Posted inRasifala

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୨୦ ତାରିଖ – Daily Horoscope

ମେଷ
ପୂର୍ବରୁ ଯଦି କିଛି ସମସ୍ୟା ରହିଥାଏ ତାହା ମଧ୍ୟ ଅପରାହ୍ନରେ ସୁଧୁରିଯିବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ, ମରାମତି, ଯାନ୍ତ୍ରିକ ଜିନିଷ କିଣାବିକା, ସବୁ କିଛି ପାଇଁ ଭଲ। କିନ୍ତୁ ପଡ଼ୋଶୀ, ସହକର୍ମୀଙ୍କ କାମରେ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
ବୃଷ
ବୃଷ
ସକାଳୁ ବନ୍ଧୁଙ୍କ ସମ୍ପର୍କରେ କିଛି ଅର୍ଥ କିମ୍ବା ଖୁସି ଖବର ପାଇବେ। କର୍ମକ୍ଷେତ୍ରକୁ ଯିବା ବାଟରେ ଅଜଣା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଆଲୋଚନା ପରିସରରେ କୌଣସି ନୂଆ କାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ଼ ସମର୍ଥନ ଜଣାଇବେ। ଆଜିର ଭ୍ରମଣ ରାଜନୀତି, ପ୍ରଶାସନ, ସାହିତ୍ୟ ଓ ସଙ୍ଗଠନ ପାଇଁ ଭଲ।
ମିଥୁନ
ମିଥୁନ
ଦୀର୍ଘଦିନରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଲଢ଼େଇ ଜାରି ରଖିବାକୁ ପଡ଼ିବ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ବ୍ୟବସାୟ କିମ୍ବା ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବାରୁ ଅଶାନ୍ତି ଲାଗିରହିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବାରୁ ଚିନ୍ତିତ ରହିପାରନ୍ତି।
କର୍କଟ
କର୍କଟ
ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ। କଚେରି ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବ। ବନ୍ଧୁବାନ୍ଧବ ସୁବିଧାବାଦୀ ଗୁଣରେ ଶୋଷଣ କରିବେ, ଏଣୁ ବୁଝିବିଚାରି କାମ କରନ୍ତୁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ନୂଆ କାମ ହାତକୁ ନେଇ ଏହାକୁ ଆଗେଇନେବେ। ଦେହ ଭଲ ରହିବ, ମାତ୍ର ସାମୟିକ ଦୁର୍ବଳତାଜନିତ କ୍ଲାନ୍ତିବୋଧ କରିବେ। ଅଧିକାଂଶ ସମୟ ସହକର୍ମୀ କିମ୍ବା ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହ ହାତ ମିଳାଇ କାମ କରିପାରନ୍ତି। ପରିବାର ମଧ୍ୟରେ ପରସ୍ପରକୁ ଦୋଷ ଦେଇ ଅଶାନ୍ତି ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି।
କନ୍ୟା
ବିଳମ୍ବରେ କାମ ସମ୍ପନ୍ନ ହେଉଥିବାରୁ ଆଜିର ପରିସ୍ଥିତିରେ ଧୈର୍ଯ୍ୟଚ୍ୟୁତି ଘଟିପାରେ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା କରିବା ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିବ। ଭୁଲ୍‌ ବୁଝାମଣା କାରଣରୁ ଘରୋଇ କଳହକୁ ନେଇ ଅଶାନ୍ତି ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
ତୁଳା
ତୁଳା
ଯେତେ ଚୁପ୍‌ ରହିଲେ ମଧ୍ୟ ପରିବାର ଭିତରେ ପ୍ରଶଂସା ସୂଚକ ପଦୁଟିଏ କଥା ଶୁଣିବାକୁ ମିଳିବ ନାହିଁ। ବ୍ୟବସାୟରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟହେବେ।
ବିଛା
ବିଛା
କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହଯୋଗ ଆଶା କରିବେ। ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ସାମାଜିକ ସ୍ତରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ବ୍ୟବସାୟ, ପରିବହନ, ରାଜନୀତି, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରୁ ଶୁଭଫଳ ମିଳିବ।
ଧନୁ
ଧନୁ
ଆଜିର ଆନୁଷ୍ଠାନିକ କାମରେ ସମ୍ପର୍କୀୟଙ୍କ ସାହାଯ୍ୟ ଅବଶ୍ୟ ମିଳିବ। ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳିନେବେ। ଆଗାମୀ ମଙ୍ଗଳୋସତ୍ବ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କୌଣସି ବ୍ୟକ୍ତିଙ୍କ ସରଳକଥାକୁ ଆଧାରକରି ଖୁବ୍‌ ଆଶାବାଦୀ ହେବେ।
ମକର
ମକର
କର୍ମକ୍ଷେତ୍ରରେ ନିଜର ଅବହେଳାରୁ କେତେକ ସୁଯୋଗ ହାତଛଡ଼ା ହୋଇପାରେ। ଆମତ୍ୀୟମାନଙ୍କ ସହ ମତପାର୍ଥକ୍ୟ ହେବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିବ। ନିଜ ଆଶା ଅନୁଯାୟୀ କାମରେ ପ୍ରବୃତ୍ତ ରହିଲେ ସଫଳତା ପାଇବେ।
କୁମ୍ଭ
କୁମ୍ଭ
ସାମାଜିକ ସ୍ତରରେ ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ହୋଇପାରନ୍ତି। ଫେରିବା ରାସ୍ତାରେ ଅପରିଚିତ ବ୍ୟକ୍ତିଙ୍କ ସହ ଯୁକ୍ତିତର୍କ କାରଣରୁ ବ୍ୟସ୍ତତା ବୃଦ୍ଧିପାଇବ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ଏଜେନ୍ସି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ସାମୟିକ ଶାରୀରିକ ଅସୁସ୍ଥତା ମାନସିକ ଅଶାନ୍ତି ସୃଷ୍ଟି କରିପାରେ।
ମୀନମୀନ

ପରିବାର ମଧ୍ୟରେ ଯେତେ ପ୍ରକାର ମନ ନେଇ କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରି ପାରିବେ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବୁଝାମଣାରେ ଅଗ୍ରଗତି ସହ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ବନ୍ଧୁଙ୍କ ପରାମର୍ଶକ୍ରମେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri