Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ
ଆଜି ମାନସିକ ଅସ୍ଥିରତା କାରଣରୁ ଉଦ୍‌ବେଗ ଲାଗି ରହିବ। ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ୨ବନ୍ଧୁଙ୍କ ସହ ଆଲୋଚନା କରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କିନ୍ତୁ ଆପଣ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ।
ବୃଷ
ବୃଷ
ଦୂରସ୍ଥ ସନ୍ତାନଙ୍କ ସମସ୍ୟା ସମାଧାନର ଓ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଆଗାମୀକାଲିର ମାଙ୍ଗଳିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରିପାରନ୍ତି। କୌଣସି ଆମତ୍ୀୟଙ୍କ ଅସହଯୋଗ, ସମାଲୋଚନାରେ କ୍ଷୁବ୍ଧ ହେବେ।
ମିଥୁନ
ମିଥୁନ
ବହୁ ପୂର୍ବରୁ ଚିନ୍ତା ଓ ଯୋଜନା କରିଥିବା କିଛି ନୂତନ କାମ ସକାଶେ ଚେଷ୍ଟା କରିପାରନ୍ତି। ପଡ଼ୋଶୀଙ୍କ ବୈର ମନୋଭାବରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିବେ। ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଉପସ୍ଥିତ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
କର୍କଟ
କର୍କଟ
ପ୍ରତ୍ୟେକ ସ୍ତରରେ ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ଫାଇଦା ହାସଲ ପାଇଁ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ବ୍ୟବସାୟ, ପରିବହନ, କ୍ରୀଡ଼ା, ସଭାସମିତି ଆଦିରେ ସମସ୍ୟା ସମାଧାନ ହେବ। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ସାମାଜିକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି। ବୁଦ୍ଧିଜୀବୀଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ଅନର୍ଥର କାରଣ ହୋଇପାରେ। ପ୍ରବାସରେ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତତାବୋଧ ହ୍ରାସ ପାଇବ।
କନ୍ୟା
ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା, କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ଚିନ୍ତିତ ହେବେ।
ତୁଳା
ତୁଳା
ସ୍ଥଗିତ କାମ ଶୃଙ୍ଖଳିତ ନ ହେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନତୁବା ଅଯଥା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଚିତ୍ରା ନକ୍ଷତ୍ରର ପରିବାରରେ ସୁଖ ଶାନ୍ତି ରାଜୁତି କରିବ, କିନ୍ତୁ ଏଥିପାଇଁ କିଛିଟା ସ୍ବାର୍ଥତ୍ୟାଗ ଜରୁରୀ ହୋଇପାରେ।
ବିଛା
ବିଛା
ଆଜି ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇବାରେ ସମର୍ଥ ହେବେ। ମନୋରଞ୍ଜନରେ, ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ, ବନ୍ଧୁପ୍ରିୟ ହେବେ। ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗର ଅଭାବ ରହିବ ନାହିଁ। କିଛି ଲୋକ ଆପଣଙ୍କ ବିରୋଧରେ ଅପପ୍ରଚାର କରିପାରନ୍ତି।
ଧନୁ
ଧନୁ
ଆପଣଙ୍କୁ ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସାମାଜିକ ସ୍ତରରେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି, ସେଥିରେ କିଛି ହେବ ନାହିଁ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପାରନ୍ତି। ଆକସ୍ମିକ ଭାବରେ ଦେବଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି।
ମକର
ମକର
ଯୋଜନାବଦ୍ଧ ଭାବରେ ଆରମ୍ଭ କରିବାକୁ ଯାଉଥିବା ନୂତନ କର୍ମଟି ପ୍ରୀତିପଦ ରହିବ। ଶ୍ରବଣା ନକ୍ଷତ୍ରର ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ମଧ୍ୟ ବଢ଼ିପାରେ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହନରେ ସତର୍କ ରହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ଆପଣଙ୍କ କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସହାୟକ ହୋଇପାରେ। ଆଜି ହଠାତ୍‌ ନୂତନ କର୍ମସଂସ୍ଥାନ ପାଇଁ ମନ ଦେଇପାରନ୍ତି। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ।
ମୀନମୀନ

ନିଜର ଲୋକମାନଙ୍କ ଚାଲିଚଳଣ ଓ ଆଚାର ବ୍ୟବହାରକୁ ନାପସନ୍ଦ କରିପାରନ୍ତି। କେତେକ କାମରେ ପ୍ରତିବନ୍ଧକ ଯୋଗୁ ଆଶାନୁଯାୟୀ ଅଗ୍ରଗତି ହୋଇ ପାରିବ ନାହିଁ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବାଣିଜ୍ୟ, ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ ଆଜି ଆକସ୍ମିକ ଭାବରେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। ପୂର୍ବ କଳହକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା...

ରାଶିଫଳ: ରବିବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ରଙ୍କ ପ୍ରଭାବରେ ସ୍ବାସ୍ଥ୍ୟହାନି ସାଙ୍ଗକୁ ପ୍ରତ୍ୟେକ କାମରେ ସମସ୍ୟାର ସମ୍ମୁଖୀନ ହେବେ। ସାମାଜିକ, ପାରିବାରିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ହେତୁ ସଫଳତା...

ରାଶିଫଳ: ଶନିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନା ମୁତାବକ କାମରେ ସଫଳତା ଯୋଗୁ ଟେନସନ୍‌ କମିଯିବ।...

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ଆଜି ରାହୁ ଦୃଷ୍ଟ ଚନ୍ଦ୍ରଙ୍କ ହେତୁ ଅସ୍ଥିରତାଜନିତ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ଆର୍ଥିକ ସମସ୍ୟା ସୁଧୁରିଯିବ ଓ ଆଶା କରିଥିବା...

ରାଶିଫଳ: ଗୁରୁବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଆପଣଙ୍କ ଅଭିଳାଷ ପୂର୍ଣ୍ଣତା ଲାଭ କରିବ। କାର୍ଯ୍ୟସିଦ୍ଧି ଘଟିବା ସହ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ...

ରାଶିଫଳ: ବୁଧବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରରେ ନୀଚସ୍ଥ ମଙ୍ଗଳ ପାରିବାରିକ ଖର୍ଚ୍ଚ ବଢ଼ାଇବା ସହ ସ୍ବାସ୍ଥ୍ୟସମସ୍ୟା ସୃଷ୍ଟି କରିବ। ବନ୍ଧୁଙ୍କ ସହ ଆଲୋଚନା ମାନସିକ ଆଶ୍ୱସ୍ତି ପ୍ରଦାନ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଭୁଲ୍‌ ବୁଝାମଣାରୁ ଆଜି ପାରିବାରିକ ସ୍ଥିରତା ରହିବ ନାହିଁ। ଦ୍ୱିଜା ନକ୍ଷତ୍ରର କିନ୍ତୁ ମନରେ ପ୍ରଫୁଲ୍ଲତା ଭରି ରହିବା ସାଙ୍ଗକୁ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଆପଣଙ୍କୁ ଭାବୁକ ବନାଇ ଦେଇପାରନ୍ତି। ଭୋଗ, ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶର ସୁଯୋଗ ପାଇବେ। କିନ୍ତୁ ମଙ୍ଗଳଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri