Posted inRasifala

ରାଶିଫଳ: ଶନିବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ପ୍ରତ୍ୟେକ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। କେତେକ ପ୍ରତିବନ୍ଧକ କାରଣରୁ ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବ। ପରିବାରର ଆବଶ୍ୟକତାକୁ ନେଇ ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ଦୀର୍ଘଦିନରୁ ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ୍‌ଖବର ପାଇପାରିବେ।
ବୃଷ
ବୃଷ
ବନ୍ଧୁ ପରିଜନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସଭାସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ମିଥୁନ
ମିଥୁନ
ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଓ ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ମଧ୍ୟ ପାଇବେ। ସତର୍କରେ ନ ଚଳିଲେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
କର୍କଟ
କର୍କଟ
ଦୀର୍ଘଦିନର ଆଶା ଫଳବତୀ ହେବାରୁ ମନ ପ୍ରଫୁଲ୍ଲ ହୋଇଯିବ। ବନ୍ଧୁଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ସି˚ହ
ସି˚ହ
ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରି ଉପକୃତ ହେବେ। ସାମାଜିକସ୍ତରରେ ସମ୍ମାନ ଲାଭ କରିବେ। ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ କହି ବିରୋଧୀ ହୋଇପାରନ୍ତି ।
କନ୍ୟା
କାର୍ଯ୍ୟ ହାସଲ ଲାଗି ମିଠାକଥା କହି ବନ୍ଧୁଙ୍କୁ ଆପଣାର କରିବେ। ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ ଘଟଣା ଓ ମାଲିମକଦ୍ଦମା ସମାଧାନ ହୋଇଯିବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ନିର୍ମାଣ କାର୍ଯ୍ୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ବ୍ୟୟ ବୃଦ୍ଧି କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ବିଛା
ବିଛା
ପରିଜନଙ୍କ ସହ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇଦେବ। କର୍ମକ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସାମାଜିକସ୍ତରରେ ବିଳମ୍ବରେ ହେଲେ ମଧ୍ୟ ଅଭୀଷ୍ଟ ସିଦ୍ଧି ଘଟିବ।
ଧନୁ
ଧନୁ
ଅତୀତ ଘଟଣାକୁ ନେଇ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ସ୍ବାସ୍ଥ୍ୟ ସମସ୍ୟା ବୃଦ୍ଧି ହେତୁ ମାନସିକ ସୁସ୍ଥତା ବ୍ୟାହତ ହେବ। ପ୍ରଶାସନିକସ୍ତରରେ ଅପରାହ୍ନରେ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକସ୍ତରରେ ଅର୍ଥାଭାବ ଯୋଗୁ ବିଚଳିତ ହେବେ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। କେତେକ କ୍ଷେତ୍ରରେ ଆମତ୍ନିର୍ଭରଶୀଳ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ଏବଂ ବିଶେଷ ଲାଭବାନ୍‌ ହେବେ।
କୁମ୍ଭ
କୁମ୍ଭ
ମନ ଭଲ ନ ଥିବା କାରଣରୁ କର୍ମକ୍ଷେତ୍ର ପ୍ରତି ଉଦାସୀନ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପରିବାର ସକାଶେ ଧାର ଉଧାର କରିବାକୁ ପଡ଼ିପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ନୀଚ୍ଚ ମନୋଭାବ ସମ୍ପନ୍ନ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ମନ କଥା ମନରେ ରଖି କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। କେତେକ କ୍ଷେତ୍ରରେ ମଧ୍ୟ ହାତପାଆନ୍ତାରେ ସୁଯୋଗ ପାଇବେ। ରାଜନୈତିକସ୍ତରରେ ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇଉଠିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସକାଳୁ ପ୍ରିୟଜନଙ୍କ ସହ କାର୍ଯ୍ୟାରମ୍ଭର ଯୋଜନା କରିପାରନ୍ତି। ଧାର ନେଇଥିବା ବ୍ୟକ୍ତିଟି ପରିଶୋଧର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରିବେ। ହୋଟେଲ...

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ନେଇ ମନ ଭଲ ରହିନପାରେ। କୃତ୍ତିକା ନକ୍ଷତ୍ର ସକାଶେ ସାଧାରଣ ଘଟଣାକୁ କେନ୍ଦ୍ର କରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ।...

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମନର ସ୍ଥିତିକୁ ଦୋଦୁଲ୍ୟମାନ ଅବସ୍ଥାରେ ରଖିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବାରେ ସଫଳ ହେବେ।...

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପରିବାରରେ ପିଲାମାନଙ୍କ ଶିକ୍ଷାସମସ୍ୟାର ସମାଧାନ ସାଙ୍ଗକୁ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ପରିବହନ ଓ ପ୍ରକାଶନରେ ସମସ୍ୟା ମୁକ୍ତ ରହିବେ।...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କାରଣରୁ ସ୍ବାସ୍ଥ୍ୟସମସ୍ୟା, କରଜଦାତାଙ୍କ ଚାପ, ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ...

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri