Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୨୫ ତାରିଖ – Daily Horoscope

ମେଷ
କାମ ପୂର୍ଣ୍ଣାଙ୍ଗ ପାଇଁ ଅତି ନିକଟରେ ରହୁଥିବା ବନ୍ଧୁଟିର ସାହାଯ୍ୟ ଆଶା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ।
ବୃଷ
ବୃଷ
ବନ୍ଧୁଙ୍କ ପାରିବାରିକ କଥାରେ କୌତୂହଳ ହୋଇ କଳହକୁ ନିମନ୍ତ୍ରଣ କରିପାରନ୍ତି। ଯିବା ରାସ୍ତାରେ ଅଜଣା ଅଶୁଣା ବ୍ୟକ୍ତି ପ୍ରତି ସତର୍କ ରୁହନ୍ତୁ। ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ କିମ୍ବା ଧନହାନି ଘଟିପାରେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି।
ମିଥୁନ
ମିଥୁନ
ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସହକର୍ମୀମାନଙ୍କର ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ରାଜନୈତିକ ସ୍ତରରେ ବନ୍ଧୁଙ୍କ କୂଟିଳ ଚିନ୍ତାଧାରା ଅତିଷ୍ଠ କରିପାରେ। ବାକି ପଡିଥିବା ବହୁତ ଦିନର ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରର ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ପରୋକ୍ଷ ଶତ୍ରୁତା କାରଣରୁ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଆନୁଷ୍ଠାନିକ କ୍ଷେତ୍ରରେ ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ସି˚ହ
ସି˚ହ
ସାମଗ୍ରିକ ଦୃଷ୍ଟିକୋଣରୁ ଆଜିର ଦିନଟି ଭଲ। ଯାହା କରୁଛନ୍ତି ତାହା ସହଜ ଓ ସୁବିଧାରେ ସମ୍ପନ୍ନ କରିପାରିବେ। ନିଜ ପରିସରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ପୁରାତନ ରୋଗ ପୀଡ଼ାରୁ କଷ୍ଟ ଅନୁଭବ କରିପାରନ୍ତି।
କନ୍ୟା
ପ୍ରତ୍ୟେକ କାମରେ ଅଗ୍ରଣୀ ହେବେ ଓ ପ୍ରଶଂସା, ପ୍ରୋତ୍ସାହନ ମଧ୍ୟ ପାଇବେ। ଭୁଲ୍‌ ଧାରଣା ହେତୁ ସ୍ତ୍ରୀଙ୍କ ସହ ବୁଝାମଣା ଠିକ୍‌ ରହି ନ ପାରେ। ଅବଶ୍ୟ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ କ୍ଷତିରେ ପଡ଼ିବେ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ବେଖାତିର କଥାରେ ଉତ୍‌କ୍ଷିପ୍ତ ହୋଇପାରନ୍ତି।
ତୁଳା
ତୁଳା
ବିଭିନ୍ନ କ୍ଷେତ୍ରରେ ସମସ୍ୟା ଆସିବ କିନ୍ତୁ କୌଣସି ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହେବ ନାହିଁ। ଅଭାବ ରହିଥିଲେ ମଧ୍ୟ କାମ ସମୟକୁ କେହି ନା କେହି ସାହାଯ୍ୟ କରିବେ। ଆପଣଙ୍କ ନୀରବତାକୁ ଅନ୍ୟମାନେ ଭୁଲ୍‌ ବୁଝିପାରନ୍ତି। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାକୁ ପଡ଼ିପାରେ।
ବିଛା
ବିଛା
ତରବରିଆ ଭାବେ କୌଣସି ନିର୍ଣ୍ଣୟାତ୍ମକ ସିଦ୍ଧାନ୍ତ ନେବା ଠିକ୍‌ ହେବନି। ସାମାନ୍ୟ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦୀର୍ଘଦିନର ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବେ। ଅନ୍ୟାୟ ବିରୋଧରେ ସଂଗ୍ରାମ ଜାରି ରଖିଲେ ପରୋକ୍ଷ ଶତ୍ରୁତା କାରଣରୁ ସହଯୋଗ ପାଇବେ ନାହିଁ। ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
ଧନୁ
ଧନୁ
ମାନସିକ ଅସ୍ଥିରତା କାରଣରୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହୋଇପାରିବ ନାହିଁ। ଅବଶ୍ୟ ଚେଷ୍ଟାକଲେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଆନୁଷ୍ଠାନିକ କିମ୍ବା ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ମକର
ମକର
ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ପଡ଼ୋଶୀ ଲୋଭନୀୟ ପ୍ରତିଶ୍ରୁତି ଦେଇ କାର୍ଯ୍ୟ ହାସଲ କରିବେ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ,କିନ୍ତୁ ସମସ୍ୟା ଲାଗି ରହିବ। ବୁଝାବଣା ଅଭାବରୁ ଆତ୍ମୀୟଙ୍କ କଥାରେ ଏକମତ ହୋଇ ନ ପାରନ୍ତି।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ନୀରବତା ଅବଲମ୍ବନ କରି ସ୍ଥିତି ସୁଧାରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଉପରିସ୍ଥଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିଲେ ମଧ୍ୟ କିଛି କହିପାରିବେ ନାହିଁ।
ମୀନମୀନ
ଅତୀତ ଘଟଣାର ପର୍ଯ୍ୟାଲୋଚନା ମାନସିକ ସ୍ଥିତିକୁ କଳୁଷିତ କରିବ। ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ସଭାସମିତି, କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri