Categories: ଜାତୀୟ

ଉତ୍ତରାଖଣ୍ଡ ବସ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ

ନୂଆଦିଲ୍ଲୀ,୬ ।୬: ଉତ୍ତରାଖଣ୍ଡର ଉତ୍ତର କାଶୀରେ ରବିବାର ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୨୬ ଜଣଙ୍କ ମୃତଦେହ ଉଦ୍ଧର କରାଯାଇଥିବା ସୂଚନା ମିଳିଛି । ଅନ୍ୟ ୩-୪ ଜଣ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରଯାଇଛି । ତେବେ ଏହି ଦୁର୍ଘଟଣାକୁ ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି । ଘଟଣା ସମ୍ପର୍କରେ ଶାହା ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ।
ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । ଟୁଇଟ କରି ସେ ଏହି ସୂଚନା ଦେଇଛନ୍ତି । ସେହିପରି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଲେଖାଏଁ ସହାୟତା ଘୋଷଣା କରାଯାଇଛି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଟୁଇଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡ ବସ୍ ଦୁର୍ଘଟଣାରକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ।

Share