Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜି ହସି ହସି କଥା କହି କାମ ହାସଲ କରିପାରିବେ। ଘରର କେତେକ ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରି ପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ହୋଇଯିବ। ଅଫିସରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଦୂରବନ୍ଧୁ ଆଗମନ ସମ୍ଭାବନା।
ବୃଷ
ବୃଷ
ବନ୍ଧୁଙ୍କଠାରୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଅର୍ଥ ପାଇ ଖୁସି ହେବେ। ଯେ କୌଣସି କ୍ଷେତ୍ରରେ ବିନା ସମସ୍ୟାରେ କାର୍ଯ୍ୟ ହାସଲ କରିପାରିବେ। ବ୍ୟବସାୟରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଆଜି ପୂର୍ବାହ୍ନରେ ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ। ଉଦ୍ୟମ ସଫଳ ଦିଗରେ ମଧ୍ୟ କେତେକ ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ, ରାଜନୀତିରେ, ସଭାସମିତିରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଆମତ୍ୀୟମାନଙ୍କ ପରୋକ୍ଷ ଶତ୍ରୁତା ଦୁଶ୍ଚିନ୍ତାର କାରଣ ହେବ।
କର୍କଟ
କର୍କଟ
କାମଗୁଡ଼ିକ ପୂର୍ଣ୍ଣାଙ୍ଗ ନ ହୋଇଥିବା କାରଣରୁ ଅଧିକାଂଶ ସମୟ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହିବ। ସଭାସମିତିରେ କିମ୍ବା ଅଫିସରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ, କିନ୍ତୁ କୌଣସି କୁପ୍ରଭାବ ପଡ଼ିବ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ।
ସି˚ହ
ସି˚ହ
ପରିସ୍ଥିତିରେ ପଡ଼ି ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ। ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ। ଶିଳ୍ପ, ବ୍ୟବସାୟ ଓ ପରିବହନ ତଥା ନିର୍ମାଣ ପାଇଁ ମନ୍ଦ ନୁହେଁ। ଆଜି ମଧ୍ୟାହ୍ନ ପରେ ପରେ ଅଫିସରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ।
କନ୍ୟା
ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିବା କାରଣରୁ ମନରେ ଭାବପ୍ରବଣତା ସୃଷ୍ଟି ହେବ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି।
ତୁଳା
ତୁଳା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରରେ ରହିବ, ଅତଏବ କେତେକାଂଶରେ ମନ ହାଲୁକା ରହିବ। ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ। ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।
ବିଛା
ବିଛା
ବନ୍ଧୁଙ୍କ ସାହାଯ୍ୟରୁ ଆର୍ଥିକ ସମସ୍ୟା ଦୂର ହୋଇଯିବା ସାଙ୍ଗକୁ ଯାତ୍ରାରେ ସଫଳତା ଅବଶ୍ୟ ମିଳିବ। ସତର୍କରେ ଚଳନ୍ତୁ, ଅନ୍ୟଥା ନିଜର ପାଖ ଲୋକମାନେ ଅପପ୍ରଚାର କରିପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ନତୁବା ସମାଲୋଚନାର ପାତ୍ର ହେବାକୁ ପଡ଼ିବ। ପ୍ରତିଦ୍ୱନ୍ଦ୍ୱିତା ଓ କ୍ରୀଡ଼ା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ସମସ୍ୟା ବିଜଡ଼ିତ ରହିବା ହେତୁ ଠିକ୍‌ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇପାରେ। ବିଚାର ନ କରି ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରେ ପ୍ରଭୂତ ସଫଳତା ହାସଲ କରିବେ।
ମକର
ମକର
ଆଜି ସତର୍କତାର ସହ କାମ କରନ୍ତୁ, ନତୁବା ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରି ବସିବେ। ଯୋଜନା ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିବେ।
କୁମ୍ଭ
କୁମ୍ଭ
ପ୍ରଥମରୁ ଭଲ ସମ୍ପର୍କ ଥିବା ବନ୍ଧୁମାନେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଦୂରେଇ ଯାଇପାରନ୍ତି। ସାଧାରଣ ପାଟିତୁଣ୍ଡ କରିବା ପରେ ଯାଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ।
ମୀନମୀନ

ସଫଳତା ଅବଶ୍ୟ ପାଇବେ, କିନ୍ତୁ ଏଥିପାଇଁ ବହୁତ ମେହନତ କରିବାକୁ ପଡ଼ିବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇ ଖୁସି ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଆଜି ଦିନଟି ବନ୍ଧୁଙ୍କ ସହ ଯାତ୍ରାକାଳୀନ ସୁମଧୁର ଅନୁଭୂତିକୁ ନେଇ ବିତିବ। ଜମିଜମା, ଗାଡ଼ିମୋଟର, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଆଶଙ୍କା ରହିଛି। ସ୍ବାସ୍ଥ୍ୟ...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜିର ଚତୁର୍ଥାଧିପ ଭାଗ୍ୟସ୍ଥାନକୁ ଅବଲୋକନ କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା କରିବାକୁ...

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସକାଳୁ ପ୍ରିୟଜନଙ୍କ ସହ କାର୍ଯ୍ୟାରମ୍ଭର ଯୋଜନା କରିପାରନ୍ତି। ଧାର ନେଇଥିବା ବ୍ୟକ୍ତିଟି ପରିଶୋଧର ପ୍ରତିଶ୍ରୁତି ଦେଇ ଟାଳଟୁଳ ନୀତି ଅବଲମ୍ବନ କରିବେ। ହୋଟେଲ...

ରାଶିଫଳ: ରବିବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ନେଇ ମନ ଭଲ ରହିନପାରେ। କୃତ୍ତିକା ନକ୍ଷତ୍ର ସକାଶେ ସାଧାରଣ ଘଟଣାକୁ କେନ୍ଦ୍ର କରି ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବ।...

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ମନର ସ୍ଥିତିକୁ ଦୋଦୁଲ୍ୟମାନ ଅବସ୍ଥାରେ ରଖିପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବାରେ ସଫଳ ହେବେ।...

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ପରିବାରରେ ପିଲାମାନଙ୍କ ଶିକ୍ଷାସମସ୍ୟାର ସମାଧାନ ସାଙ୍ଗକୁ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଘଟିବ। ଯାତ୍ରା, ବାଣିଜ୍ୟ, ପରିବହନ ଓ ପ୍ରକାଶନରେ ସମସ୍ୟା ମୁକ୍ତ ରହିବେ।...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କାରଣରୁ ସ୍ବାସ୍ଥ୍ୟସମସ୍ୟା, କରଜଦାତାଙ୍କ ଚାପ, ଦୂରଯାତ୍ରା କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ବନ୍ଧୁଙ୍କ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri