ହୋଣ୍ଡା ଆକ୍ଟିଭାର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୯।୬: ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ସ୍କୁଟର ବ୍ରାଣ୍ଡ୍‌ ହୋଣ୍ଡା ଆକ୍ଟିଭା ନିକଟରେ ଏକ ନୂତନ ମାଇଲଖୁଣ୍ଟ ହାସଲ କରିଛି। ଏପରିକି ହୋଣ୍ଡା ଆକ୍ଟିଭା ୩ କୋଟି ଯାନ ବିକ୍ରିର ଏକ ଐତିହାସିକ ରେକର୍ଡ ସ୍ଥାପନ କରିଛି, ଏହି ଉଲ୍ଲେଖନୀୟ ଉପଲବ୍ଧି ଭାରତୀୟ ସ୍କୁଟର ବଜାରରେ ହୋଣ୍ଡା ଆକ୍ଟିଭାର ଆଧିପତ୍ୟ ଓ ଭରସାଯୋଗ୍ୟ ଯାନ ପାଲଟିଛି। ବିଶେଷ କରି ଭାରତୀୟ ବଜାରରେ ଶ୍ରେଷ୍ଠ ମାନର ଦୁଇଚକିଆ ଯାନ ଗମନାଗମନ ସୁବିଧା ପ୍ରଦାନ କରିବାରେ ହୋଣ୍ଡା ଆକ୍ଟିଭାର ଅତୁଟ ପ୍ରତିବଦ୍ଧତାକୁ ଦର୍ଶାଉଛି। ଉଲ୍ଲେଖଯୋଗ୍ୟ, ୨୦୦୧ ରେ ହୋଣ୍ଡା ଆକ୍ଟିଭାର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଥିଲା। ହେଲେ ଦୀର୍ଘ ୨୨ ବର୍ଷର ଯାତ୍ରାରେ ହୋଣ୍ଡା ଆକ୍ଟିଭା ଅନେକ ମାଇଲଖୁଣ୍ଟ ହାସଲ ସହ ଅତୁଳନୀୟ ସଫଳତା ଆଡ଼କୁ ଅଗ୍ରସର ହୋଇଛି। ଏ ସମ୍ପର୍କରେ ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ ଲିମିଟେଡ୍‌ର ସଭାପତି, ସିଇଓ ତଥା ପରିଚାଳନା ନିର୍ଦ୍ଦେଶକ ସୁସୁମୁ ଓଟାନି କହିଛନ୍ତି, ହୋଣ୍ଡା ଆକ୍ଟିଭାର ଏହି ଉଲ୍ଲେଖନୀୟ ଯାତ୍ରାକୁ ନେଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ସେହିଭଳି ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆର ନିର୍ଦ୍ଦେଶକ ଯୋଗେଶ ମାଥୁର କହିଛନ୍ତି, ସ୍କୁଟର ଶିଳ୍ପର ବିପ୍ଳବକୁ ଆଗକୁ ବଢ଼ାଇବା ପ୍ରତି ଆମର ରହିଥିବା ଉତ୍ସର୍ଗୀକୃତ ମନୋଭାବକୁ ଏହି ମାଇଲଖୁଣ୍ଟ ସୁଦୃଢ଼ କରୁଛି ଏବଂ ଆକ୍ଟିଭା ବ୍ରାଣ୍ଡ୍‌ ଓ ଏଚ୍‌ଏମ୍‌ଏସ୍‌ଆଇ ଉପରେ ଭରସା ପ୍ରକଟ କରିଥିବା ୩ କୋଟି ଭାରତୀୟଙ୍କୁ ଆମେ ଧନ୍ୟବାଦ ଜଣାଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri