Posted inRasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୫ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର କେନ୍ଦ୍ରରେ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅବୁଝା ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ।
ବୃଷ
ବୃଷ
ମାଙ୍ଗଳିକ କାମରେ ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିପାରନ୍ତି। ପ୍ରଶାସନିକ ସ୍ତରରେ, ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ମୃଗଶିରା ନକ୍ଷତ୍ର ସକାଶେ ବାଣିଜ୍ୟ, ବ୍ୟବସାୟ ଓ ପରିବହନ ମନ୍ଦ ହେବ ନାହଁି।
ମିଥୁନ
ମିଥୁନ
ଆଜି ଭାବିବେ ଗୋଟିଏ, କରିବେ ଗୋଟିଏ। କଳା, ସାହିତ୍ୟ, ସଙ୍ଗୀତ ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ସଫଳତା ବିଳମ୍ବରେ ପାଇବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି। ସହକର୍ମୀମାନେ କୌଶଳରେ କାର୍ଯ୍ୟ ହାସଲ କରିବାରେ ପଛାଇବେ ନାହିଁ।
କର୍କଟ
କର୍କଟ
କର୍ମଭାବର ଶୁଭପ୍ରଭାବରୁ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉସତ୍ାହିତ ହେବେ। ଗୁପ୍ତ ଶତ୍ରୁଙ୍କ ସକ୍ରିୟତା ବୃଦ୍ଧି ପାଇବ, ଏଣୁ ସାବଧାନତା ଆବଶ୍ୟକ। ବନ୍ଧୁସମ୍ପର୍କରେ, ଲେଖାପଢ଼ାରେ, ଆଲୋଚନା ତଥା ଚୁକ୍ତିପତ୍ର ସମ୍ପାଦନାରେ ସଫଳତା ହାସଲ କରିବେ। ନିମନ୍ତ୍ରଣ ପାଇ ଯାତ୍ରା ଓ ମାଙ୍ଗଳିକ କାମରେ ସହଯୋଗ କରି ଖୁସି ରହିବେ।
ସି˚ହ
ସି˚ହ
ଶୁକ୍ରଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଦ୍ୱାରା କାର୍ଯ୍ୟ ସାଧନ କରିବେ। ଶନିଙ୍କ ସ୍ଥିତିଜନିତ ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବାରେ ଆଜି ଅଧିକାଂଶ ସମୟ ବିତିବ। ବାଣିଜ୍ୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି।
କନ୍ୟା
ଧନସ୍ଥାନକୁ ପାପଗ୍ରହର ଦୃଷ୍ଟିହେତୁ ଆର୍ଥିକ ସମସ୍ୟା ବୃଦ୍ଧି ପାଇବା କାରଣରୁ କୌଣସି କାମରେ ଉସତ୍ାହିତ ହୋଇପାରିବେ ନାହିଁ। ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ। ସାମାଜିକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି। ଅର୍ଥାଭାବରୁ କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ପାରିବାରିକ ସମସ୍ୟା ବନ୍ଧୁଙ୍କ ସମ୍ମୁଖରେ ପ୍ରକାଶ କରିବାରେ ପଛେଇଯିବେ। କର୍ମକ୍ଷେତ୍ରରେ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ। ଆଜି ଦିନଟିର ଅଧିକାଂଶ ସମୟ କାର୍ଯ୍ୟବ୍ୟସ୍ତତା ମଧ୍ୟରେ କଟାଇବେ।
ବିଛା
ବିଛା
ଶନିଜନିତ ପାରିବାରିକ ସମସ୍ୟା ଯୋଗୁ ମନ ଭାରାକାନ୍ତ ରହିବ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନାକୁ ଏଡ଼ି ହେବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାରକରଜ କରିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ଆଜିର ଗ୍ରହସ୍ଥିତି ପାରିବାରିକ, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାକୁ ସମସ୍ୟା ବହୁଳ କରିପାରନ୍ତି। କଠୋର କଥା କହିବା କାରଣରୁ ନିଜ ନିଜ ମଧ୍ୟରେ କଳହ ଦେଖାଦେଇପାରେ। ରାଜନୀତିରେ, ରଚନାମତ୍କ କାମରେ, କଳା, ସାହିତ୍ୟରେ ପ୍ରଶଂସିତ ହେବେ। ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ।
ମକର
ମକର
ଅଷ୍ଟମ ଚନ୍ଦ୍ରର କୁପ୍ରଭାବରେ ଯାତ୍ରାରେ କଳହ, ଧନହାନି ସାଙ୍ଗକୁ ପରିବାରର ଅଶାନ୍ତିର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସମସ୍ୟା କାରଣରୁ ମନ ବିଚଳିତ ରହିବ। ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସରକାରୀ ସ୍ତରରୁ ସୁବିଧା ସୁଯୋଗ ପାଇ କାମ ହାସଲ କରିବାର ସୁଯୋଗ ପାଇପାରନ୍ତି।
କୁମ୍ଭ
କୁମ୍ଭ
ଆଜିର କାମଗୁଡିକ ସମ୍ପନ୍ନ ହେବାରେ ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡ଼ିପାରେ। ଶତଭିଷା ନକ୍ଷତ୍ର ପାଇଁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଦୀର୍ଘ ଦିନରୁ ପଡି ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ।
ମୀନମୀନ
ଆଜି ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ଭାବରେ ସଫଳତା ପାଇପାରିବେ। ଅର୍ଥ ସମ୍ପର୍କକୁ ନେଇ କୌଣସି ବନ୍ଧୁଙ୍କ ସହ ବିବାଦଗ୍ରସ୍ତ ହେବେ ଓ ତିକ୍ତତା ସୃଷ୍ଟି ହେବା ସମ୍ଭାବନା ରହିଛି। ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri