Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୩୦ ତାରିଖ – Daily Horoscope

ମେଷ
ଆଜିର କୋଣଭାବସ୍ଥ ଚନ୍ଦ୍ରଜନିତ ପାରିବାରିକ ଓ କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି। ପରିବହନରେ ସମସ୍ୟା ଅଶାନ୍ତିର କାରଣ ହେବ। କିନ୍ତୁ ଦ୍ୱିଜା ନକ୍ଷତ୍ରର ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ଖୁସି ରହିବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାକୁ ବଢ଼ାଇ ଦେବ। ରୋହିଣୀ ନକ୍ଷତ୍ର ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ର ଧର୍ମକାର୍ଯ୍ୟ ସକାଶେ ବନ୍ଧୁଙ୍କ ପ୍ରେରଣାରେ ମନକୁ ଉତ୍ସାହିତ କରିପାରନ୍ତି। ଜଣେ ବନ୍ଧୁ ଆଜି ମାର୍ଗଦର୍ଶକ ସାଜି ପାରନ୍ତି। ବିବାଦୀୟ ପରିସ୍ଥିତିରେ, କର୍ମକ୍ଷେତ୍ରରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି। ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ରହି ପାରିବେ ନାହିଁ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ପୁଷ୍ୟା ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ଯେତେ ସୁବିଧା ସୃଷ୍ଟି କଲେ ମଧ୍ୟ ଈର୍ଷାନ୍ବିତ ହୋଇ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ। ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ତଥାପି ଏକା ସାଙ୍ଗରେ ଅନେକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖାଦେଇପାରେ।
କନ୍ୟା
ପାରିବାରିକ କ୍ଷେତ୍ରରେ ନିଜ ଲୋକ ମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିପାରନ୍ତି। ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ରହିଛି। ବହୁତ ଦିନର ଅପୂରଣୀୟ ଆଶା ଓ ଅବଦମିତ ଇଛା ମନରେ ଭୟ ସୃଷ୍ଟି କରିପାରେ। ହସ୍ତା ନକ୍ଷତ୍ର ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି।
ତୁଳା
ତୁଳା
ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। ଏକାଧିକ ସମସ୍ୟାର ସମ୍ମୁଖୀନ ହେବା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ। ଚିତ୍ରା ନକ୍ଷତ୍ରର ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟା ସମାଧାନ ହେବ। ଘରକୁ ଫେରିବା ବାଟରୁ ମୂଲ୍ୟବାନ୍‌ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଆଜି ବିଶାଖା ନକ୍ଷତ୍ରର ପ୍ରତ୍ୟେକ କାମ ସୁରୁଖୁରୁରେ ସମ୍ପନ୍ନ ହେବ ଓ ପ୍ରଶଂସିତ ହେବେ। ଅଭାବ ଦୂରେଇବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ। ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହୋଇପାରନ୍ତି। ମୂଳା ନକ୍ଷତ୍ରର ମନ ଭଲ ନ ଥିବା କାରଣରୁ କିମ୍ବା ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। ଯାତ୍ରା, ପରିବହନ, ଆମଦାନୀ କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଦିନରେ ଯାହା କରିବାକୁ ମନସ୍ଥ କରିଛନ୍ତି ଅବଶ୍ୟ ବହୁତ ଭଲ ହେବ। ବନ୍ଧୁମାନଙ୍କ ସହାୟତାରେ ନିଶ୍ଚିତ ସମସ୍ୟାମୂଳକ ଅସୁବିଧାରୁ ମୁକୁଳି ଯାଇ ପାରନ୍ତି। ଧନିଷ୍ଠା ନକ୍ଷତ୍ରର କର୍ମକ୍ଷେତ୍ରରେ ଅସମର୍ଥିତ ସୂତ୍ରରୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ୍‌ ହେବେ।
କୁମ୍ଭ
କୁମ୍ଭ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ ସୁବିଧାରେ ସମ୍ପନ୍ନ ସମ୍ଭାବନା ରହିଛି। ଅପରାହ୍ନରେ ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ପୂର୍ବଭାଦ୍ରବ ନକ୍ଷତ୍ରର ବାଣିଜ୍ୟ ଓ ପରିବହନ, ନିର୍ମାଣ ଓ ବ୍ୟବସାୟିକ ସ୍ଥିତି ମାନ୍ଦା ହେବ ନାହିଁ।
ମୀନମୀନ
ବିତର୍କ ପରିପ୍ରେକ୍ଷୀରେ କର୍ମକ୍ଷେତ୍ରରେ ସହକର୍ମୀଟି ସହ ବିବାଦ ଆଶଙ୍କା ରହିଛି। ଆତ୍ମୀୟମାନେ ବିଶ୍ୱାସଘାତ କରିପାରନ୍ତି। ରେବତୀ ନକ୍ଷତ୍ର ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ପ୍ଲଟିଂ କାରବାର, ଜମିଜମା, ଦୂରଯାତ୍ରା, ଆନୁଷ୍ଠାନିକ କାମ ସମ୍ପର୍କିତ କଥାରେ ଅଗ୍ରଗତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜାନୁଆରୀ ୨ ତାରିଖ – Daily Horoscope

ମେଷ ଆଜି ଦିନଟି ଗତାନୁଗତିକ ରୀତିରେ ଗଡି ଚାଲିବ। ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟାର ସମାଧାନ କରି ଆଶ୍ୱସ୍ତି...

ରାଶିଫଳ: ବୁଧବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷର ପହିଲି ଦିନରେ ଚନ୍ଦ୍ର କର୍ମ ସ୍ଥାନରେ ଅବସ୍ଥାନକରି ବନ୍ଧୁମିଳନରେ ଆନନ୍ଦ ପ୍ରଦାନ କରିବେ। ଉତ୍ତମ ସ୍ବାସ୍ଥ୍ୟ, ଉନ୍ନତ ଚିନ୍ତାଧାରା, ସୁନ୍ଦର ପାରିବାରିକ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜି ରବି ପୂର୍ବାଷାଢ଼ା ନକ୍ଷତ୍ରରେ ରହିଥିବାରୁ ବିଶିଷ୍ଟବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପ୍ରତ୍ୟୁଷ ଯାତ୍ରା ସଙ୍ଗକୁ ମନେ ମନେ ଭାବୁଥିବା କାମରେ ସଫଳତା...

ରାଶିଫଳ: ସୋମବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ଆଜି ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ସବିଶେଷ ଆଲୋଚନାପୂର୍ବକ ପୂର୍ବ ସ୍ଥୀରିକୃତ...

ରାଶିଫଳ: ରବିବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ସକାଳୁ ସକାଳୁ ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାତିତ ଭାବେ ପାଇ ଖୁସି ହୋଇଯିବେ।...

ରାଶିଫଳ: ଶନିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଆଜି ନୀଚସ୍ଥ ଚନ୍ଦ୍ର ଷଷ୍ଠାଧିପ ଯୁକ୍ତ କାରଣରୁ ପାରିବାରିକ କ୍ଷେତ୍ର ଅଶାନ୍ତ ରହିପାରେ। ସମ୍ପର୍କୀୟଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ମୁଖଭାବାଧିପତି ମଙ୍ଗଳ ଦୃଷ୍ଟ ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍‍ଶିପ୍‍, ପରିବହନ,...

ରାଶିଫଳ: ବୁଧବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଦୀର୍ଘଦିନରୁ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ କଷ୍ଟ କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri