Posted inRasifala

ରାଶିଫଳ: ରବିବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ
ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳତା ପାଇବେ। ଯାତ୍ରାରେ ଟେନ୍‌ସନ ଲାଗି ରହିବ, କିନ୍ତୁ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହୋଇପାରନ୍ତି । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେଇପାରେ।
ବୃଷ
ବୃଷ
ସକାଳୁ ସକାଳୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ନିକଟରୁ ପାଇ ଖୁସି ହେବେ। ପୁରୁଣା ସମ୍ପର୍କ, ଜମିଜମା, ଗାଡ଼ି ମୋଟରରୁ ଭଲ ଲାଭବାନ୍‌ ହୋଇପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ରହନ୍ତୁ, ନତୁବା ଆକସ୍ମିକ ଭାବେ ସମସ୍ୟା ନିୟନ୍ତ୍ରଣ ବାହାରକୁ ଚାଲିଯାଇପାରେ । ଆନୁଷ୍ଠାନିକ କାମରେ ବନ୍ଧୁ ଗହଣରେ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ଆପଣଙ୍କ ଆକର୍ଷଣୀୟ ବ୍ୟବହାର ଅନ୍ୟମାନଙ୍କ ମନକୁ ଆକର୍ଷିତ କରିବ। ପରିସ୍ଥିତିକୁ ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦେକ୍ଷପ ନେବା ସକାଶେ ଚିନ୍ତା କରିବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ଆଇନ, ଅଦାଲତ, କଳା, କାରିଗରି କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବେ। ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
କର୍କଟ
କର୍କଟ
ଆକସ୍ମିକ ଭାବରେ ଦୂରଯାତ୍ରା ଓ ବନ୍ଧୁ ମିଳନ ଘଟିବ। ଦୀର୍ଘଦିନର ଆଶା ଫଳବତୀ ହେବା ସମ୍ଭାବନା ରହିଛି। ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଅଫିସ୍‌ କାମରେ ବ୍ୟସ୍ତ ଥିବା ସମୟରେ ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ପ୍ରକାଶନ, ଯାତ୍ରା, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି।
ସି˚ହ
ସି˚ହ
କେତେକ କ୍ଷେତ୍ରରେ ଅନ୍ୟ ଉପରେ ନିର୍ଭର କରିବାକୁ ପଡ଼ିପାରେ। ଆମତ୍ୀୟମାନେ ସହଯୋଗ କରିବାରୁ ତାଙ୍କ ପ୍ରଶଂସାରେ ଶତମୁଖ ହେବେ। ଆଜିର ସକାଳୁଆ ଯାତ୍ରା ଫଳପ୍ରଦ ହେବ, କିନ୍ତୁ ସାମୟିକ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ପାରିବାରିକ କ୍ଷେତ୍ରରେ ଅର୍ଥ ସଂକଟ ଲାଗି ରହିବାର ଆଶଙ୍କା ରହିଛି।
କନ୍ୟା
ଦୀର୍ଘ ଦିନରୁ ଲାଗି ରହିଥିବା ରୋଗ, ଋଣ ଯୋଗୁ ବ୍ୟସ୍ତ ରହିପାରନ୍ତି । ବିବାଦୀୟ ଘଟଣା, ଜମିଜମା କଳହରେ ତଥା ମାଲିମକଦ୍ଦମା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁଙ୍କ ସହାୟତାରେ ସାୟାହ୍ନେ ଅର୍ଥ ଓ ସମ୍ମାନ ପାଇ ଖୁସି ହେବେ।
ତୁଳା
ତୁଳା
ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ପାରିବାରିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ସମ୍ପର୍କୀୟ ଜଣେ ପଡ଼ୋଶୀ ସାହାଯ୍ୟର ପ୍ରତିଶ୍ରୁତି ଦେବେ । କ୍ରୀଡ଼ା, କଳା, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ। କୌଣସି ପଦସ୍ଥ ବ୍ୟକ୍ତିଙ୍କ ବଦାନ୍ୟତା ଦୁଃଖ ଲାଘବରେ ସହାୟକ ହେବ।
ବିଛା
ବିଛା
ଆନୁଷ୍ଠାନିକ କାର୍ଯ୍ୟ ସକାଶେ ଆମତ୍ୀୟଙ୍କ ସହ ଆଲୋଚନା କରିପାରନ୍ତି। କୌଣସି ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେଇପାରେ। ଅଫିସ୍‌ କାମରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କ୍ରୀଡ଼ା, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।
ଧନୁ
ଧନୁ
ଅବସାଦ ବୃଦ୍ଧି ପାଇବା ହେତୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ପୁନଶ୍ଚ ଏହା ସାଙ୍ଗଙ୍କୁ ସ୍ବାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ। ଅଫିସ୍‌ର କୌଣସି ସଙ୍କଟଜନକ ସ୍ଥିତି ଅପରାହ୍ନରେ ସମାଧାନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି ଓ ରାଜନୈତିକ କ୍ଷେତ୍ରରୁ ସୁଫଳ ପାଇବେ।
ମକର
ମକର
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ଦୂରେଇଯିବ ଓ ଆରୋଗ୍ୟ ଲାଭ କରିବେ । ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶିଳ୍ପ, ବାଣିଜ୍ୟ, ପ୍ରଶାସନ ଓ ରାଜନୈତିକ କ୍ଷେତ୍ର ସମସ୍ୟା ବହୁଳ ରହିବ।
କୁମ୍ଭ
କୁମ୍ଭ
ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ବନ୍ଧୁଙ୍କ ସହାୟତାରେ ସମ୍ପନ୍ନ ହୋଇଯିବ। ସାମାଜିକ କ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି।
ମୀନମୀନ
ଅସମର୍ଥିତ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ବହୁତ କଥା କହିପାରନ୍ତି। ଆଜି ବାଣିଜ୍ୟ, ଲେଖାପଢା, ଆଲୋଚନା, ମନୋରଞ୍ଜନରୁ ଖୁସି ରହିବେ। ଆଲୋଚନା କାଳରେ ନିଜର ସିଦ୍ଧାନ୍ତ ବଦଳାଇବାକୁ ପଡିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‍ ୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମାନସିକ ଅସ୍ଥିରତା ହେତୁ ଦୂରଯାତ୍ରା କିମ୍ବା ବିବାଦରେ ପଶିବା ଠିକ୍‍ ହେବ ନାହିଁ। ପରିବାରକୁ ସୁଧାରିବା ସକାଶେ ପ୍ରିୟ କଥା...

ରାଶିଫଳ: ସୋମବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମାନସିକ ଅସ୍ଥିରତା ହେତୁ ଦୂରଯାତ୍ରା କିମ୍ବା ବିବାଦରେ ପଶିବା ଠିକ୍‍ ହେବନାହିଁ। ପରିବାରକୁ ସୁଧାରିବା ସକାଶେ ପ୍ରିୟ କଥା କହି...

ରାଶିଫଳ: ରବିବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଏକାଧିକ ଗ୍ରହ ମଧ୍ୟରେ ଦ୍ୱାଦଶସ୍ଥ ଚନ୍ଦ୍ର ହେତୁ ଆର୍ଥିକ ଉନ୍ନତି ସହ ମାନସିକ ଅସ୍ଥିରତା ଲାଗି ରହିବ। ପର୍ଯ୍ୟଟନ, ପରିଭ୍ରମଣ, ଦୂରଯାତ୍ରା ସକାଶେ ବହୁତ...

ରାଶିଫଳ: ଶନିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମ ଓ ବିବାଦର ସମାଧାନ ପାଇଁ ବ୍ୟଗ୍ରତା ବୃଦ୍ଧି ପାଇବ। ବ୍ୟବସାୟ, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧି ଜନିତ ବୈଷୟିକ ସୁଖ, ସମୃଦ୍ଧିରୁ ଖୁସିରହିବେ। ଆଲୋଚନା...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା ଯୋଗୁ ଦ୍ୱିଜା ନକ୍ଷତ୍ର ଆନନ୍ଦିତ ହୋଇପାରନ୍ତି।...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ର ଆପଣଙ୍କ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ରକୁ ନିରୁପଦ୍ରବ କରି ରଖିବ। ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ସ୍ୱାସ୍ଥ୍ୟହାନିଜନିତ ଦୁଶ୍ଚିନ୍ତା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟାକରି ବିଫଳ ହେବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image