Posted inRasifala

ରାଶିଫଳ: ବୁଧବାର, ମେ ୧୭ ତାରିଖ – Daily Horoscope

ମେଷ
ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବୃଦ୍ଧି ହୋଇପାରେ। ସବୁକଥାକୁ ଭଲରୂପେ ବିଚାର ପୂର୍ବକ କାମ କରି ଆଗକୁ ବଢ଼ିବା ଠିକ୍‌ ହେବ। ପରିସ୍ଥିତିବଶତଃ ଆଜି ବନ୍ଧୁଗୃହକୁ ଯାତ୍ରା କରିବାକୁ ବାଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ବୃଷ
ବୃଷ
ସମ୍ପର୍କୀୟଙ୍କ ସହ ବନ୍ଧୁତା ଜମାଇ କାମ ହାସଲ ପାଇଁ ଚେଷ୍ଟିତ ହେବେ। ଆଗକୁ ଆସୁଥିବା ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁଧପଡ଼ କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ବିବାଦୀୟ ମନ୍ତବ୍ୟରେ ମୁଣ୍ଡ ନ ପୂରାଇବା ଭଲ। ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
ମିଥୁନ
ମିଥୁନ
ମନର କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଂକୋଚ ବଶତଃ ବନ୍ଧୁଙ୍କୁ କହିପାରିବେ ନାହିଁ। ନିଜର କୃତି ଓ କୃତିତ୍ୱ ସକାଶେ ସାମାଜିକ ସ୍ତରରେ ଶୁଭେଚ୍ଛୁଙ୍କ ଶ୍ରଦ୍ଧାଭାଜନ ହେବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାର ଚିନ୍ତା ପ୍ରକଟ କରିପାରନ୍ତି। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
ସମୟର ପ୍ରତିକୂଳତା ଅନୁଭବ କରି ଅନାଗତ ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ନିର୍ମାଣ କାର୍ଯ୍ୟ, ମାଲିମକଦ୍ଦମା, ବ୍ୟବସାୟରେ ସ୍ଥିତି ଅନୁକୂଳ ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପରିବହନରେ କିଛି ସମସ୍ୟା ଦେଖାଦେବ କିନ୍ତୁ ସେଥିରୁ ସହଜରେ ମୁକୁଳି ଯିବେ।
ସି˚ହ
ସି˚ହ
ବିବାଦୀୟ ପରିସ୍ଥିତିର ଦୃଢ଼ମୁକାବିଲା କରି ସଫଳତା ପାଇବେ। ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ଫନ୍ଦି ଫିକର କରିପାରନ୍ତି। ଦୀର୍ଘ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ବୁଝାମଣାର ଭିନ୍ନତା ହେତୁ କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
କନ୍ୟା
ପ୍ରତିବନ୍ଧକ ମଧ୍ୟରେ ଗତିକରିବା କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ସାହାଯ୍ୟ କରିବାକୁ ଯାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି।
ତୁଳା
ତୁଳା
ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିପାରେ। କୌଣସି ଜିନିଷ କିଣିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅନ୍ୟମାନଙ୍କ କଥାକୁ ସତ୍ୟ ମନେକରି ଭୁଲ୍‌ ବୁଝାମଣା ଯୋଗୁ ନିଜ ଲୋକମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି। ଘରମାଲିକଙ୍କ ସହ ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। କେତେକ ଅସ୍ବାଭାବିକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହୋଇପାରନ୍ତି।
ଧନୁ
ଧନୁ
ଆଜିର କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଭିତରେ ଚଳିବାକୁ ପଡ଼ିପାରେ। କ୍ରୀଡା, ସାହିତ୍ୟ, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବନ୍ଧୁଙ୍କ କାମରେ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡ଼ିପାରେ। ପରିବାରର ଆବଶ୍ୟକତା ଅନୁସାରେ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମକର
ମକର
ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ସୁବିଧାରେ ସମ୍ପନ୍ନ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପଡ଼ିବେ। ବନ୍ଧୁଙ୍କ ସାହାଯ୍ୟ ଓ ପରାମର୍ଶରେ ଟେନ୍‌ସନ କମିଯିବା ସଙ୍ଗକୁ ସୁଖଭ୍ରମଣ ଯୋଗ ରହିଛି। ଆନୁଷ୍ଠାନିକ କାର୍ଯ୍ୟରେ ସ୍ବତନ୍ତ୍ରଭାବରେ ନିମନ୍ତ୍ରିତ ହେବା ସହ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ କୌଣସି ଅସୁବିଧା ନ ହୋଇ ଯଥା ସମୟରେ ସବୁ ଠିକ୍‌ ହୋଇଯିବ। ପଡ଼ୋଶୀଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ ଓ ଅଭିଳାଷ ପୂରଣ ହେବ।
ମୀନମୀନ
ଆଜି ଦିନଟିରେ ଯେତେ ସତର୍କରେ ଚଳିଲେ ସୁଦ୍ଧା ବିବାଦ ଭିତରକୁ ଟାଣି ହୋଇଯିବେ। ଚେଷ୍ଟା କରୁଥିବା କାମରେ ସନ୍ଧ୍ୟାରେ ସଫଳତା ଲାଭ କରି ଆନନ୍ଦ ଅନୁଭବ କରିବେ। ପାରିବାରିକ ଅସୁବିଧାକୁ ସୁଧାରିନେବା ସକାଶେ ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି। କଠିନଶ୍ରମ ଓ ବିଶେଷ ଭ୍ରମଣଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri