Posted inRasifala

ରାଶିଫଳ: ଗୁରୁବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ
ରାଶିରେ ଚନ୍ଦ୍ର ଥିବାରୁ ପ୍ରାଥମିକ ଅବସ୍ଥାରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଲେ ମଧ୍ୟ ପରେ ସବୁ ଠିକ୍‌ ହୋଇଯିବ। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ନିଜ ପରିସରରେ ସତର୍କତା ଜରୁରୀ। ଅଟକି ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ପାପଗ୍ରହ ଯୁକ୍ତ ରବି ହେତୁ ଘରୋଇ କାମରେ ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସା କରି ପ୍ରତାରିତ ହୋଇପାରନ୍ତି। ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହେବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ସମ୍ପର୍କୀୟଙ୍କ ଅସହଯୋଗ ଅଭିଳାଷ ପୂରଣରେ ପ୍ରତିବନ୍ଧକ ସାଜିବ।
ମିଥୁନ
ମିଥୁନ
ତୃତୀୟାଧିପତିଙ୍କ ସ୍ଥିତିରୁ ବନ୍ଧୁମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର ଯୋଜନା କରିବେ। ଭଲ ପଡ଼ୁନଥିବା ବ୍ୟକ୍ତିଙ୍କ ସହ ଦୀର୍ଘ ଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ। ଅଫିସରେ ଗୋଡ଼ ଟଣାଟଣି ହେତୁ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ। ନିଜ ନିଜର ଜୀବିକା କ୍ଷେତ୍ରରେ ଆଶା କରୁଥିବା ପ୍ରକାରେ ଫଳ ପାଇବେ।
କର୍କଟ
କର୍କଟ
କର୍ମଭାବସ୍ଥ ଶୁଭଗ୍ରହ ଯୋଗୁ ହାତକୁ ନେଇଥିବା କାମଗୁଡ଼ିକ ସୁରୁଖୁରୁରେ ହୋଇଯିବ। ଆଜି ବିଶେଷତଃ ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ମାତ୍ର ବିଭିନ୍ନ ପ୍ରକାରର ଅସ୍ବାଭାବିକ ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିପାରେ। ଦୂର ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ।
ସି˚ହ
ସି˚ହ
ସପ୍ତମସ୍ଥ ଏକାଧିକ ଗ୍ରହଜନିତ ଆଜି ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା କରିବାକୁ ପଡ଼ିପାରେ। ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ଭଲ ନ ଥିବା କାରଣରୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ। ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବା କଷ୍ଟକର ହୋଇପାରେ। ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ।
କନ୍ୟା
କେତୁଙ୍କ ପ୍ରଭାବରୁ ଆଜି କୌଣସି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟ ଧରି ସ୍ଥିର ଭାବରେ ରହିପାରିବେ ନାହିଁ। ବ୍ୟବସାୟରେ ନୂତନ ଦିଗ କିଛି ଯୋଡ଼ିବା ସକାଶେ ଚିନ୍ତା କରିବେ। ପରିବାରରେ ପାରସ୍ପରିକ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ପୁରାତନ ରୋଗ ପୀଡ଼ା କଷ୍ଟଦାୟକ ହୋଇପାରେ।
ତୁଳା
ତୁଳା
ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନରୁ ରୋଗପୀଡ଼ା ଲାଘବ ହେବ। ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ। ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ଅଶାନ୍ତି ବାତାବରଣରୁ ଦୁଃଖୀ ହେବେ। ଧର୍ମକାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ମନୋନିବେଶ କଲେ ଉପକୃତ ହେବେ। ଆଇନ, ଅଦାଲତ ଓ ପ୍ରଶାସନିକ ସ୍ତରରେ ସଫଳତା ମିଳିବ।
ବିଛା
ବିଛା
ଶନି ଓ ମଙ୍ଗଳ ଚତୁର୍ଥଭାବସ୍ଥ ଯୋଗୁ ସମସ୍ୟାଜନିତ ଝଡ଼ଝଞ୍ଜା ମଧ୍ୟ ଦେଇ ହାସଲ କରିବେ। ପାରସ୍ପରିକ ସହମତିରେ କାମ କରିଚାଲିଲେ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ, କିନ୍ତୁ କ୍ଷତି ହେବନି। ମାନସିକ ଅବସାଦ ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ।
ଧନୁ
ଧନୁ
ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସତର୍କରେ ଚଳିବା ଭଲ ହେବ। ଲାଭାଧିପ ଉଚ୍ଚସ୍ଥ ଥିବା କାରଣରୁ ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ନତୁବା ସମାଲୋଚିତ ହେବାକୁ ପଡ଼ିବ। ସଭାସମିତି, କ୍ରୀଡ଼ା, ବକ୍ତୃତା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିପାରିବେ।
ମକର
ମକର
କେନ୍ଦ୍ରସ୍ଥ ତୃତୀୟାଧିପ ହେତୁ ସକାଳୁ ବନ୍ଧୁଙ୍କ ଡାକରା ପାଇ ଦୂରଭ୍ରମଣ କରିପାରନ୍ତି। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରୁ ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କମିପାରେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ, କିନ୍ତୁ ମୁହଁରେ କିଛି କହିପାରିବେ ନାହିଁ। ଋଣ ପରିଶୋଧଜନିତ ଅପଦସ୍ଥ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ସହ ସଭାସମିତିରେ ସୁନାମ ଅର୍ଜନ କରିବେ। ବ୍ୟବସାୟ, ପରିବହନ ତଥା ପ୍ରଶାସନିକ କ୍ଷେତ୍ର ପ୍ରତ୍ୟେକଟିରେ ସୁଫଳ ପାଇବେ। ଧନସ୍ଥାନସ୍ଥ ଗ୍ରହଜନିତ ଅଚାନକ ଶୁଭଖବର ପାଇ ଖୁସି ହେବେ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
ମୀନମୀନ

ବୁଧଙ୍କ ସ୍ଥିତିଜନିତ ପାରିବାରିକ କ୍ଷେତ୍ରରେ ସଦ୍ଭାବ କ୍ରମଶଃ ବୃଦ୍ଧି ପାଇବ, ମାତ୍ର ବନ୍ଧୁ ସମ୍ପର୍କରେ ଅବନତି ଘଟିପାରେ। ନୂତନ ବସ୍ତ୍ର, ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବନ୍ଧୁମିଳନ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଏବଂ ପ୍ର୍ରଶଂସା, ପ୍ରୋତ୍ସାହନରୁ ଖୁସି ରହିବେ। ପରିବାରରେ ପିଲାମାନଙ୍କ କଥାକୁ ଅଗ୍ରାଧିକାର ଦେଇ କାମ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri