ହୋମିଓପାଥିକ ଚିକିତ୍ସାଳୟ ଅଧିକାଂଶ ଦିନ ବନ୍ଦ

ମହାକାଳପଡ଼ା,୨୭ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତ ଜଗରିଜୋର ହାଟ ଶ୍ୟାମାକାଳୀ ମନ୍ଦିର ସଂଲଗ୍ନ ହୋମିଓପାଥିକ ଚିକିତ୍ସାଳୟ ବନ୍ଦ ପଡିଛି। ସ୍ଥାନୀୟ ଲୋକମାନଙ୍କୁ ହୋମିଓପାଥିକ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ୭୦ଦଶକରେ ଏହି ଚିକିତ୍ସାଳୟ ଖୋଲାଯାଇଥିଲା। ରାଜ୍ୟ ସରକାର ଜଣେ ହୋମିଓପାଥିକ ଡାକ୍ତରଙ୍କୁ ନିଯୁକ୍ତି ଦେଇଥିଲେ। ହେଲେ ସମ୍ପୃକ୍ତ ଡାକ୍ତର ମାସକରେ ଦିନେ ଦୁଇ ଦିନ ଆସୁଛନ୍ତି। ଦିନକୁ ଘଣ୍ଟାଏ ଖୋଲି ଡାକ୍ତରଖାନା ବନ୍ଦ କରି ଚାଲି ଯାଉଥିବା ରୋଗୀମାନେ ଅଭିଯୋଗ କରିଛନ୍ତି। ଏଥିପାଇଁ ରୋଗୀମାନେ ଘରୋଇ ଡାକ୍ତର , ଗାଁ କ୍ୱାକ ଓ ବୈଦଙ୍କ ପାଖରେ ଚିକିତ୍ସିତ ହେଉଥିବା ସ୍ଥାନୀୟ ଲୋକେ କହିଛନ୍ତି। ଜିଲା ସ୍ବାସ୍ଥ୍ୟ ବିଭାଗ ଏ ସଂକ୍ରାନ୍ତରେ ଦୃଷ୍ଟି ଦେବାକୁ ଦାବି କରିଛନ୍ତି ସ୍ଥାନୀୟ ବୁଦ୍ଧିଜୀବୀ ଓ ହାଟ କମିଟି କର୍ମକର୍ତ୍ତା।
ଅପରପକ୍ଷେ ଏହି ହାଟଠାରେ କିଛି ବର୍ଷ ତଳେ ନୂଆ ମେଡିକାଲ ପାଇଁ ଗୃହ ନିର୍ମାଣ ଆରମ୍ଭ ହୋଇଥିଲା। ହେଲେ ତାହା ଅର୍ଦ୍ଧନିର୍ମିତ ଅବସ୍ଥାରେ ଗଛଲତା ମାଡ଼ି ପଡ଼ି ରହିଛି। ଦାୟିତ୍ୱରେ ଥିବା ମହିଳା ଡାକ୍ତର ରାଜନଗରରେ ରହୁଛନ୍ତି। ସେ ମାସକରେ ଥରେ ଦୁଇଥର ଆସି ଡାକ୍ତରଖାନା ଖୋଲୁଛନ୍ତି। ଡାକ୍ତରଖାନାରେ କିଛି ଘଣ୍ଟା ରହି ଚାବି ପକାଇ ଚାଲି ଯାଉଛନ୍ତି ବୋଲି ସୁନିତି ଓ ବେଣାକନ୍ଧା ଅଞ୍ଚଳ ସୁଲୋଚନା ମଣ୍ଡଳ, ସୀତାରାଣୀ ଗିରି , ଦେବକୀ ମଣ୍ଡଳ , କାଜଲ ମଣ୍ଡଳ , ମିନତୀ ପ୍ରଧାନ , ଯଶୋଦା ମଣ୍ଡଳ କହିଛନ୍ତି। ଏ ସଂକ୍ରାନ୍ତରେ ଜିଲା ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡ.ନିରଞ୍ଜନ କର କହିଛନ୍ତି, ଜଗରିଜୋର ହାଟରେ ଥିବା ହୋମିଓପାଥିକ ମେଡ଼ିକାଲ କେନ୍ଦ୍ରାପଡ଼ା ଜିଲା ନିୟନ୍ତ୍ରଣରେ ନାହିଁ। ଏହି ମେଡ଼ିକାଲ ଯାଜପୁର ଜିଲା ଅଧୀନରେ ଅଛି । ସେଥିପାଇଁ ଆମେ ସେ ସମ୍ପର୍କରେ ମତମତା ଦେବା ଠିକ୍‌ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

IPL ରେ ଏହି ଟିମ ଉପରେ ଆସିଲା Match Fixing ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୪: ଲକ୍ଷ୍ନୌ ସୁପରଜାଏଣ୍ଟସ ବିପକ୍ଷରେ ଜିତିଥିବା ମ୍ୟାଚ ହାରିବା ପରେ ରାଜସ୍ଥାନ ରୟାଲ୍ସ ଉପରେ Match Fixingର ଅଭିଯୋଗ ଆସିଛି। ଏହି ମ୍ୟାଚରେ ରାଜସ୍ଥାନକୁ ଜିତିବା...

ବିବାହ ବାର୍ଷିକୀରେ ମା’ ହେଲେ ଜ୍ୱାଲା ଗୁଟ୍ଟା: ଖୁସି ହେଲା ଦ୍ୱିଗୁଣିତ

ଚେନ୍ନାଇ,୨୨।୪: ପୂର୍ବତନ ଭାରତୀୟ ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା ମା’ ହୋଇଛନ୍ତି। ସେ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହାସହ ଜ୍ୱାଲାଙ୍କ ଖୁସି ଦ୍ୱିଗୁଣିତ ହୋଇଛି।...

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image