Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ
ଆଜି ଆକସ୍ମିକ ଭାବରେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। ପୂର୍ବ କଳହକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା ପୂରଣ ପାଇଁ ଆପଣ ଧାରକରଜ କରି କାମ ଚଳାଇ ନେବେ। ବ୍ୟବସାୟ, ଶିଳ୍ପ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ।
ବୃଷ
ବୃଷ
ବନ୍ଧୁଙ୍କ ସାହାଯ୍ୟ ଲାଭ କରି ଆଶ୍ୱସ୍ତି ଅନୁଭବ କରିବେ। ଆତ୍ମୀୟଙ୍କ ମାଧ୍ୟମରେ ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅସୁବିଧା ଦୂର ହେବ। ଆବଶ୍ୟକତା ପୂରଣ ସକାଶେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। କର୍ମକ୍ଷେତ୍ରରେ ଦକ୍ଷତା ଓ ସମୟାନୁବର୍ତ୍ତିତା ସକାଶେ ଉପରିସ୍ଥଙ୍କ ଦ୍ୱାରା ପ୍ରଶଂସିତ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଭୁଲ୍‌ବଶତଃ ସ୍ଥଗିତ କାମ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ। ବ୍ୟବସାୟରେ କ୍ରମଶଃ ଉନ୍ନତି ପରିଲକ୍ଷିତ ହେବା ସହ ସ୍ବାସ୍ଥ୍ୟଗତ ସମସ୍ୟା ସମାଧାନ ହୋଇପାରେ। ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
ଯେତେ ଭଲ କାମ କଲେ ମଧ୍ୟ ଅଶ୍ଳେଷା ନିଜ ଲୋକଙ୍କ ଦ୍ୱାରା ସମାଲୋଚନାର ପାତ୍ର ହେବେ। ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବାକୁ ପଡିବ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ବ୍ୟବସାୟ, ବାଣିଜ୍ୟ, ଆଲୋଚନା ଏବଂ ଆନୁଷ୍ଠାନିକ କାମରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ନିଜର ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ପରକୁ ଆପଣାର କରିପାରିବେ। ମଘା ନକ୍ଷତ୍ରର କର୍ମକ୍ଷେତ୍ରରେ ଚାପଗ୍ରସ୍ତ କାରଣରୁ ବାକିଆ କାମ ପାଇଁ ଚିନ୍ତା ବଢିଯିବ। ଅଭାବ ଓ ଅସୁବିଧା ପ୍ରଭୃତିରେ ମନର ଆବେଗିକ କଥାକୁ ସହକର୍ମୀଟି ବୁଝିପାରିବ ନାହିଁ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତ ରହିପାରନ୍ତି।
କନ୍ୟା
ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି। ପରିସ୍ଥିତିବଶତଃ କଠିନ ପରିଶ୍ରମ ହେତୁକ ଅବସାଦ ଦେଖାଦେବ। ବ୍ୟବସାୟିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ପ୍ରତ୍ୟେକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହୋଇପାରନ୍ତି।
ତୁଳା
ତୁଳା
ରାଜଯୋଗ କାରକ ଶନିଙ୍କ ଯୋଗୁ ପାରସ୍ପରିକ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତି କରିବ। ବ୍ୟବସାୟରେ ସଫଳତା ହାସଲ କରିବେ, କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇ ବ୍ୟଥିତ ହେବେ। ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେବ। କଳା, ସାହିତ୍ୟ, ଗବେଷଣା ଓ ରଚନାମତ୍କ କାମରେ ପ୍ରଶଂସା ପାଇବେ।
ବିଛା
ବିଛା
ଭାଗ୍ୟାଧିପତିଙ୍କ ଦୁର୍ବଳତାଜନିତ ଆଶା ଓ ନିରାଶାର ଦୋଛକିରେ ରହି ମତ ବଦଳାଇବାକୁ ବାଧ୍ୟ ହେବେ। ସଭାସମିତି କିମ୍ବା ଆଲୋଚନା ପରିସରରେ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହେବେ। କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତାଦିରେ ସୁନାମ ଅର୍ଜନ କରିବେ। ଯାନବାହନରେ ଯିବା ସମୟରେ ସତର୍କତା ରକ୍ଷା ନ କଲେ ବହୁମୂଲ୍ୟ ଦେବାକୁ ପଡ଼ିପାରେ।
ଧନୁ
ଧନୁ
ଷଷ୍ଠାଧିପତି ରାଶିରେ ଥିବାରୁ ପୂର୍ବ ରାଗ ଶୁଝାଇବାକୁ ନିଜ ଲୋକ ପାଖମାଡ଼ିବ ନାହିଁ। ପାରିବାରିକ ସମସ୍ୟା ହେତୁ ମନୋବଳ ହ୍ରାସ ପାଇପାରେ। ଉତ୍ତରାଷାଢ଼ା ନକ୍ଷତ୍ର କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ପଡ଼ୋଶୀଙ୍କ ସହାୟତାରେ ପାଇବାକୁ ଥିବା ବକେୟା ଅର୍ଥ ଆଦାୟ କରିପାରନ୍ତି।
ମକର
ମକର
ଶୁଭାକାଂକ୍ଷୀଙ୍କ ପରାମର୍ଶରେ ଆଜି ଅଟକି ରହିଥିବା କାର୍ଯ୍ୟ ଆରମ୍ଭ ପାଇଁ ସ୍ଥିର କରିବେ। ଧନିଷ୍ଠା ନକ୍ଷତ୍ରର ଅପ୍ରୀତିକର ପରିସ୍ଥିତିଜନିତ ଘଟଣାର ଦିଗ ବଦଳି ଯାଇପାରେ। ବନ୍ଧୁମାନେ ଠିକ୍‌ ଖବର ନ ଦେବାରୁ ସମସ୍ୟା ସୃଷ୍ଟି ହୋଇପାରେ। ଶିଳ୍ପ, ବ୍ୟବସାୟ, ପରିବହନ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଯେତେ ଉପାୟ ଅବଲମ୍ବନ କଲେ ମଧ୍ୟ ସୁବିଧାରେ କାମ ହାସଲ କଷ୍ଟକର ହୋଇପଡ଼ିବ। କିନ୍ତୁ ଶ୍ରବଣା ନକ୍ଷତ୍ରକୁ ନିଜର ପାଖ ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ ସହ ଆଜିର ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ। ଆଜି ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ଅବଶ୍ୟ ନିଜ ପରିବାରରେ ବୁଝାମଣା ଠିକ୍‌ ରହିବ।
ମୀନମୀନ

ପରିସ୍ଥିତିକୁ ଦେଖିଚାହିଁ କାମ ନ କଲେ ଜଟିଳ ପରିସ୍ଥିତି ଉପୁଜିପାରେ। ଉତ୍ତରାଭାଦ୍ର ନକ୍ଷତ୍ରର ଔଷଧ ସେବନରେ ଅବହେଳା ହେତୁ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ପାଖପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ସନ୍ଦେହ ଓ ଭୁଲ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ କେତୁଯୁକ୍ତ ଚନ୍ଦ୍ରଙ୍କ ପ୍ରଭାବରେ ସ୍ବାସ୍ଥ୍ୟହାନି ସାଙ୍ଗକୁ ପ୍ରତ୍ୟେକ କାମରେ ସମସ୍ୟାର ସମ୍ମୁଖୀନ ହେବେ। ସାମାଜିକ, ପାରିବାରିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ହେତୁ ସଫଳତା...

ରାଶିଫଳ: ଶନିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ପୂର୍ବର ସମସ୍ୟା ସୁଧୁରି ଯିବାରୁ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନା ମୁତାବକ କାମରେ ସଫଳତା ଯୋଗୁ ଟେନସନ୍‌ କମିଯିବ।...

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ଆଜି ରାହୁ ଦୃଷ୍ଟ ଚନ୍ଦ୍ରଙ୍କ ହେତୁ ଅସ୍ଥିରତାଜନିତ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ଆର୍ଥିକ ସମସ୍ୟା ସୁଧୁରିଯିବ ଓ ଆଶା କରିଥିବା...

ରାଶିଫଳ: ଗୁରୁବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଆପଣଙ୍କ ଅଭିଳାଷ ପୂର୍ଣ୍ଣତା ଲାଭ କରିବ। କାର୍ଯ୍ୟସିଦ୍ଧି ଘଟିବା ସହ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ...

ରାଶିଫଳ: ବୁଧବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରରେ ନୀଚସ୍ଥ ମଙ୍ଗଳ ପାରିବାରିକ ଖର୍ଚ୍ଚ ବଢ଼ାଇବା ସହ ସ୍ବାସ୍ଥ୍ୟସମସ୍ୟା ସୃଷ୍ଟି କରିବ। ବନ୍ଧୁଙ୍କ ସହ ଆଲୋଚନା ମାନସିକ ଆଶ୍ୱସ୍ତି ପ୍ରଦାନ...

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଭୁଲ୍‌ ବୁଝାମଣାରୁ ଆଜି ପାରିବାରିକ ସ୍ଥିରତା ରହିବ ନାହିଁ। ଦ୍ୱିଜା ନକ୍ଷତ୍ରର କିନ୍ତୁ ମନରେ ପ୍ରଫୁଲ୍ଲତା ଭରି ରହିବା ସାଙ୍ଗକୁ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଆପଣଙ୍କୁ ଭାବୁକ ବନାଇ ଦେଇପାରନ୍ତି। ଭୋଗ, ବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶର ସୁଯୋଗ ପାଇବେ। କିନ୍ତୁ ମଙ୍ଗଳଙ୍କ...

ରାଶିଫଳ: ରବିବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ମାଧ୍ୟମରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ୍‌ କାମରେ କେତେକ ଉପରିସ୍ଥଙ୍କ ଚାପର ସମ୍ମୁଖୀନ ହୋଇପାରନ୍ତି। କୌଣସି ଆତ୍ମୀୟ ବ୍ୟକ୍ତିଙ୍କଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri