ରଙ୍ଗର ପର୍ବ ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): ରଙ୍ଗର ପର୍ବ ହୋଲି ପାଇଁ ସବୁଆଡେ ଉତ୍ସାହ ଦେଖିବାକୁ ମିଳିଛି । ରଙ୍ଗର ପର୍ବ ହୋଲିରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ହୋଲି ପାଇଁ ଗାଁଠୁ ସହର ସବୁଠି ଉତ୍ସାହର ମାହୋଲ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭେଚ୍ଛା ଜଣାଉଛନ୍ତି ଲୋକେ ।ସାଧାରଣ ଲୋକଙ୍କଠୁ ନେଇ ସେଲିବ୍ରେଟି ସମସ୍ତେ ଏହି ଖୁସି, ଉଲ୍ଲାସ, ଉତ୍ସାହର ପର୍ବକୁ ବେଶ ଧୁମଧାମ ସହ ପାଳିଥିଲେ । ସବୁଠି ଜମୁଛି ରଙ୍ଗର ମାହୋଲ । ସ୍ନେହ ଓ ପ୍ରେମର ରଙ୍ଗ ଲଗାଇ ସମ୍ପର୍କର ସୁତାକୁ ମଜବୁତ କରୁଛନ୍ତି ସମସ୍ତେ । ମିଠା ଦେଇ ମନ ଜିଣୁଛନ୍ତି ସାଙ୍ଗ, ସାଥୀ, ଭାଇ ଓ ଭଉଣୀ । ଏହି ଦିନ ସବୁ ବାଦ ବିବାଦକୁ ଭୁଲି ସମସ୍ତେ ପରସ୍ପରକୁ ଅବିର ଲଗାଇ ସବୁ ରାଗରୁଷା ଭୁଲି ଯାଇଛନ୍ତି । ହୋଲି ଲାଗି ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା । ଏ ନେଇ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିରରୁ ଦୋଳ ବିମାନ ବାହାରି ସମଗ୍ର ସହର ପରିକ୍ରମା କରିଥିବାବେଳେ ଅଞ୍ଚଳର ବିଭିନ୍ନ ସାଂସ୍କୃତିକ, ସ୍ବେଛାସେବୀ ଭଳି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ମଧ୍ୟ ନାଚ ଗୀତର ତାଳେତାଳେ ପରିକ୍ରମା କରି ହୋଲି ରଙ୍ଗ ଲଗାଇଥିଲେ l ପିଲାଠାରୁ ବୟସ୍କ ସମସ୍ତେ ଉତ୍ସାହ ଓ ଉଦ୍ଦୀପନାରେ ପାଳନ କରୁଛନ୍ତି ହୋଲି। ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ । ବିଭିନ୍ନ ସ୍ଥାନରେ ଭୋଜି ଭାତର ଆୟୋଜନ ହେଉଥିବା ବେଳେ ନାଚ ଗୀତର ଆସର ବି ଜମିଥିଲା । ପରସ୍ପରକୁ ରଙ୍ଗ ଲଗାଇବା ସହ ପିଚକାରୀ ମାରି ରଙ୍ଗର ପର୍ବକୁ ଭରପୂର ପାଳନ କରୁଛନ୍ତିl ପରିବାର, ପ୍ରିୟଜନ, ବନ୍ଧୁଙ୍କୁ ହୋଲି ଲଗାଇ ଆରମ୍ଭ ହୋଇଛି ସେଲିବ୍ରେସନ । କେବଳ ରଙ୍ଗର ପର୍ବ ନୁହେଁ ବରଂ ପରସ୍ପର ମଧ୍ୟରେ ସଂପ୍ରୀତି, ସଦଭାବ, ସୌହାର୍ଦ୍ଦ୍ୟ ରକ୍ଷା ଲାଗି ହୋଲି କରାଯାଉଛି ପାଳନ। ଏହି ରଙ୍ଗର ପର୍ବ ହୋଲି ନିମନ୍ତେ ବାଲିଗୁଡା ଏସଡିପିଓ ରାମେନ୍ଦ୍ର ପ୍ରସାଦଙ୍କ ନିର୍ଦେଶରେ ଥାନା ଅଧିକାରୀ ସମ୍ବିତ କୁମାର ସୱାଇଁଙ୍କ ନେତୃତ୍ୱରେ ସମଗ୍ର ସହରରେ ସୁରକ୍ଷା ବ୍ୟବସ୍ଥାକୁ ନେଇ କଡାକଡି ନଜର ରଖାଯାଇଥିବା ବିଷୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri