Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ
ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରି ପାରିଲେ ନିଶ୍ଚିତ ଉପକୃତ ହେବେ। ଅଭାବ ପୂରଣ ଦିଗରେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଯୋଜନା କାର୍ଯ୍ୟକାରୀ ହେବାରେ ସହକର୍ମୀଙ୍କ ଅବଦାନ ସ୍ମରଣୀୟ ରହିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ସହ ଦୂରଯାତ୍ରାର ସୂଚନା ରହିଛି।
ବୃଷ
ବୃଷ
ଉଚ୍ଚାରୋହୀ ରବି ଓ ମିତ୍ରକ୍ଷେତ୍ରସ୍ଥ ଚନ୍ଦ୍ର ପ୍ରଭାବରୁ ଇଚ୍ଛାଶକ୍ତିର ପ୍ରାବଲ୍ୟଜନିତ ମାନସିକ ସ୍ଥିରତା ଅକ୍ଷୁଣ୍ଣ ରହିବ। ସାମାଜିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆତ୍ମୀୟଙ୍କ ପାଇଁ ଚିନ୍ତା ବଢ଼ିପାରେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ମନକୁ ଆନ୍ଦୋଳିତ କରିବ। ମହିଳାମାନେ ପଶ୍ଚାତ୍ତାପ କରିପାରନ୍ତି।
ମିଥୁନ
ମିଥୁନ
ସାଧାରଣ କଥାରେ କଳହ ସୃଷ୍ଟି ହୋଇ ପାରିବାରିକ ସମ୍ପର୍କ ଖରାପ ହୋଇପାରେ। କର୍ମକ୍ଷେତ୍ରରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ନିଜ ପରିସର ବ୍ୟକ୍ତିବିଶେଷଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
କର୍କଟ
କର୍କଟ
ଅଭାବବୋଧ ଦୂରେଇବାରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେଇପାରନ୍ତି। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଆନୁଷ୍ଠାନିକ କିମ୍ବା ନିର୍ମାଣ କ୍ଷେତ୍ରରେ ସମସ୍ୟା ବୃଦ୍ଧି ହେତୁ ବ୍ୟସ୍ତତା ବଢ଼ିଯିବ। କଳା, କ୍ରୀଡ଼ା, ସାହିତ୍ୟଚର୍ଚ୍ଚା ତଥା ସଙ୍ଗୀତ ଓ ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ।
ସି˚ହ
ସି˚ହ
ବନ୍ଧୁଙ୍କ ପରାମର୍ଶକ୍ରମେ ଦୃଢ଼ ପଦକ୍ଷେପ ନେଇ ସ୍ଥଗିତ କାମକୁ ସମ୍ପନ୍ନ କରିପାରିବେ। କିନ୍ତୁ ପଡ଼ୋଶୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କଲେ ଅପଦସ୍ଥ ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ପରିବାରରେ ସହମତି ଭିତ୍ତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
କନ୍ୟା
 କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ପରିବାରର ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବ। ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି, ମାତ୍ର ପରକ୍ଷଣରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ମାଦକ ଦ୍ରବ୍ୟ ସେବନରୁ ବକ୍ଷ ବେଦନା ସୃଷ୍ଟି ହେବାର ସୂଚନା ରହିଛି।
ତୁଳା
ତୁଳା
ଆଜି ଆପଣ ହିତୈଷୀଙ୍କ ପରାମର୍ଶ ନେଇ କାଯର୍‌ୟ କଲେ ବିଶେଷ ଭାବରେ ଉପକୃତ ହେବେ। ପାରସ୍ପରିକ ବୁଝାମଣା ହେତୁ ପରିବାରରେ ପୁନର୍ବାର ଶାନ୍ତି ଫେରି ଆସିବ। କିନ୍ତୁ ବିଶାଖା ନକ୍ଷତ୍ରର ମାନସିକ ଅବସାଦ ଯୋଗୁ କର୍ମକ୍ଷେତ୍ର ଉତ୍ସାହପ୍ରଦ ହେବ ନାହିଁ। ସାବଧାନତା ଅଭାବରୁ ଯାତ୍ରାରେ ସତର୍କ ନ ରହିଲେ କ୍ଷତିରେ ପଡ଼ିବେ।
ବିଛା
ବିଛା
ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ସଂପୂର୍ଣ୍ଣ ହେବା କଷ୍ଟକର ହେବ। ସାଧାରଣ କଥାକୁ କେନ୍ଦ୍ରକରି ଅନ୍ୟ ଉପରେ ବିରକ୍ତି ହେବା ମହଙ୍ଗା ପଡ଼ିପାରେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ଧନୁ
ଧନୁ
ଭାବପ୍ରବଣତାବଶତଃ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ଅତି ନିଜର ବୋଲି ଭାବୁଥିବା ବନ୍ଧୁଟି ହିଁ ସମସ୍ୟାର କାରଣ ହୋଇପାରେ। ସାମାଜିକ ସ୍ତରରେ ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ମକର
ମକର
ବାରମ୍ବାର ବିଭିନ୍ନ ପ୍ରତିରୋଧର ସାମ୍ନାକରି ହତୋତ୍ସାହିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀ ଓ ଘରୋଇ କାମରେ ପଡ଼ୋଶୀ ସହଯୋଗ କରିବେ। ନୂତନ କାମରେ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇ ପାରିବ ନାହିଁ। ସୀମା ବିବାଦ ଦୂର ହେବାରୁ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରେ ପ୍ରତିବନ୍ଧକ ରହିବ ନାହିଁ।
କୁମ୍ଭ
କୁମ୍ଭ
ଆପଣଙ୍କ ପ୍ରଭାବଶାଳୀ ବକ୍ତବ୍ୟ ଜନମାନସକୁ ପ୍ରଭାବିତ କରିବାରେ ସମର୍ଥ ହେବ। ମାତ୍ର ନିଜ ଲୋକମାନଙ୍କ ଅପପ୍ରଚାର ଓ ପରୋକ୍ଷଶତ୍ରୁତା ସମସ୍ୟାକୁ ଦ୍ୱିଗୁଣିତ କରିବ। ପରିବାରରେ ସ୍ବାମୀ ଓ ସ୍ତ୍ରୀ ମଧ୍ୟରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ପରକଥାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।
ମୀନମୀନ

ଆଜି ଆପଣ ଲୋକସମ୍ପର୍କର ହ୍ରାସ ସଙ୍ଗକୁ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ସାଧାରଣ କଥାରେ ଯୁକ୍ତିତର୍କ କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ବୁଝିବେ। ଆୟ ତୁଳନାରେ ବ୍ୟୟ ବୃଦ୍ଧି ଲାଗି ରହିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ଆପଣ ଯାହା କରନ୍ତୁନା କାହିଁକି ନିଜର ଲୋକମାନେ ବିବାଦୀୟ ମନ୍ତବ୍ୟ ଦେଇଚାଲିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧି ଜନିତ ବୈଷୟିକ ସୁଖ, ସମୃଦ୍ଧିରୁ ଖୁସିରହିବେ। ଆଲୋଚନା...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା ଯୋଗୁ ଦ୍ୱିଜା ନକ୍ଷତ୍ର ଆନନ୍ଦିତ ହୋଇପାରନ୍ତି।...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ର ଆପଣଙ୍କ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ରକୁ ନିରୁପଦ୍ରବ କରି ରଖିବ। ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ସ୍ୱାସ୍ଥ୍ୟହାନିଜନିତ ଦୁଶ୍ଚିନ୍ତା ବଢ଼ିପାରେ।...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟାକରି ବିଫଳ ହେବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।...

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ଭାଗ୍ୟସ୍ଥାନସ୍ଥ ଚନ୍ଦ୍ର ହେତୁ ସ୍ଥଗିତ କାମ ସମ୍ପନ୍ନ ସକାଶେ ତପ୍ତର ରହିବେ। ବନ୍ଧୁଙ୍କ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସାହାଯ୍ୟ କରିବ। ଅଧିକ...

ରାଶିଫଳ: ରବିବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ଆପଣ କଳାନୁରାଗୀ, ସଙ୍ଗୀତପ୍ରିୟ, ସାହିତ୍ୟରସିକ ଓ ଚଳଚ୍ଚିତ୍ରପ୍ରେମୀ ଭାବରେ ପ୍ରଶଂସିତ ହୋଇପାରନ୍ତି। ମଙ୍ଗଳଙ୍କ କୁପ୍ରଭାବରୁ ଦେହ ଖରାପ ରହିପାରେ। ଅଶ୍ୱିନୀ ନକ୍ଷତ୍ରର କାମ ଯଥା...

ରାଶିଫଳ: ଶନିବାର , ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ପଦାଧିକାରୀଙ୍କ ପ୍ରୋତ୍ସାହନ ଲାଭକରି କାମକୁ ଉତ୍ସାହର ସହ କରିବେ। ପ୍ରତ୍ୟେକ ଦିଗରୁ ସୁବିଧା ଥିଲେ ମଧ୍ୟ ଭୁଲ୍‍ ବୁଝାମଣାରୁ ପାରିବାରିକ ଶାନ୍ତି ବ୍ୟାହତ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଅଷ୍ଟମ ଚନ୍ଦ୍ରଜନିତ ସମସ୍ୟା ଲାଗିରହିବା କାରଣରୁ ଗତକାଲିଠାରୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ବିଭିନ୍ନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image