Posted inRasifala

ରାଶିଫଳ: ରବିବାର, ମେ ୧୯ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସ୍ଥଗିତ କାମର ପୁନରୁଦ୍ଧାର ପାଇଁ ଉଚ୍ଚ ପଦାଧିକାରୀ ସହଯୋଗର ପ୍ରତିଶ୍ରୁତି ଦେଇପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବାରୁ ମନ ଭଲ ରହି ନ ପାରେ। ପରିବାରର ଅବ୍ୟବସ୍ଥା ସାଙ୍ଗକୁ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିବ। ପ୍ରଶାସନ, ବନ୍ଧୁସମ୍ପର୍କ ଓ ଆନୁଷ୍ଠାନିକ କାମରେ ଦକ୍ଷତା ବଢ଼ିବ।
ବୃଷ
ବୃଷ
ସୁନିୟନ୍ତ୍ରିତ ସ୍ବାସ୍ଥ୍ୟ ସାଙ୍ଗକୁ ପାରିବାରିକ ଜୀବନରେ ଅସୁବିଧା ରହିବ ନାହିଁ। ସହକର୍ମୀଙ୍କ ସାହାଯ୍ୟ ଲାଭକରି ଅଟକି ରହିଥିବା କାମ ପୂର୍ଣ୍ଣାଙ୍ଗ କରିବେ। ଅଧିକାଂଶ ସମୟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ମନ୍ଦ ହେବନି। ତା’ ସାଙ୍ଗକୁ ବିଳାସବ୍ୟସନ ଦିଗକୁ ଆକୃଷ୍ଟ ହେବେ।
ମିଥୁନ
ମିଥୁନ
ଯେଉଁ କାମରେ ହାତ ଦେବେ, ସଫଳତା ଅବଶ୍ୟମ୍ଭାବୀ। କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ଆଶା ଫଳବତୀ ହେବ। ପଦସ୍ଥ ବ୍ୟକ୍ତିଙ୍କ ସାମ୍ନାରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବାରୁ ସୁବିଧା ସୁଯୋଗ ହରାଇ ବ୍ୟଥିତ ହେବେ। ବ୍ୟବସାୟ ଦିଗଟି ପୂର୍ବପରି ବଳବତ୍ତର ରହିବ ଏବଂ ଲାଭର ମାତ୍ରା କମିବ ନାହିଁ।
କର୍କଟ
କର୍କଟ
କଠିନ ଶ୍ରମ ଓ ଅନିଦ୍ରାଜନିତ ବ୍ୟତିକ୍ରମ ସ୍ବାସ୍ଥ୍ୟହାନିର କାରଣ ହେବ। ସାମାଜିକ ଅନ୍ୟାୟ ବିରୋଧରେ ସ୍ବର ଉଠାଇଲେ ମଧ୍ୟ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବେନି। ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ରହିଥିଲେ ମଧ୍ୟ କାମ ଅଟକିବ ନାହିଁ। ଲେଖାପଢ଼ା, ସଭାସମିତି, ରାଜନୈତିକ ଆଲୋଚନା, ଦୂରଯାତ୍ରା କ୍ଷେତ୍ରରେ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଶୀଘ୍ର ଶେଷ କରିବାକୁ ମନସ୍ଥ କରିପାରନ୍ତି। ପରିଜନଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ମନ ଖୁସି ରହିବ। କୌଣସି ଗୃହ, ଜମିଜମା କିଣାବିକା ସମ୍ପର୍କରେ ଅବଶ୍ୟ ଉପକୃତ ହେବେ। କଳା, ସାହିତ୍ୟ, ସଙ୍ଗୀତ ଓ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।
କନ୍ୟା
ପରୋକ୍ଷଶତ୍ରୁତା ଏବଂ ପ୍ରତିରୋଧର ସାମ୍ନା କରିବାକୁ ଯାଇ ବ୍ୟସ୍ତବିବ୍ରତ ହେବେ। କର୍ମ କ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିବ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ଆମତ୍ୀୟଙ୍କ ବେଖାତିର କଥାବାର୍ତ୍ତା ଓ ଅସହଯୋଗ ମନୋବୃତ୍ତି ଇଚ୍ଛା ପୂରଣର ବାଧକ ସାଜିପାରେ।
ତୁଳା
ତୁଳା
ସ୍ୱାସ୍ଥ୍ୟ ସମସ୍ୟା ଗୁରୁତର ନ ହେଲେ ମଧ୍ୟ ସମ୍ପୂର୍ଣ୍ଣ ସୁସ୍ଥ ରହି ନ ପାରେ। ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ ହୋଇଯାଉଛି,ଆପଣଙ୍କ କ୍ଷେତ୍ରରେ ସେପରି ହେବନାହିଁ। ଅଧିକାଂଶ ସମୟରେ ପାରିବାରିକ ପ୍ରତିରୋଧ ଚେଷ୍ଟା କରୁଥିବା କାମକୁ ବିଶୃଙ୍ଖଳିତ କରିବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ଓ ଉଚ୍ଚସ୍ତରରୁ ସମ୍ମାନିତ ହେବେ।
ବିଛା
ବିଛା
ପାରିବାରିକ ସମସ୍ୟାଜନିତ ଟେନ୍ସନ କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ବଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟକୁ ସାଧନ କରିବେ। ବାଣିଜ୍ୟ ଓ ପରିବହନ ସକାଶେ ଅସୁବିଧା ହେବ ନାହିଁ।
ଧନୁ
ଧନୁ
ବନ୍ଧୁଙ୍କ ଦ୍ୱାରା ସକାଳୁ ଶୁଭଖବର ମନକୁ ଆହ୍ଲାଦିତ କରିବ। ସଭାସମିତିରେ ଏପରି ପ୍ରସ୍ତାବ ଦେବେ, ଯାହାକି ବନ୍ଧୁଙ୍କ ମନକୁ ବେଶ୍‌ ପାଇବ। ପ୍ରକାଶନ, ଏଜେନ୍‌ଶିପ୍‌, ଗଣମାଧ୍ୟମ, ବେତାର, ଆଇନ ଅଦାଲତ କ୍ଷେତ୍ରରେ ଶୁଭଫଳ ପାଇପାରନ୍ତି। ଭୁଲ୍‌ ବୁଝାମଣାରୁ ଜ୍ୱାଇଁ କିମ୍ବା ମାମୁଘର ବ୍ୟକ୍ତି ଚିନ୍ତାର କାରଣ ହୋଇପାରନ୍ତି।
ମକର
ମକର
ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ବିଭିନ୍ନ କାରଣରୁ ବିଶେଷ ଭଲ ରହି ନ ପାରେ। ଶତ୍ରୁତା, ଈର୍ଷାପରାୟଣ, ଅସୁସ୍ଥତା ଓ ଅଭାବବୋଧ ପ୍ରଭୃତି ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମ, ମାଙ୍ଗଳିକ କାର୍ଯ୍ୟ ଓ ଲେଖାପଢ଼ାରୁ ଶୁଭଫଳ ପାଇବେ।
କୁମ୍ଭ
କୁମ୍ଭ
ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ଆଶଙ୍କା ରହିଛି। ପାରିବାରିକ ଅଶାନ୍ତି ଲାଗି ରହିବା କାରଣରୁ ପାରିବାରିକ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଆନୁଷ୍ଠାନିକ କାମ, ସାହିତ୍ୟ, କଳା କ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ

ପ୍ରତ୍ୟେକ ସମସ୍ୟାକୁ ସମାଧନ କରିବାରେ ସଫଳତା ଲାଭକରି ଆନନ୍ଦ ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବନ୍ଧୁ ମିଳନରୁ ଆନନ୍ଦିତ ହେବେ ଏବଂ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଭ୍ର୍ରାତୃବିବାଦ ସୃଷ୍ଟି ହେବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri