ହୋଟେଲରେ ଲାଗିଲା ନିଆଁ

ଯାଜପୁର ଅଫିସ,୭।୧୨: ଯାଜପୁର ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ସାମ୍ନାରେ ଥିବା ଏକ ରୁଚିକା ହେଟେଲରେ ବୁଧବାର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଖବରପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି।