Posted inଜାତୀୟ

ସମଲିଙ୍ଗୀ ସମ୍ପର୍କ ଯୌନ ଅପରାଧ: ଏନ୍‌ଏମ୍‌ସି

ନୂଆଦିଲ୍ଲୀ,୫ା୯:ଭାରତର ସର୍ବୋଚ୍ଚ ଡାକ୍ତରୀ ଶିକ୍ଷା ନିୟନ୍ତ୍ରକ ନ୍ୟାଶନାଲ ମେଡିକାଲ କମିଶନ (ଏନ୍‌ଏମ୍‌ସି) ସୋଡୋମି (ପୁରୁଷଙ୍କ ମଧ୍ୟରେ ଶାରୀରିକ ସମ୍ପର୍କ) ଏବଂ ଲେସ୍‌ବିଆନ୍‌ଜିଜମ୍‌ (ମହିଳାଙ୍କ ସମଲିଙ୍ଗୀ ସମ୍ପର୍କ)କୁ ମେଡିକାଲ ପାଠ୍ୟକ୍ରମରେ ପୁନଃ ସାମିଲ କରିଛି। ଅଣ୍ଡରଗ୍ରାଜୁଏଟ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ରିଭାଇଜ୍‌ଡ ପାଠ୍ୟକ୍ରମର ଫୋରେନ୍‌ସିକ୍‌ ମେଡିସିନ୍‌ ଏବଂ ଟେକ୍ସିକୋଲୋଜି ବର୍ଗରେ ଏହାକୁ ଅନ୍ତର୍ଭୁକ୍ତ କରାଯାଇଛି। ଏନ୍‌ଏମ୍‌ସି ହିମେନ୍‌ ଏବଂ ଏହାର ପ୍ରକାରଭେଦ, ମେଡିକୋ-ଲିଗାଲ୍‌ ତାତ୍ପର୍ଯ୍ୟ, ଭର୍ଜିନିଟିର ସଂଜ୍ଞା, ଡିଫ୍ଲୋରେଶନ୍‌ ଓ ଏହାର ବୈଧତା ଭଳି ବିତର୍କିତ ବିଷୟକୁ ମଧ୍ୟ ପାଠ୍ୟକ୍ରମରେ ସ୍ଥାନିତ କରିଛି। ୨୦୨୨ ଅଗଷ୍ଟରେ ମାଡ୍ରାସ୍‌ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏସବୁକୁ କରିକୁଲମ୍‌ରୁ ହଟାଇ ଦିଆଯାଇଥିଲା।
ନୂଆ ପାଠ୍ୟକ୍ରମରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନ୍‌ଏସ୍‌ଏସ୍‌), ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌), ଭାରତୀୟ ସାକ୍ଷ୍ୟ ସଂହିତା ଅଧିନିୟମ(ବିଏସ୍‌ଏ) ସମେତ ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ, ଦଓ୍ବୋନୀ ଓ ଆପରାଧିକ ମାମଲା, ଅପମୃତ୍ୟୁ ତଦନ୍ତ, ଧର୍ତ୍ତବ୍ୟ ଓ ଅଧର୍ତ୍ତବ୍ୟ ଅପରାଧ ଆଦିକୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି। ଅନ୍ୟପକ୍ଷେ ଏହି ୭ ଘଣ୍ଟିଆ ପାଠ୍ୟକ୍ରମରେ ଭିନ୍ନକ୍ଷମତା ସମ୍ପର୍କରେ ଉଲ୍ଲେଖ କରାଯାଇନାହିଁ। ବିଭିନ୍ନ ସମୟରେ ଆବଶ୍ୟକତାକୁ ଦେଖି ପାଠ୍ୟକ୍ରମରେ ଏଭଳି ପରିବର୍ତ୍ତନ କରାଯାଇଥାଏ ବୋଲି ଏମ୍‌ଏନ୍‌ସି ପକ୍ଷରୁ କମ୍ପିଟେନ୍ସି-ବେସ୍‌ଡ ମେଡିକାଲ ଏଜୁକେଶନ୍‌ କରିକୁଲମ୍‌ (ସିବିଏମ୍‌ଇ) ଗାଇଡ୍‌ଲାଇନ୍ସ, ୨୦୨୪ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri