Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ବିଳାସକାରକ ଶୁକ୍ରଙ୍କ ନକ୍ଷତ୍ରରେ ରହିଥିବାରୁ ଅଭିଳାଷ ପୂରଣ ହେବା ସହ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ବିବାଦୀୟ କଥାରେ ମୁଣ୍ଡ ପୂରାନ୍ତୁ ନାହିଁ।
ବୃଷ
ବୃଷ
ତୃତୀୟାଧିପ କେନ୍ଦ୍ରସ୍ଥ ଯୋଗୁ ବନ୍ଧୁଙ୍କ ନିକଟରୁ ଯାହା ପାଉଛନ୍ତି ତାହାକୁ ଆଦରର ସହ ଗ୍ରହଣ କରିବା ଭଲ। ସମ୍ପର୍କୀୟଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଘଟିବ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ମିଥୁନ
ମିଥୁନ
କେନ୍ଦ୍ରାଧିପ ଦୋଷଯୁକ୍ତ ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ରଜନିତ କର୍ମକ୍ଷେତ୍ର ଓ ପାରିବାରିକ କ୍ଷେତ୍ରରେ ସମସ୍ୟା ବଢ଼ିପାରେ। ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ସଫଳତା ହାସଲ କରିବେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ ।
କର୍କଟ
କର୍କଟ
ଏକାଧିକ ଗ୍ରହ ଚତୁର୍ଥସ୍ଥ ହେତୁ ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ, ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିବ। ପରିବହନ, ବ୍ୟବସାୟ ଓ ସଂଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଉପୁଜିବ। ପୁନର୍ବସୁ ନକ୍ଷତ୍ର ଆର୍ଥିକ ଦୃଷ୍ଟିକୋଣରୁ ଉପକୃତ ହେବେ।
ସି˚ହ
ସି˚ହ
ଧନାଧିପ ଧନସ୍ଥ ଯୋଗୁ ଆର୍ଥିକ ସ୍ଥିତି ବଦଳି ଯିବାରୁ ମନ ହାଲୁକା ହୋଇଯିବ । ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ହୋଇଯିବ। କଳା, ସାହିତ୍ୟ, ସଂଗଠନ, ପ୍ରଶାସନିକ ସ୍ଥିତି ପ୍ରାୟତଃ ଭଲ ରହିବ।
କନ୍ୟା
ରାଶିରେ ବୁଧଙ୍କ ଶୁଭ ପ୍ରଭାବରୁ ସକାଳୁ କୌଣସି ଶୁଭ ଖବର ପାଇ ମନ ଖୁସି ହୋଇଯିବ। ଚିତ୍ରା ନକ୍ଷତ୍ର ବୁଝିବିଚାରି କାମ ନ କଲେ ସମସ୍ୟାକୁ ଡାକି ଆଣିବେ। ବହୁତ ଦିନରୁ ଇଚ୍ଛା ଥିବା ଜିନିଷଟି ପାଇ ଖୁସି ହେବେ। ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କଟ ହେବ ନାହିଁ।
ତୁଳା
ତୁଳା
ସ୍ବଗୃହୀ ବଳବାନ ଶୁକ୍ରଙ୍କ ସଂଯୋଗ ହେତୁ ଆଜି ସବୁ ଦିଗରୁ ଯେମିତି ଚାହୁଁଛନ୍ତି ସେମିତି ପାଇପାରିବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଦୀର୍ଘ ଦିନରୁ ରହିଥିବା ସମସ୍ୟାର ସମଧାନ ହୋଇଯିବ। ହଠାତ୍‌ ଜଣେ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, ଫଳରେ ଦୂର ଯାତ୍ରା କରିବାକୁ ପଡ଼ିପାରେ।
ବିଛା
ବିଛା
ଅଷ୍ଟମସ୍ଥ ରାଶ୍ୟାଧିପତି ହେତୁ ଫାଇଦା ହାସଲ ସକାଶେ ସର୍ବଦା ଚେଷ୍ଟିତ ରହିବା ହିଁ ସମସ୍ୟାର କାରଣ ହେବ। ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିପାରେ । ସାଙ୍ଗଠନିକ କାର୍ଯ୍ୟ, ସଭା ସମିତି, ରାଜନୀତିରେ ପ୍ରଶଂସିତ ହେବେ।
ଧନୁ
ଧନୁ
କେନ୍ଦ୍ରସ୍ଥ ବକ୍ରୀ ବୃହସ୍ପତି କାରଣରୁ ବିଭିନ୍ନ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। କିଛି ଗୁପ୍ତକଥା, କଳାଧନ, କଚେରି ମାମଲା ସମ୍ବନ୍ଧୀୟ ଅଯଥା ଚିନ୍ତା କରିପାରନ୍ତି। ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯତ୍ନ କରିପାରନ୍ତି । ପରିବହନ, ବ୍ୟବସାୟ, ଶିଳ୍ପ, ବାଣିଜ୍ୟରେ ଉନ୍ନତି କରିବେ।
ମକର
ମକର
ଅଷ୍ଟମସ୍ଥ ଚନ୍ଦ୍ର ପ୍ରଭାବରେ ଆପଣଙ୍କ ପ୍ରିୟ ବ୍ୟକ୍ତିଟି ଅଯଥା ବାକ୍ୟାଳାପ କରି ବିବାଦ ବୃଦ୍ଧି କରିପାରନ୍ତି। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଅବଶ୍ୟ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଏବଂ ଅଟକି ଥିବା କାମଟି ସହଜରେ ହାସଲ କରିବେ। ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ଚନ୍ଦ୍ରଙ୍କ ପାପ ପ୍ରଭାବରୁ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ। ସନ୍ଧ୍ୟାରେ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ।
ମୀନମୀନ
ଆପଣଙ୍କୁ ଆଜି ପ୍ରତ୍ୟେକ କ୍ଷେତ୍ରରୁ ନିରାଶ ହେବାକୁ ପଡ଼ିବ। ଅବଶ୍ୟ ଉତ୍ତରଭାଦ୍ରବ ନକ୍ଷତ୍ର ପାଇଁ ଲକ୍ଷ୍ୟ ପୂରଣ ହୋଇପାରିବ। ଗତକାଲି ରାତିରେ ଆଲୋଚନା ଅନୁଯାୟୀ ଆଜିର କାମ ସବୁ ଠିକ୍‌ ଠିକ୍‌ ହୋଇଯିବ। ଗସ୍ତ କାଯର୍‌ୟକ୍ରମ ବଦଳି ଯାଇପାରେ କିନ୍ତୁ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଚେଷ୍ଟା କରୁଥିବା କାମରେ ଅବଶ୍ୟ ସଫଳତା ପାଇବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସକାଳୁ ପ୍ରିୟଜନଙ୍କ ସହ କାର୍ଯ୍ୟାରମ୍ଭର ଯୋଜନା କରିପାରନ୍ତି। ଧାର ନେଇଥିବା ବ୍ୟକ୍ତିଟି ପରିଶୋଧର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରିବେ। ହୋଟେଲ...

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ନେଇ ମନ ଭଲ ରହିନପାରେ। କୃତ୍ତିକା ନକ୍ଷତ୍ର ସକାଶେ ସାଧାରଣ ଘଟଣାକୁ କେନ୍ଦ୍ର କରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ।...

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମନର ସ୍ଥିତିକୁ ଦୋଦୁଲ୍ୟମାନ ଅବସ୍ଥାରେ ରଖିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବାରେ ସଫଳ ହେବେ।...

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପରିବାରରେ ପିଲାମାନଙ୍କ ଶିକ୍ଷାସମସ୍ୟାର ସମାଧାନ ସାଙ୍ଗକୁ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ପରିବହନ ଓ ପ୍ରକାଶନରେ ସମସ୍ୟା ମୁକ୍ତ ରହିବେ।...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କାରଣରୁ ସ୍ବାସ୍ଥ୍ୟସମସ୍ୟା, କରଜଦାତାଙ୍କ ଚାପ, ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ...

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି...

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri