Posted inଜାତୀୟ

୨୧ ଛାତ୍ରୀଛାତ୍ରଙ୍କୁ ଯୌନ ନିର୍ଯାତନା: ହଷ୍ଟେଲ ଓ୍ବାର୍ଡେନଙ୍କୁ ଫାଶୀଦଣ୍ଡାଦେଶ

ଇଟାନଗର,୨୬।୯: ଛାତ୍ରୀଛାତ୍ରଙ୍କୁ ଯୌନ ନିର୍ଯାତନା ମାମଲାର ବିଚାର କରି ଇଟାନଗର ସ୍ଥିତ ଏକ ସ୍ବତନ୍ତ୍ର କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ମାମଲାର ଶୁଣାଣି କରି କୋର୍ଟ ମୁଖ୍ୟ ଅଭିଯୁକ୍ତ ହଷ୍ଟେଲ ଓ୍ବାର୍ଡେନ ୟୁମକିନ ବାଗ୍‌ରାଙ୍କୁ ଫାଶୀଦଣ୍ଡାଦେଶ ଶୁଣାଇଛନ୍ତି।

ସେହିପରି ଏହି ମାମଲାରେ ସମ୍ପୃକ୍ତି ଥିବା ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଶିଙ୍ଗ୍‌ତୁଙ୍ଗ୍‌ ୟୋର୍‌ପେନ୍‌ ଓ ହିନ୍ଦୀ ଶିକ୍ଷକ ମାର୍ଗୋମ ଗୋମ୍‌ଦାରଙ୍କୁ ସ୍ବତନ୍ତ୍ର ଜଜ୍‌ ଜାୟେପ୍ଲୁ ଚାଇ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ୟୁମକିନ୍‌ ୬ରୁ ୧୫ ବର୍ଷ ବୟସର ୧୫ ଛାତ୍ରୀ ଏବଂ ୬ ଛାତ୍ରଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ୨୦୧୪ରୁ ୨୦୨୨ ମଧ୍ୟରେ ଅରୁଣାଚଳ ପ୍ରଦେଶ ସରକାରଙ୍କ ଦ୍ୱାରା ପରିଚାଳିତ ଏକ ଆବାସିକ ବିଦ୍ୟାଳୟରେ ୨୧ଜଣ ଛାତ୍ରୀଛାତ୍ରଙ୍କୁ ଯୌନ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀ ଦଳରୁ କିଏ ଦେଇଥିଲା ପ୍ରଧାନମନ୍ତ୍ରୀ ଅଫର ? ଜାଣନ୍ତୁ କ’ଣ କହିଲେ ନିତିନ ଗଡ଼କରୀ

ନୂଆଦିଲ୍ଲୀ,୨୬ା୯: କେନ୍ଦ୍ରମନ୍ତ୍ରୀ ପରିବହନ ନିତିନ ଗଡ଼କରୀ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଥିବା ଖବର ଅନେକ ଦିନରୁ ଚର୍ଚ୍ଚା ହୋଇଆସୁଛି। ଏହାରି ମଧ୍ୟରେ ସେ ଏହି ପ୍ରସଙ୍ଗରେ ବଡ...

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ମହିଳା ଯେଉଁ ଧର୍ମର ହୁଅନ୍ତୁନା କାହିଁକି ସମସ୍ତଙ୍କ ପାଇଁ ଲାଗୁ ହେବ ଏହି ଆଇନ

ନୂଆଦିଲ୍ଲୀ,୨୬।୯: ଘରୋଇ ହିଂସା ଆଇନ ଉପରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଘରୋଇ ହିଂସା ଆଇନ ୨୦୦୫ ପ୍ରତ୍ୟେକ ମହିଳାଙ୍କ...

୩ ‘ପରମ ରୁଦ୍ର ସୁପର କମ୍ପ୍ୟୁଟର’ର ଉଦଘାଟନ କଲେ ମୋଦି, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତା

ନୂଆଦିଲ୍ଲୀ,୨୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ତିନୋଟି ସୁପର କମ୍ପ୍ୟୁଟରକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଏହି ତିନୋଟି କମ୍ପ୍ୟୁଟର ସଂପୂର୍ଣ୍ଣ ଭାବେ ଭାରତରେ ନିର୍ମିତ...

ଭାଜପାକୁ ଲାଗିଲା ବଡ ଝଟ୍‌କା, ୨୦ ବର୍ଷ ଦଳରେ ଥାଇ ଏବେ…

ରାଞ୍ଚି,୨୬।୯: ଚେନପୁର ରାଜ ପରିବାରର ସଦସ୍ୟ ତଥା ଭାଜପାର ପୂର୍ବତନ ରାଜ୍ୟ ମନ୍ତ୍ରୀ ବିବେକ ଭବାନୀ ସିଂ ବୁଧବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ରାଜ୍ୟ...

ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟକା!

ନୂଆଦିଲ୍ଲୀ,୨୬।୯: ବିଲକିସ ବାନୋ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଗୁଜରାଟ ସରକାରଙ୍କୁ ଏକ ବଡ ଝଟ୍‌କା ଲାଗିଛି। ଗୁରୁବାର ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି, ଯେଉଁଥିରେ...

ଶ୍ରମିକମାନଙ୍କ ପାଇଁ ସର୍ବନିମ୍ନ ମଜୁରୀ ବୃଦ୍ଧି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୯: ଶ୍ରମିକ ବିଶେଷକରି ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କ୍ରମେ କେନ୍ଦ୍ର...

କୃଷକଙ୍କ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ କଲେ ସରକାର

ରାଞ୍ଚି,୨୬।୯: ଝାଡ଼ଖଣ୍ଡରେ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବାର ଠିକ ପୂର୍ବରୁ ରାଜ୍ୟର ଜେଏମଏମ-କଂଗ୍ରେସ-ଆରଜେଡି ମିଳିତ ସରକାର କୃଷକଙ୍କ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଛାଡ...

ଏନଡିଏ ହିଁ ଏନଡିଏକୁ ହରାଇଛି, ଉପେନ୍ଦ୍ରଙ୍କ ଚମକାଇଭା ଭଳି ବୟାନ

ଔରଙ୍ଗାବାଦ,୨୬।୯: ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚାର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ରାଜ୍ୟ ସଭା ସଦସ୍ୟ ଉପେନ୍ଦ୍ର କୁଶୱାହ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ଯେ କର୍ମୀମାନଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri