ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି।