Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ
ଆଜି ଅଷ୍ଟମ ଚନ୍ଦ୍ରଜନିତ ଦୈହିକ ଓ ମାନସିକ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ଋଣ ପରିଶୋଧ ସାଙ୍ଗକୁ ପୂର୍ବଶତ୍ରୁତା ଦୁଶ୍ଚିନ୍ତା ବୃଦ୍ଧି କରିବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭବାନ୍‌ ହେବେ। ଅଟକି ରହିଥିବା କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି।
ବୃଷ
ବୃଷ
ଶନି ଓ ରାହୁଙ୍କ ପ୍ରଭାବରୁ ଅସ୍ବାଭାବିକ ପରିସ୍ଥିତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଚାପର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ କ୍ଷେତ୍ରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବଢ଼ିଯିବ। ରାଜନୀତି ଓ କ୍ରୀଡ଼ା ତଥା ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ମିଥୁନ
ମିଥୁନ
କୌଣସି ହୃଦୟବାନ୍‌ ବ୍ୟକ୍ତିଙ୍କ ସହାୟତାରୁ କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲ ରହିବ। ନୂତନ ଯାନବାହନ, ଗୃହ ଓ ଜମିଜମା, ପରିବହନ କ୍ଷେତ୍ରରେ ଉନ୍ନତି କରିବେ। ସ୍ଥିର ମନରେ କାମ କରନ୍ତୁ, ଦେଖିବେ ସବୁକିଛିର ସମାଧାନ ଆପଣାଛାଏଁ ହୋଇଯିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ଅସହଯୋଗ କରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅନ୍ୟମନସ୍କ ରହିବା କାରଣରୁ ବିଭିନ୍ନ ପ୍ରକାର ସମସ୍ୟାକୁ ଡାକି ଆଣିପାରନ୍ତି। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପୁଷ୍ୟା ସଫଳତା ହାସଲ କରିବେ। ଆଇନ ଅଦାଲତ କ୍ଷେତ୍ରରେ ଟେନ୍‌ସନ ଦୂରେଇଯିବ। ବିଶେଷ ଭ୍ରମଣ ଓ କଠିନ ଶ୍ରମଜନିତ ସାମୟିକ ଅସୁସ୍ଥତା ଅନୁଭବ କରିବେ।
ସି˚ହ
ସି˚ହ
ରାଶିରେ ବୁଧଙ୍କ ପ୍ରଭାବଜନିତ କାର୍ଯ୍ୟସିଦ୍ଧି ଓ ଆର୍ଥିକ ସାହାଯ୍ୟ ପାଇପାରିବେ। ବନ୍ଧୁଙ୍କ ପରାମର୍ଶକ୍ରମେ କୌଣସି ନୂତନ କାମର ଯୋଜନା କରିପାରନ୍ତି। ସହକର୍ମୀଙ୍କ ସହ ଆଲୋଚନା, ଖେଳ, ମଉଜ ମଜଲିସ୍‌ରେ ସମୟ କଟାଇବେ। ପରିବାର ଭିତରେ ସବୁକଥାକୁ ସନ୍ଦେହ କଲେ କ୍ଷତିରେ ପଡ଼ିବେ।
କନ୍ୟା
ବଳବାନ୍‌ ରାଶ୍ୟାଧିପ ଆପଣଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ଦକ୍ଷତା ପ୍ରଦାନ କରି ଗୌରବ ବିମଣ୍ଡିତ କରିବେ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ଆକସ୍ମିକ ଭାବେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା ସହିତ ଅର୍ଥ ସମ୍ପର୍କିତ ସମସ୍ୟା ସୁଧାରିନେବେ।
ତୁଳା
ତୁଳା
ରାହୁ ଓ କେତୁଙ୍କ କୁପ୍ରଭାବରୁ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉଙ୍କିମାରିବ କିନ୍ତୁ ପୂର୍ଣ୍ଣାଙ୍ଗ ହେବନାହିଁ। ତଥାପି କୌଣସି ନୂତନ କର୍ମାରମ୍ଭ କରିବେ ଓ ଏଥିରେ ସହଯୋଗ ଅବଶ୍ୟ ମିଳିବ। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବ୍ୟୟଭାର କ୍ରମଶଃ କମିଆସିବ ଓ ଏ ଦିଗରେ ବନ୍ଧୁ ସାହାଯ୍ୟ କରିପାରନ୍ତି।
ବିଛା
ବିଛା
ପାପଗ୍ରହମାନଙ୍କ ପ୍ରଭାବରେ ବିଭିନ୍ନ ପ୍ରକାର କାମରେ ବ୍ୟସ୍ତ ରହୁଥିବା ଯୋଗୁ ମାନସିକ ସ୍ଥିରତା ରହିବ ନାହିଁ। ବାକିଥିବା ଟଙ୍କା ପଇସାକୁ ନେଇ ବିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ। ଘରୋଇ ବରାଦ ଅନୁଯାୟୀ କିଛି ମନୋରଞ୍ଜନ ଜିନିଷ କ୍ରୟ କରିବେ। ପାରିବାରିକ ସମସ୍ୟା ସମାଧାନରେ ସଫଳ ହେବେ।
ଧନୁ
ଧନୁ
ଆପଣଙ୍କ କାର୍ଯ୍ୟଦକ୍ଷତା, କଳା କୁଶଳତା ଓ ବନ୍ଧୁବତ୍ସଳତା ମାନସିକ ସ୍ଥିରତା ପାଇଁ ଖୋରାକ ଯୋଗାଇବ। କିନ୍ତୁ ବ୍ୟବସାୟ କ୍ରମଶଃ ସମସ୍ୟା ବହୁଳ ହେବାରୁ ଚିନ୍ତିତ ରହିପାରନ୍ତି। ଭ୍ରମଣ, ସଙ୍ଗଠନ, ରାଜନୀତି ଓ ପ୍ରଶାସନ ପାଇଁ ଦିନଟି ବହୁତ ଭଲ। କର୍ମକ୍ଷେତ୍ରରେ ଉପଯୁକ୍ତ ଭାବେ ସମ୍ମାନିତ ହୋଇପାରନ୍ତି।
ମକର
ମକର
ଗୁରୁଚଣ୍ଡାଳ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ଦେଇ ଗତି କରିବାକୁ ପଡ଼ିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ପାରିବାରିକ ସମସ୍ୟାର ସରଳ ସମାଧାନ ଦିଗରେ ଆତ୍ମୀୟଙ୍କ ଭୂମିକା ଅବିସ୍ମରଣୀୟ ରହିବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଅବଶ୍ୟ ଲକ୍ଷ୍ୟ ପୂରଣ ହେବ।
କୁମ୍ଭ
କୁମ୍ଭ
ଶୁକ୍ରଙ୍କ ସୁପ୍ରଭାବରେ ନୂତନ ବନ୍ଧୁପ୍ରସ୍ତାବ ସ୍ଥିରୀକୃତ ହେବା କାରଣରୁ ମନ ଖୁସି ହୋଇଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ରରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ। ଆଜିର ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ। ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ।
ମୀନମୀନ

କୌଣସି ସିଦ୍ଧାନ୍ତ ଗ୍ରହଣ ନ କରି ପରିସ୍ଥିତିକୁ ଲକ୍ଷ୍ୟକରି କାମକଲେ ଭଲ ହେବ। ଆଜିର କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ପାଖ ପଡ଼ୋଶୀଙ୍କ ସହାୟତାରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ମାଧ୍ୟମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ୍‌ କାମରେ କେତେକ ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। କୌଣସି ଆତ୍ମୀୟ ବ୍ୟକ୍ତିଙ୍କଠାରୁ...

ରାଶିଫଳ: ଶନିବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ ପଦାଧିକାରୀଙ୍କ ଅନୁକମ୍ପାରୁ ଅର୍ଥନୈତିକ ଉତ୍କର୍ଷ ମୁହଁରେ ହସ ଫୁଟାଇବ। କିନ୍ତୁ ଏମିତି କେତେକ କାମ ରହିଛି, ଯାହାକି ମନ ଚାହୁଁଥିଲେ ମଧ୍ୟ ଆପଣ ଅସମର୍ଥ...

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୧୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ, ପରିବାର, ଯାନ ବାହନ, ଜମିଜମା ଓ କଳହ ପ୍ରତି ସତର୍କ ରହିବା ଭଲ। ଶିକ୍ଷା, ସନ୍ତାନ, ପ୍ରେମ ସମ୍ପର୍କ, ଆଲୋଚନା କ୍ଷେତ୍ର,...

ରାଶିଫଳ: ଗୁରୁବାର, ଅକ୍ଟୋବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ସକାଶେ ଯାତ୍ରା, ବନ୍ଧୁମିଳନ ଓ ମନୋରଞ୍ଜନ ପାଇଁ ଭଲ; କିନ୍ତୁ ଖର୍ଚ୍ଚର ସୀମା ଟପିଯିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ...

ରାଶିଫଳ: ବୁଧବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ ଆଜିର ରାହୁଯୁକ୍ତ ଦ୍ୱାଦଶ ଚନ୍ଦ୍ର ଆପଣଙ୍କ ମନରେ ଅସ୍ଥିରତା ସୃଷ୍ଟି କରିବ। ଋଣ ପରିଶୋଧ, ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିିବେ। ବନ୍ଧୁମାନଙ୍କ ସାହାଯ୍ୟରୁ ଜମିଜମା ବିବାଦରେ, ପରିବହନର ଝଗଡ଼ାରେ ସମାଧାନ ହୋଇପାରିବ। ବିଭିନ୍ନ...

ରାଶିଫଳ: ସୋମବାର, ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ ଆଜି ଘରର କେତେକ ଅକୁହା କଥାକୁ ଚିନ୍ତାକରି ମନରେ ଆଲୋଡ଼ନ ସୃଷ୍ଟି ହେବ। ପରୋକ୍ଷ ଶତ୍ରୁତାଜନିତ ଭୟ ଓ ଆଶଙ୍କାରେ ବିବ୍ରତ ରହିବେ। ପରିସ୍ଥିତିର...

ରାଶିଫଳ: ରବିବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ ଆଜି ବାଧକାଧିପ ରାଶିକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଦେଖିଚାହିଁ ଆଗକୁ ଗୋଡ ବଢାନ୍ତୁ। ଅଫିସ୍‌ ରେ କୈାଣସି ଖବର ପାଇ ସାମୟିକ ଭାବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri