Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ
ଆଜି ବନ୍ଧୁଙ୍କ ଆଦର, ସେହ୍ନ, ସଦିଚ୍ଛା ଦୁଃଖ ଦୂର କରିଦେବ। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ, ମାତ୍ର ଶନିଙ୍କ କ୍ରୂର ଦୃଷ୍ଟିରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ଅଧ୍ୟାପନା, କ୍ରୀଡ଼ା, ସାହିତ୍ୟ, ଚଳଚ୍ଚିତ୍ର ତଥା ପ୍ରତିଯୋଗିତା କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ଶାରୀରିକ ସୁସ୍ଥତା ରହିଲେ ମଧ୍ୟ କର୍ମଜଞ୍ଜାଳ ଦିନଟିକୁ ବ୍ୟସ୍ତତା ମଧ୍ୟରେ ଅତିବାହିତ କରାଇବ। ଆଜି ଦିନଟିରେ ବହୁତଗୁଡ଼ିଏ କାମ ହାତକୁ ନେଇ ବ୍ୟସ୍ତ ହୋଇପାରନ୍ତି। ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହେବ। ସଭାସମିତି, କଳା, ସାହିତ୍ୟ, ସଙ୍ଗୀତାଦି ମନୋରଞ୍ଜନ କ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ।
ମିଥୁନ
ମିଥୁନ
ଆଜି ଆର୍ଥିକ, ସାମାଜିକ ଓ କର୍ମକ୍ଷେତ୍ର ସକାଶେ ଦିନଟି ଶୁଭଙ୍କରୀ ହେବ। ମଧୁର ବ୍ୟବହାର, ସୌଜନ୍ୟ ଓ ସୌହାର୍ଦ୍ଦ୍ୟତା ଦ୍ୱାରା ବ୍ୟକ୍ତିତ୍ୱର ପରିପ୍ରକାଶ ଘଟିବ। ସକାଳୁ ବଳକା କାମକୁ ଶୀଘ୍ର ଶେଷ କରିବା ସକାଶେ ବ୍ୟସ୍ତ ହୋଇପଡ଼ିବେ। ପାରିବାରିକ ସ୍ତରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
କର୍କଟ
କର୍କଟ
ଆଜି ଉନ୍ନତ ଚିନ୍ତା, ସୁପରିକଳ୍ପିତ ଯୋଜନା ଏବଂ ପ୍ରତିବନ୍ଧକ ବିହୀନ କାର୍ଯ୍ୟରୁ ଖୁସି ରହିବେ। ପ୍ରତ୍ୟେକ କ୍ଷେତ୍ରରେ ଅଟକି ରହିଥିବା କାମ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ହାସଲ କରିବେ। ଆକର୍ଷଣୀୟ ଭାବମୂର୍ତ୍ତି ପଦସ୍ଥ ବ୍ୟକ୍ତି ବିଶେଷ ଓ ବୁଦ୍ଧିଜୀବୀମାନଙ୍କ ଦ୍ୱାରା ଆଦୃତି ଲାଭ କରିବ।
ସି˚ହ
ସି˚ହ
କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଭାଗ ନ ନେଇ ପଛେଇ ରହିବେ। ଅତୀତର କେତେକ ଅଶାନ୍ତ ଭାବନା ମନକୁ ଅସ୍ଥିର କରି ରଖିପାରେ। ଅବଶ୍ୟ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଚିହ୍ନା ପଡ଼ିବାକୁ ପସନ୍ଦ କରିବେ ନାହିଁ। କର୍ମକ୍ଷେତ୍ର ଗତାନୁଗତିକ ରୀତିରେ ଗଡ଼ି ଚାଲିଲେ ମଧ୍ୟ ସାଧାରଣ ଝଟକାରୁ ବାଦ୍‌ ପଡ଼ିବ ନାହିଁ।
କନ୍ୟା
କର୍ମକ୍ଷେତ୍ରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡ଼ି ପାରନ୍ତି। ମିତବ୍ୟୟିତା ଗୁଣ ଅବଲମ୍ବନ କରି ଅନାବଶ୍ୟକ ଜିନିଷଠାରୁ ଦୂରେଇ ରହିବାକୁ ପସନ୍ଦ କରିବେ। ପାରିବାରିକ ସ୍ଥିତି ଭଲ ନ ରହିଲେ ମଧ୍ୟ ଗୁରୁତର ଆକାର ଧାରଣ କରିବ ନାହିଁ। ସମ୍ପର୍କୀୟମାନେ ପଛରେ ଶ୍ରୁତିକଟୁ କଥା କହିପାରନ୍ତି।
ତୁଳା
ତୁଳା
ଦୀର୍ଘ ଦିନରୁ ରହିଥିବା ରୋଗର ପ୍ରାଦୁର୍ଭାବ ଆଜି ଦେଖିବାକୁ ମିଳିପାରେ। କିଛି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁଟି ଠିକଣା ସମୟରେ ବିଭିନ୍ନ ଆଳ ଦେଖାଇ ଦୂରେଇ ରହିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଉପରିସ୍ଥ ଅଫିସର ଭୁଲ୍‌ ବୁଝିପାରନ୍ତି। ବାଣିଜ୍ୟ, ପରିବହନରେ ବିଭିନ୍ନ ପ୍ରତିବନ୍ଧକ ଦେଖାଦେଇପାରେ।
ବିଛା
ବିଛା
ପରିବାରର ବ୍ୟତିକ୍ରମକୁ ସୁଧାରି ନେବାରେ ସଫଳ ହେବା ଦୁରୂହ ହୋଇପଡ଼ିବ। ମନର ଦୁଃଖକୁ ମନ ଭିତରେ ଲୁଚାଇ କାର୍ଯ୍ୟକ୍ଷେତ୍ରରେ ଅବତୀର୍ଣ୍ଣ ହେବେ। ମାନସିକ ସନ୍ତୁଳନ ହରାଇବା କାରଣରୁ ଦିନଟି ବିଶେଷ ଉପଭୋଗ୍ୟ ନ ହୋଇପାରେ। କିଣାବିକା କ୍ଷେତ୍ରରେ ସତର୍କ ନ ରହିଲେ ଠକାମିରେ ପଡ଼ିପାରନ୍ତି।
ଧନୁ
ଧନୁ
ପ୍ରତିକୂଳ ସମୟ ହେତୁ ନିଜର ବିଶୃଙ୍ଖଳିତ ବିଚାରଧାରା ବିଷମ ପରିସ୍ଥିତି ସୃଷ୍ଟି କରିପାରେ। ସନ୍ଦେହ, ଅବିଶ୍ୱାସ ଓ ଭୁଲ୍‌ ବୁଝାମଣା ହେତୁକ ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ନ ରହିପାରେ। କିନ୍ତୁ ଆଧ୍ୟାମତ୍ିକତା, ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବେ। ଆର୍ଥିକ, ସାମାଜିକ, ସୃଜନାମତ୍କ କାମରେ ଉନ୍ନତମାନର ଫଳ ମିଳିବ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରା, କର୍ମାରମ୍ଭ, ଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ କ୍ଷେତ୍ର ଭଲ ରହିବ। କର୍ମ କ୍ଷେତ୍ରରେ ଖୁବ୍‌ ଆଶାବାଦୀ ହେବେ ଏବଂ ଆନୁଷଙ୍ଗିକ ସୁବିଧା ଓ ସୁଯୋଗ ପାଇପାରିବେ। ସହକର୍ମୀଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କରଣ ହୋଇପାରେ। ବକେୟା ଅର୍ଥକୁ ଯୁକ୍ତିତର୍କ ମାଧ୍ୟମରେ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମ ମନ୍ଥର ଗତିରେ ହେଉଥିବାରୁ ସାମାନ୍ୟ ବିରକ୍ତ ହେବେ। ପାରିବାରିକ ଓ କର୍ମକ୍ଷେତ୍ର ସୁନ୍ଦର ଓ ସାବଲୀଳ ରହି ପ୍ରୀତିପ୍ରଦ ହେବ। ଦୀର୍ଘ ଦିନରୁ ଚିନ୍ତା କରୁଥିବା ଯାନବାହନ, ଯାନ୍ତ୍ରିକ ଜିନିଷ କିମ୍ବା ଧାତୁ ଅଳଙ୍କାରାଦି କ୍ରୟ କରିବାର ସୁଯୋଗ ଜୁଟିବ। ଶିଳ୍ପ, ବ୍ୟବସାୟରେ ସମସ୍ୟା ସମାଧାନ ପୂର୍ବକ ଉନ୍ନତି ପରିଲକ୍ଷିତ ହେବ।
ମୀନମୀନ
ଆପଣଙ୍କ ବାସ୍ତବବାଦୀ ଚିନ୍ତାଧାରା ଓ ରୋକ୍‌ଠୋକ୍‌ କଥାକୁ ବିଜ୍ଞ ବ୍ୟକ୍ତିଙ୍କ ଗ୍ରହଣୀୟ ହେବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୌଣସି ମିଥ୍ୟାବାଦିନୀ ଦୋଷାରୋପ ଲଗାଇପାରନ୍ତି। ସଭାସମିତିରେ ସହମତି ମାଧ୍ୟମରେ କାମ କରିପାରିବାରେ ଅସୁବିଧା ରହିବ ନାହିଁ। ଆକସ୍ମିକ ଭାବରେ ଭ୍ରମଣ ସୁଯୋଗ ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri