ଅନେକ ସମସ୍ୟାର ସମାଧାନ କରେ ଗୁଜୁରାତି

ପ୍ରାୟ ସମସ୍ତଙ୍କ ଘରେ ଗୁଜୁରାତିର ବ୍ୟବହାର କରାଯାଉଥିବା ଦେଖାଯାଏ । କିନ୍ତୁ ଏହାର ଔଷଧୀୟ ଗୁଣ ସମ୍ପର୍କରେ ସମସ୍ତଙ୍କୁ ଜଣା ନ ଥାଏ । ଏହା ହଜମ ଶକ୍ତି ବୃଦ୍ଧି କରିବା ସହ ଶରୀରରେ କୋଲେଷ୍ଟରଲ ସ୍ତର କମ୍ କରିଥାଏ ବୋଲି କୁହାଯାଏ । ଏହା ସିଷ୍ଟୋଲିକ ଓ ଡାଇଷ୍ଟୋଲିକ୍ କମ୍ କରିବାରେ ସହାୟକ ହୋଇଥାଏ । ବ୍ଲଡପ୍ରେସରରେ ଏହାର ପ୍ରଭାବ ବି ରହିଛି । ଏହାର ପାଉଡର ଖାଇଲେ ଏହା ଶରୀରର ଚର୍ବି ଅଂଶ କମ୍ କରିଥାଏ । ନିୟମିତ ଗୁଜୁରାତି ଖାଇଲେ ଏହା ଶରୀର ପାଇଁ କ୍ଷତିକାରକ ନୁହେଁ ବୋଲି ଏକ ଗବେଷଣାରୁ ଜଣାପଡିଛି ।
-ଗୁଜୁରାତି ତେଲର ବାମ୍ଫ ନେଲେ ସର୍ଦ୍ଦି, କାଶ ଓ ହୃଦ ସମସ୍ୟା ଦେଖାଦେଇ ନ ଥାଏ ।
-ନିୟମିତ ଗୁଜୁରାତି ଚା’ରେ ବ୍ୟବହାର କଲେ ହୃଦରୋଗ ଓ ଉଚ୍ଚ ରକ୍ତଚାପ ସମସ୍ୟା ଦୂର ହୋଇଥାଏ ।
-ଖାଇବା ପରେ ନିୟମିତ ଗୁଜୁରାତି ଚୋବାଇ ଖାଇଲେ ଏସିଡିଟି ସମସ୍ୟା ଦୂର ହୋଇଥାଏ ।
-ହଜମ ସମସ୍ୟା ଥିଲେ ପ୍ରତିଦିନ ସକାଳେ ଗୁଜୁରାତି ଚା’ ପିଇଲେ ଉପକାର ମିଳିଥାଏ ।
-ଯେଉଁମାନଙ୍କର ପାଟିରୁ ଦୁର୍ଗନ୍ଧ ବାହାରୁଥାଏ ସେମାନେ ନିୟମିତ ଗୁଜୁରାତି ଖାଇଲେ ଭଲ ।