Categories: Rasifala

ରାଶିଫଳ: ସୋମବାର, ଜୁଲାଇ ୩ ତାରିଖ – Daily Horoscope

ମେଷ
ଭାଗ୍ୟସ୍ଥ ଚନ୍ଦ୍ର ଯୋଗୁ ପୂର୍ବ ଯୋଜନା ଅନୁଯାୟୀ କର୍ମରେ ସଫଳତା ପାଇବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ। ବହୁତ ଦିନରୁ ଲାଗିରହିଥିବା କଚେରି ମାମଲା ଚିନ୍ତାର କାରଣ ହୋଇପାରେ।
ବୃଷ
ଆଜି ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନ ପାରେ। ଦୁଃସ୍ଥ ପରିବେଶରେ ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ଜୀବନଚର୍ଯ୍ୟାରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମିଥୁନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଏବଂ ଯାହା ଆଶା କରୁଛନ୍ତି ତାହା ପାଇବେ। ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ରୋଗର ଦାଉ, ଋଣବୋଝ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
କର୍କଟ
ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା ସାଙ୍ଗକୁ ବନ୍ଧୁମିଳନ ଯୋଗୁ ମନ ଖୁସି ରହିବ। ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ଅପରାହ୍ନଟି କଟାଇବେ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିବେ।
ସି˚ହ
ପାରିବାରିକ ସମସ୍ୟାକୁ ନେଇ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା ସହ ସଦାବେଳେ ହାତଖାଲି ରହିବ। ଅପୂରଣୀୟ ଆଶା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। ଅଫିସ୍‌ କାମରେ ଅବହେଳା ନେଇ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବାର ସୂଚନା ରହିଛି।
କନ୍ୟା
ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି ପାଇବେ। ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ। ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।
ତୁଳା
ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ ବଳାଇବେ ଓ ବନ୍ଧୁ ମିଳନ ଘଟିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।
ବିଛା
ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। କେତେକ କ୍ଷେତ୍ରରେ କହିବେ ସିନା ସହିବେ ନାହିଁ, ଫଳରେ ମତାନ୍ତରର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଆପଣଙ୍କ ସୁଚିନ୍ତିତ ଯୋଜନା, ଶୁଦ୍ଧ ଭାବନା, ସଂଯତ ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର୍ଯ୍ୟସିଦ୍ଧି କରାଇବ। ଠିକ୍‌ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ହଠାତ୍‌ କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ। ଲେଖାପଢ଼ା ତଥା ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ସ୍ତ୍ରୀ ସମ୍ପର୍କ, ବିବାଦୀୟ ଘଟଣା, ନିର୍ମାଣ ଓ ପରିବହନରେ ସମସ୍ୟା ଦେଖାଦେବ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟରେ ତିକ୍ତତା ଦେଖାଦେବ। ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ।
କୁମ୍ଭ
ବିଭିନ୍ନ ପ୍ରକାର ସୁଖ ସମ୍ଭୋଗ ଓ ବିଳାସବ୍ୟସନ ଦିଗକୁ ମନ ଚାହିଁବ। ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।
ମୀନ
ଆଜି ଦିନଟିରେ ଅର୍ଥଲାଭ,ସ୍ବାଦିଷ୍ଟ ଭୋଜନ ଏବଂ ବନ୍ଧୁଙ୍କ ଆଦରସୁହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।