Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। କୃତ୍ତିକା ନକ୍ଷତ୍ରର ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂରହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରି କାମ ଚଳାଇନେବାକୁ ଚେଷ୍ଟା କରିପାରନ୍ତି।
ବୃଷ
ବୃଷ
ଆଜି କୌଣସି ସାମାଜିକ କାମରେ ବିଶେଷ ସମୟ ନେବାକୁ ବାଧ୍ୟହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ। କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ। ରୋହିଣୀ ନକ୍ଷତ୍ର ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ଆକାର ଧାରଣ କରିବାର ସମ୍ଭାବନା ରହିଛି। ଆରଦ୍ରା ନକ୍ଷତ୍ରର ସ୍ବାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇପାରେ।
କର୍କଟ
କର୍କଟ
ଆଜି ଅଶ୍ଳେଷା ନକ୍ଷତ୍ର ସମସ୍ୟାଗୁଡ଼ିକର ସରଳ ସମାଧାନ କରିବାରେ ସଫଳ ହେବେ। ଅଫିସ୍‌ରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ କଳହକୁ କେନ୍ଦ୍ରକରି ସାୟାହ୍ନେ ଭାବପ୍ରବଣ ହୋଇପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ।
ସି˚ହ
ସି˚ହ
କାମର ଚାପ ବୃଦ୍ଧି ପାଇବା କାରଣରୁ ସ୍ଥିରତା ରହିବ ନାହିଁ। ଗତକାଲି ପରି ଆଜି ମଧ୍ୟ ମଘା ନକ୍ଷତ୍ରର ପରିସ୍ଥିତି ଅପରିବର୍ତ୍ତିତ ରହିବ। କ୍ରନିକ୍‌ ରୋଗ, ଦୀର୍ଘଦିନର ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ହସ୍ତା ନକ୍ଷତ୍ର ବନ୍ଧୁ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି। କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନ ପାଇଁ ରାସ୍ତା ଖୋଜି ପାଇବେ। ଆଜିର ଅଧିକାଂଶ ସମୟ ବନ୍ଧୁଙ୍କ ସହଯୋଗ କାରଣରୁ ଭଲ ରହିବ। ଅଫିସ୍‌ରୁ ଆସିବା ବେଳକୁ ମନ ପସନ୍ଦର ଜିନିଷ କିଣିବାରେ ସମର୍ଥ ହେବେ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯତ୍ନ କଲେ ବିଫଳ ହେବେନି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। କେତେକ କ୍ଷେତ୍ରରେ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି। ଚିତ୍ରା ନକ୍ଷତ୍ର ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ।
ବିଛା
ବିଛା
ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ କିଛି ଅସୁବିଧା ହେବନି। କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଅନୁରାଧା ନକ୍ଷତ୍ର ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିଙ୍କ ଦେଖାସାକ୍ଷାତ୍‌ରୁ ଉପକୃତ ହେବେ।
ଧନୁ
ଧନୁ
ବେଖାତିର ଭାବରେ ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ଆଲୋଚନା ପରିସର, ସଭାସମିତି, ତର୍କ ଓ ବିବାଦରେ ସ୍ଥଗିତ କାମକୁ ପୂରା କରିବେ। ପୂର୍ବାଷାଢ଼ା ନକ୍ଷତ୍ର ଆଲୋଚନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ।
ମକର
ମକର
ଯେତେ ଚେଷ୍ଟାକଲେ ମଧ୍ୟ ସବୁ କାମ ବିଳମ୍ବରେ ହିଁ ସମ୍ପନ୍ନ ହେବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ ଓ ସାମୟିକ ଅସୁବିଧାର ସମ୍ମୁଖୀନ ହେବେ। ଶ୍ରବଣା ନକ୍ଷତ୍ର ସକାଶେ ବିବାଦୀୟ ଘଟଣାର ପରିସ୍ଥିତି ହଠାତ୍‌ ବଦଳି ଯାଇପାରେ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ଆଜିର ଫେରନ୍ତା ବାଟରେ ହଠାତ୍‌ ମୂଲ୍ୟବାନ୍‌ ଦ୍ରବ୍ୟ ମିଳିପାରେ। ଶତଭିଷା ନକ୍ଷତ୍ର ସକାଶେ ଅସମୟରେ ପାଖପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ କରିବେ। ଆପଣ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଚେଷ୍ଟା କରୁଥିବା କାମ, କଚେରି ମାମଲା ଏବଂ ଜମିଜମା ବିବାଦରେ ଉପକୃତ ହେବେ।
ମୀନମୀନ

ସମସ୍ୟାଗୁଡ଼ିକୁ ସାମ୍‌ନା କରି ନ ପାରି ବିବ୍ରତ ବୋଧ କରିପାରନ୍ତି। ହାତକୁ ନେଇଥିବା କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବନାହିଁ। ରେବତୀ ନକ୍ଷତ୍ରର ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି। ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମନର ସ୍ଥିତିକୁ ଦୋଦୁଲ୍ୟମାନ ଅବସ୍ଥାରେ ରଖିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବାରେ ସଫଳ ହେବେ।...

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପରିବାରରେ ପିଲାମାନଙ୍କ ଶିକ୍ଷାସମସ୍ୟାର ସମାଧାନ ସାଙ୍ଗକୁ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ପରିବହନ ଓ ପ୍ରକାଶନରେ ସମସ୍ୟା ମୁକ୍ତ ରହିବେ।...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କାରଣରୁ ସ୍ବାସ୍ଥ୍ୟସମସ୍ୟା, କରଜଦାତାଙ୍କ ଚାପ, ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ...

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି...

ରାଶିଫଳ: ରବିବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ପରିବାରର ସହମତି ଓ ସହଯୋଗ କାରଣରୁ ଆପଣଙ୍କ କାମ ନିର୍ବିଘ୍ନରେ ସମ୍ପନ୍ନ ହେବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।...

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ଲି-ନାମାକ୍ଷର ବ୍ୟକ୍ତିଙ୍କ ଦୈହିକ ଓ ମାନସିକ ସୁସ୍ଥତା ବ୍ୟାହତ ହେବ। ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri