Categories: ଜାତୀୟ

ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ନିର୍ଦ୍ଦେଶ: ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ମୁମ୍ବାଇ,୯।୧, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶନିବାର ଭଣ୍ଡାରା ଜିଲା ଜେନେରାଲ ହସ୍ପିଟାଲରେ ନିଆଁ ଲାଗି ୧୦ ଶିଶୁଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏପରି କି ମୁଖ୍ୟ ମନ୍ତ୍ରୀ ଠାକରେ ନବଜାତ ଶିଶୁଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଜିଲାର ଜିଲାପାଳ, ପୋଲିସ ଅଧୀକ୍ଷକଙ୍କ ସହ କଥା ହୋଇ ଘଟଣାର ଅନୁସନ୍ଧାନ କରି ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପିଲାଙ୍କ ସମ୍ପର୍କୀୟଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଜେନେରାଲ ହସ୍ପିଟାଲର ଏସ୍‌ଏନ୍‌ସିୟୁରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ୧୦ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ୭ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଛି।

Share