ନୂଆଁଖାଇ ପାଇଁ ଏହି ସବୁ ଜିଲାରେ ଛୁଟି

ଭୁବନେଶ୍ୱର,୫।୯: ୮ ତାରିଖ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏନେଇ ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଅନ୍ୟପକ୍ଷେ ନୂଆଁଖାଇ ପାଇଁ ଆସନ୍ତା ୧୦ ତାରିଖରେ ବଲାଙ୍ଗୀର ଓ ନୂଆପଡ଼ା ଜିଲା ପାଇଁ ଛୁଟି ଘୋଷଣା କରିଛନ୍ତି ଉତ୍ତରାଞ୍ଚଳ ଆର୍‌ଡିସି।

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମବାର) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଆସନ୍ତା ସେପ୍ଟେମ୍ବର ୮ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ରବିବାର ପୂର୍ବାହ୍ନ ୯ଟା ୧୨ ମିନିଟରୁ ୯ ଟା ୨୭ ମଧ୍ୟରେ ତୁଳା ଲଗ୍ନରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଦିନ ଓ ସମୟ ଧାର୍ଯ୍ୟ ହୋଇଛି।

Share