Posted inRasifala

ରାଶିଫଳ: ରବିବାର, ନଭେମ୍ବର ୧୦ ତାରିଖ – Daily Horoscope

ମେଷ
କଠିନଶ୍ରମ ଓ ବିଶେଷ ଭ୍ରମଣଜନିତ ଦୈହିକ ଅସୁସ୍ଥତା ସାଙ୍ଗକୁ କମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବ। କଥା କଟାକଟିଜନିତ ପାରିବାରିକ ଅଶାନ୍ତିର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଉପର ଅଧିକାରୀଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାମ ସ୍ଥଗିତ ରହିଯାଇପାରେ।
ବୃଷ
ବୃଷ
ସାମୂହିକ କଲ୍ୟାଣମୂଳକ କାମରେ ନିଜଲୋକମାନଙ୍କ ସହ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ସନ୍ଦେହି ମନ ହେତୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖି ଅଶାନ୍ତି ରହିବେ। ଖାଦ୍ୟପେୟ ଠିକ୍‌ ନ ରହିବା କାରଣରୁ ସ୍ବାସ୍ଥ୍ୟହାନିର ଆଶଙ୍କା ରହିଛି। ବନ୍ଧୁଙ୍କ ପ୍ରରୋଚନାରେ ତୀର୍ଥାଟନ କଥା ଚିନ୍ତା କରିପାରନ୍ତି।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ଦୀର୍ଘଦିନପରେ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମନ ଖୁସି ହୋଇଯାଇପାରେ। ଅତୀତର ଅପୂର୍ଣ୍ଣ କାମକୁ ଆଜି ଅନ୍ୟମାନଙ୍କ ସାହାଯ୍ୟ ନେଇ ସମ୍ପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହାୟତାରେ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ପରୋକ୍ଷ ଶତ୍ରୁତା ସାମୟିକ ଭାବରେ ଟେନ୍ସନ ସୃଷ୍ଟି କରିପାରେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ର ଉପରିସ୍ଥଙ୍କ ଦ୍ୱାରା ପ୍ରଶଂସିତ ହେବା ସହ ଅର୍ଥଲାଭର ସମ୍ଭାବନା ରହିଛି। ମାତ୍ର ପୁରୁଣା ରୋଗଜନିତ ଦୈହିକ ଦୁର୍ବଳତା ଅନୁଭବ କରିପାରନ୍ତି। ଆର୍ଥିକ ଅନଟନ ଲାଗିରହିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ବନ୍ଧୁଙ୍କ ସହ ଆଲୋଚନା ପରିସରରେ କଡ଼ା କଥା କହି ଅପ୍ରିୟ ହୋଇପାରନ୍ତି। ପୂର୍ବାଫାଲଗୁନୀ ନକ୍ଷତ୍ରର ଖର୍ଚ୍ଚ ପରିମାଣ ବୃଦ୍ଧିପାଇବାରୁ ଚିନ୍ତା ବଢିଯିବ। ବନ୍ଧୁଙ୍କ ସହ ଆଲୋଚନାକ୍ରମେ ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ। ପାରିବାରିକ ଆବଶ୍ୟକତାକୁ ନେଇ ହଠାତ୍‌ ମୋଟା ଅଙ୍କର ଅର୍ଥ ଦରକାର ପଡିପାରେ।
କନ୍ୟା
ବିବାଦୀୟ ପରିସ୍ଥିତି ଲାଗିରହିବା ଯୋଗୁ ମାନସିକ ସୁସ୍ଥତା ହରାଇବେ। ଅପେକ୍ଷା କରିବାକୁ କଥା ଦେଇଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। ଉତ୍ତରାଫାଲଗୁନୀ ନକ୍ଷତ୍ର ଭାଇଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ଚିନ୍ତା କରିବେ। ତର୍କ ବିତର୍କଜନିତ ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ରର ପାରିବାରିକ ପରିସ୍ଥିତି ନିୟନ୍ତ୍ରଣ ଅବସ୍ଥାରେ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କର୍ମମୁଖର ହେବେ। ଫଳରେ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ। ଆଲୋଚନା କିମ୍ବା ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ବିଛା
ବିଛା
ମନ ଅନୁଯାୟୀ କାମ କରିବା ସହ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଜ୍ୟେଷ୍ଠା ନକ୍ଷତ୍ର କାର୍ଯ୍ୟବ୍ୟସ୍ତତା କାରଣରୁ ଗଠନମୂଳକ କାର୍ଯ୍ୟର ଗତି ମନ୍ଥର ହେବ। ପିଲାଙ୍କ ଅସାବଧାନତା ଦ୍ୱାରା ଦ୍ରବ୍ୟ ନଷ୍ଟ ହେବାରୁ କ୍ଷୋଭ ପ୍ରକାଶ କରିବେ। ପ୍ରେସ୍‌, ପବ୍ଲିକେଶନ, ରାଜନୀତି, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସିତ ହେବେ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ରର ସକାଳୁ ସକାଳୁ ଶୁଭଖବର ପାଇ ମନ ଖୁସି ହୋଇଯିବ। କର୍ମକ୍ଷେତ୍ରରେ ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ ନତୁବା ସମାଲୋଚିତ ହେବେ। ଜମିଜମା କାରବାରଜନିତ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପ୍ରିୟଜନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ।
ମକର
ମକର
ଉତ୍ତରାଷାଢ଼ା ନକ୍ଷତ୍ର ବିଭିନ୍ନ ଦିଗରୁ ସାହାଯ୍ୟ ପାଇ କାମ ହାସଲ କରିବେ। ନିକଟ ସମ୍ପର୍କୀୟ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ସ୍ବାସ୍ଥ୍ୟହାନି କାରଣରୁ ବାରମ୍ବାର ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡ଼ିବାକୁ ପଡ଼ିପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଲାଗିରହିବ।
କୁମ୍ଭ
କୁମ୍ଭ
କାର୍ଯ୍ୟହାନି ସାଙ୍ଗକୁ ଆର୍ଥିକ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ବାରମ୍ବାର ଅସଫଳତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ଧନିଷ୍ଠା ନକ୍ଷତ୍ର ଦୂର ସ୍ଥାନରେ ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତ ହେବେ।
ମୀନମୀନ

ଉତ୍ତରଭାଦ୍ରପଦ ନକ୍ଷତ୍ର ପ୍ରିୟଜନଙ୍କ ସାହାଯ୍ୟ ନେଇ ସ୍ଥଗିତ କାମଟିକୁ ସମ୍ପନ୍ନ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମନାନ୍ତର ଦେଖା ଦେଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବା ସକାଶେ ଘରେ ଆଲୋଚନା କରାଯାଇପାରେ। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri