁଣ୍ଡରୁ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି। ମୃତକଙ୍କ ପରିଚୟ ମିଳି ନ ଥିବା ବେଳେ ସେ ଜଗତସିଂହପୁର ଅଞ୍ଚଳର ବୋଲି ପୋଲିସ କହିଛି। ଗୁଳିମାଡ଼ କରିଥିବା କେନ୍ଦ୍ରାପଡ଼ାର ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଗିରଫ କରିବା ସହ ତାଙ୍କଠାରୁ ଏକ ବନ୍ଧୁକ ଜବତ କରାଯାଇଛି। ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋକିମ ବହିଷ୍କାର ବିବାଦ, କଥାହେଲେ କେନ୍ଦ୍ରୀୟ ନେତା

ଭୁବନେଶ୍ୱର,୧୭।୧୨:  କଂଗ୍ରେସରୁ ମୋକିମଙ୍କୁ ବହିଷ୍କାର କରିବା ପରେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି । ଅନେକ ନେତା ମୋକିମ ସପକ୍ଷରେ ବାହାରୁଥିବା ଦେଖାଯାଇଛି । ଏହାରି...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri