Posted inRasifala

ରାଶିଫଳ: ରବିବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ
ଅନୁକୂଳ ଗ୍ରହସ୍ଥିତି ହେତୁ ପରିବହନ, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଜିନିଷ ମରାମତି କ୍ଷେତ୍ରରେ ସୁଫଳ ପାଇବେ। ସହକର୍ମୀଙ୍କ ସହ ସତର୍କତାର ସହ କିଛି କହିବା କିମ୍ବା କରିବା ଭଲ ହେବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଖୋଜିଲା ସମୟରେ ନପାଇ ଅପଦସ୍ଥ ହେବେ। କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ।
ବୃଷ
ବୃଷ
ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବେ। କୌଣସି ନୂଆ କାମର ପ୍ରସ୍ତାବକୁ ଅନ୍ୟମାନେ ଦୃଢ଼ ସମର୍ଥନ ଜଣାଇବେ। ଆବଶ୍ୟକ ଜିନିଷ କିଣିବା ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସାହିତ୍ୟ ଓ ସାମ୍ବାଦିକତା ରାଜନୀତି ଓ ସଙ୍ଗଠନ ପାଇଁ ଭଲ।
ମିଥୁନ
ମିଥୁନ
ବନ୍ଧୁଙ୍କ ଫେରିବା ବାଟକୁ ଚାହିଁ ଚାହିଁ ଆଖିରୁ ପାଣି ମରିଯିବ ପଛକେ ଦେଖା ପାଇ ନ ପାରନ୍ତି। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ଲଢ଼େଇ ଜାରି ରଖିବାକୁ ପଡ଼ିବ। ଛୋଟ ଘରୋଇ କଥାକୁ ବଡ଼ ଆକାରରେ ଚିନ୍ତା କରିବେ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
କର୍କଟ
କର୍କଟ
କାଳକ୍ଷେପଣ ନୀତି କିମ୍ବା ଅଳସୁଆମି ହେତୁ କାମଗୁଡ଼ିକ ଧିମେଇ ଯିବ। ଅର୍ଥର ଅଭାବ ନ ଥିଲେ ମଧ୍ୟ ହାତ ଖୋଲା କରି ଖର୍ଚ୍ଚ କରିପାରିବେ ନାହିଁ। କଚେରି ମାମଲା କିମ୍ବା ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତିକରିବ। ପାରିବାରିକ କ୍ଷେତ୍ର ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ସି˚ହ
ସି˚ହ
କୌଣସି ନୂଆ କାମ ହାତକୁ ନେବେ ଓ ତଦନୁଯାୟୀ କାମ ମଧ୍ୟ ଆରମ୍ଭ କରି ଦେଇପାରନ୍ତି। ଅଧିକାଂଶ ସମୟ ସହକର୍ମୀ, ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହ କାମ କରିବାର ସୁଯୋଗ ପାଇବେ। ସାମାଜିକ ସ୍ତରରେ ମନ ଭୁଲାଣିଆ କଥା କହି ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ। ହଠାତ୍‌ ବହୁତଗୁଡ଼ିଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହୋଇ ପାରନ୍ତି।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ମୁକାବିଲା କରିବା ପରିସ୍ଥିତିକୁ ସାମ୍ନା କରିବାକୁ ପଡ଼ିବ। କେତେକ କାମ ଅଟକି ରହିଥିବା କାରଣରୁ ଟେନ୍‌ସନ୍‌ କିିଛି ମାତ୍ରାରେ ଲାଗି ରହିବ। ଘରୋଇ କଳହକୁ ନେଇ ଅଶାନ୍ତିଜନିତ ମାନସିକ ବ୍ୟଥା ଅନୁଭବ କରିପାରନ୍ତି। ବ୍ୟବସାୟ ପାଇଁ ଦିନଟି ଭଲ ଏବଂ ଆଜିର ଯାତ୍ରାରେ ଆଶା ପୂରଣ ହେବ।
ତୁଳା
ତୁଳା
ପରିବର୍ତ୍ତିତ ପରିସ୍ଥିତିରେ ନିଜକୁ ଆଡ୍‌ଜଷ୍ଟ କରି ଚଳିବା ଅସୁବିଧାକୁ ଦୂରେଇବାରେ ସମର୍ଥ ହେବେ। ସମ୍ପର୍କୀୟମାନେ ପଛରେ କଟୂକ୍ତି ପ୍ରକାଶ କରିପାରନ୍ତି। ବ୍ୟବସାୟରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ ଏବଂ ତଜ୍ଜନିତ ମନ ଭଲ ରହିନପାରେ।
ବିଛା
ବିଛା
କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କ ସହଯୋଗ ଆଶା କରିବେ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସତର୍କ ରହିବା ଭଲ ହେବ। ବ୍ୟବସାୟ, ପରିବହନ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରୁ ଶୁଭଫଳ ମିଳିବ। ଆର୍ଥିକ ଅଭିବୃଦ୍ଧି କାରଣରୁ ମାନସିକ ସ୍ଥିତି ଭଲ ରହିବ।
ଧନୁ
ଧନୁ
ଦ୍ୱିତୀୟ ଭାବସ୍ଥ ଚନ୍ଦ୍ର ଆପଣଙ୍କୁ ସ୍ବାଦିଷ୍ଠ ଭୋଜନ, ଟଙ୍କା ପଇସା, ବନ୍ଧୁଙ୍କ ପ୍ରଶଂସା ଏବଂ ପାରିବାରିକ ସହଯୋଗ ମିଳିବ। ପରିବାରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଆଗାମୀ ମଙ୍ଗଳୋତ୍ସବ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ଆଳସ୍ୟ ଯୋଗୁ ଅପମାନିତ ହୋଇପାରନ୍ତି।
ମକର
ମକର
ପଦସ୍ଥ ବ୍ୟକ୍ତିଙ୍କ ଅନୁକମ୍ପା ଲାଭକରି କର୍ମକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରିବେ। ସାମାଜିକ କ୍ଷେତ୍ରରେ ନିଜର ଅବହେଳାରୁ କେତେକ ସୁଯୋଗ ହାତଛଡ଼ା ହୋଇପାରେ। ଆମତ୍ୀୟଙ୍କ ସହ ମତପାର୍ଥକ୍ୟ ହେବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିବ।
କୁମ୍ଭ
କୁମ୍ଭ
ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତା କରି ବ୍ୟସ୍ତ ହୋଇପାରନ୍ତି। ବ୍ୟବସାୟିକ ସ୍ଥିତି ମନ୍ଦ ହେବନି, କିନ୍ତୁ ଋଣ ପରିଶୋଧ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
ମୀନମୀନ

ଶାରୀରିକ ସୁସ୍ଥତା ଏବଂ ଆର୍ଥିକ ଦୁରବସ୍ଥାର ପରିବର୍ତ୍ତନ ମାନସିକ ଶାନ୍ତି ଓ ଆନନ୍ଦର ପରିଚାୟକ ହେବ। ପାରିବାରିକ କ୍ଷେତ୍ରରେ ଯେତେ ମନ ଧରି କାମ କଲେ ମଧ୍ୟ ଅନ୍ୟଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri