Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ
ପଦାଧିକାରୀଙ୍କ ଅନୁକମ୍ପାରୁ ଅର୍ଥନୈତିକ ଉତ୍କର୍ଷ ମୁହଁରେ ହସ ଫୁଟାଇବ। କିନ୍ତୁ ଏମିତି କେତେକ କାମ ରହିଛି, ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ ହୋଇପଡ଼ିବେ। ପୁତ୍ରକନ୍ୟାଙ୍କ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି, କିନ୍ତୁ ପାରିବେ ନାହିଁ।
ବୃଷ
ବୃଷ
ସହକର୍ମୀଙ୍କ ପ୍ରଭାବରେ ଅଶାନ୍ତି ଓ ଅର୍ଥାଭାବର ପରିସ୍ଥିତି ବଦଳିବାରେ ଲାଗିବ। ବନ୍ଧୁ ସାମୟିକ ସହଯୋଗକୁ ନିଜ ସ୍ବାର୍ଥ ସାଧନ ଦିଗରେ ଲଗାଇ ପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ଭାଇ କିମ୍ବା ଭଉଣୀଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଆଜିର ଯାତ୍ରା, ପ୍ରଶାସନ, ଆଇନ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ସ୍ତ୍ରୀଙ୍କ ଅନୁପ୍ରେରଣା, ପଡ଼ୋଶୀଙ୍କ ପ୍ରତ୍ୟକ୍ଷ ସହଯୋଗ ସମସ୍ୟା ସମାଧାନ କ୍ଷେତ୍ରରେ ସାହାଯ୍ୟ କରିବ। ପରିଭ୍ରମଣ, ନୂତନ ସ୍ଥାନ ପରିଦର୍ଶନ ଓ ସତ୍‌ସଙ୍ଗ ସୁଯୋଗ ପାଇବେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥସାହାଯ୍ୟ ପାଇବେ।
କର୍କଟ
କର୍କଟ
ଆଜି ଏକାଧାରରେ ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟ ଅତୁଟ ରହିବ। ବନ୍ଧୁଙ୍କ ସାହାଯ୍ୟ ଓ ବଦାନ୍ୟତା ଅର୍ଥଲାଭ କରାଇଲେ ସୁଦ୍ଧା ଶନିଙ୍କ ପ୍ରଭାବରେ ପାରିବାରିକ କ୍ଷେତ୍ର ଅସ୍ଥିରତା ରହିବ। ଆଲୋଚନା ପରିସରରେ ବିପକ୍ଷ ବ୍ୟକ୍ତିମାନଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ଲାଭକରି ଦୂରଯାତ୍ରା କରିପାରନ୍ତି।
ସି˚ହ
ସି˚ହ
ଆଜିର ଗ୍ରହସ୍ଥିତି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରକୁ ସରସ କରିପାରେ। ପଡ଼ୋଶୀ ସହ ସମ୍ପର୍କ ଯୋଡ଼ିବାରେ ଆପଣଙ୍କ କୌଶଳ କାମରେ ଆସିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇବେ। ସଭାସମିତି, କଳା ସାହିତ୍ୟ, ରାଜନୀତି, ଜମିଜମା ତଥା ଗଠନମୂଳକ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରି ପତିଆରା ଜାହିର୍‌ କରିପାରିବେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ଏବଂ ସାମାଜିକ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ। ଶନିଙ୍କ ସୂତ୍ରରୁ ଋଣରେ ଅର୍ଥଲାଭ କରିବେ ଏବଂ ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। ଶତ୍ରୁତା କରୁଥିବା ବ୍ୟକ୍ତି ମନ୍ଦ ଉଦ୍ଦେଶ୍ୟ ନେଇ ନାନାଦି କଥା କହିପାରନ୍ତି।
ତୁଳା
ତୁଳା
ଆଜି ମନରେ ବହୁବିଧ ଭାବନା ଉଦ୍ରେକ ହେବ କିନ୍ତୁ ବେଶି ଆଶାକରି କିଛି ପାଇବେନାହିଁ। ନିଜ ଲୋକ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ବହୁ ପୂର୍ବର ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ତଥାପି ଜିନିଷପତ୍ର ହଜିଯିବାର ସମ୍ଭାବନା ରହଛି।
ବିଛା
ବିଛା
ଆଜି ଆପଣ ଯାହା କରନ୍ତୁନା କାହିଁକି ଆପଣଙ୍କର କୌଣସି ଅସୁବିଧା ହେବନାହିଁ। ଅବଶ୍ୟ ପ୍ରିୟଜନଙ୍କ ସହ ଏକ ସାଧାରଣ କିମ୍ବା ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅଫିସରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ପ୍ରଶଂସିତ ହେବେ। ଆଇନ ସହାୟତା ଲାଭକରି ମାଲି ମକଦ୍ଦମା ଫଇସଲା ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ଆଜି ଆପଣଙ୍କ ପାଇଁ ଯିଏ ଖାଲ ଖୋଳିବ ସେଥିରେ ସେ ହିଁ ପଡ଼ିବାର ଖବର ପାଇବେ। ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କଲେ ହଇରାଣରେ ପଡ଼ିପାରନ୍ତି। ନୂତନ ବନ୍ଧୁ ପ୍ରସ୍ତାବ ସମ୍ପର୍କୀୟ ଆଲୋଚନା ଫଳପ୍ରଦ ହୋଇପାରେ । ଉତ୍ତେଜନାପୂର୍ଣ୍ଣ ମାନସିକ ସ୍ଥିତିଜନିତ କୌଣସି ସମସ୍ୟା ମନକୁ ବାରମ୍ବାର ଆନ୍ଦୋଳିତ କରିପାରେ।
ମକର
ମକର
ଗଣତନ୍ତ୍ରର ପ୍ରତୀକ ଶନିଶ୍ଚର ଗଣମାଧ୍ୟମ ସମ୍ବନ୍ଧିତ ବ୍ୟକ୍ତିଙ୍କ ସକାଶେ ଖୁସି ଖବର ପ୍ରଦାନ କରିବ। ବୈରାଗ୍ୟକାରକ ହେତୁ ବୈଷୟିକ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍‌ନା କରିବେ। ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। କେତେକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସି ହୋଇପାରିବେ ନାହିଁ। ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଲାଗି ରହିବ। ପ୍ଲଟିଙ୍ଗ କାରବାର, ପ୍ରକାଶନ, ପ୍ରଶାସନ ଓ ଆନୁଷ୍ଠାନିକ କାମରେ ସମସ୍ୟାର ସମାଧାନ କରିପାରିବେ।
ମୀନମୀନ

କର୍ମକ୍ଷେତ୍ରରେ ସାଧାରଣ କଥାରୁ ମନରେ ବିରକ୍ତିଭାବ ସୃଷ୍ଟି ହେବାର ଆଶଙ୍କା ରହିଛି। ପରିସ୍ଥିତି ଏପରି ହେବଯେ ଆଜି ଆପଣ କୈାଣସି ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା କଷ୍ଟପ୍ରଦ ହୋଇପାରେ। ଅବଶ୍ୟ ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରତିଷ୍ଠା ସାଙ୍ଗକୁ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ବଢ଼ିଯିବା କାରଣରୁ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ, ପରିବାର, ଯାନ ବାହନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ପ୍ରେମ ସମ୍ପର୍କ, ଆଲୋଚନା କ୍ଷେତ୍ର,...

ରାଶିଫଳ: ଗୁରୁବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ସକାଶେ ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ଭଲ; କିନ୍ତୁ ଖର୍ଚ୍ଚର ସୀମା ଟପିଯିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ...

ରାଶିଫଳ: ବୁଧବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ ଆଜିର ରାହୁଯୁକ୍ତ ଦ୍ୱାଦଶ ଚନ୍ଦ୍ର ଆପଣଙ୍କ ମନରେ ଅସ୍ଥିରତା ସୃଷ୍ଟି କରିବ। ଋଣ ପରିଶୋଧ, ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିିବେ। ବନ୍ଧୁମାନଙ୍କ ସାହାଯ୍ୟରୁ ଜମିଜମା ବିବାଦରେ, ପରିବହନର ଝଗଡ଼ାରେ ସମାଧାନ ହୋଇପାରିବ। ବିଭିନ୍ନ...

ରାଶିଫଳ: ସୋମବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ ଆଜି ଘରର କେତେକ ଅକୁହା କଥାକୁ ଚିନ୍ତାକରି ମନରେ ଆଲୋଡ଼ନ ସୃଷ୍ଟି ହେବ। ପରୋକ୍ଷ ଶତ୍ରୁତାଜନିତ ଭୟ ଓ ଆଶଙ୍କାରେ ବିବ୍ରତ ରହିବେ। ପରିସ୍ଥିତିର...

ରାଶିଫଳ: ରବିବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ ଆଜି ବାଧକାଧିପ ରାଶିକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ ଆଗକୁ ଗୋଡ ବଢାନ୍ତୁ। ଅଫିସ୍‌ ରେ କୈାଣସି ଖବର ପାଇ ସାମୟିକ ଭାବରେ...

ରାଶିଫଳ: ଶନିବାର , ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ଦୂରଯାତ୍ରା କରିପାରନ୍ତି। ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହେବେ। ପରିବାର, ଯାନବାହନ, ପରିବହନ ଏବଂ...

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜି ନବମ ଚନ୍ଦ୍ର ଯୋଗୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ ଏବଂ ଧର୍ମକାର୍ଯ୍ୟ କରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri