ଏବର୍ଷ ଅଧିକ ଗରମ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ):ମାଘରେ ମୁଣ୍ଡଫଟା ଖରା। ଉପାନ୍ତଠାରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ପାରଦ ଉପରମୁହାଁ। ସକାଳ ୧୦ଟା ପରେ ଘରୁ ବାହାରିବାକୁ ବି ଡର। ପ୍ରବଳ ଖରାରେ ସାରା ରାଜ୍ୟର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏବର୍ଷ ଅସ୍ବାଭାବିକ ଜଳବାୟୁ ସହ ତାପମାତ୍ରା ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେପଟେ ଗୁରୁବାର ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ଦିନରେ ଉଷ୍ଣ ଏବଂ ଆର୍ଦ୍ର ପାଣିପାଗ ସ୍ଥିତି ଲାଗି ରହିବା ସମ୍ଭାବନା ଥିବାନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଅପରପକ୍ଷରେ ରାଜ୍ୟରେ ହିଟ୍‌ ଓ୍ବେଭ୍‌ର ମୁକାବିଲା ପାଇଁ ଆଗୁଆ ସତର୍କ ଓ ସଜାଗ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହଜନିତ ବିପଦ ସମ୍ପର୍କରେ ଲୋକଙ୍କୁ ସଚେତନ କରାଇବା ସହ ଉକ୍ତ ବିପଦରୁ ମଣିଷ ଓ ପଶୁପକ୍ଷୀଙ୍କୁ ରକ୍ଷା କରିବା ପାଇଁ କ’ଣ କରାଯିବ ସେ ନେଇ ସଚେତନତା ଅଭିଯାନ ଆରମ୍ଭ କରାଯିବ। ଗ୍ରୀଷ୍ମ ପ୍ରବାହ ସମୟରେ ରାଜ୍ୟ ଓ ଜିଲାସ୍ତରରେ ଥିବା କଣ୍ଟ୍ରୋଲ ରୁମ୍‌ ୨୪ ଘଣ୍ଟିଆ କାର୍ଯ୍ୟ କରିବ। କାର୍ଯ୍ୟସ୍ଥଳ କିମ୍ବା ଅନ୍ୟ ଅଞ୍ଚଳରେ କୌଣସି ବ୍ୟକ୍ତିଙ୍କ ଅଂଶୁଘାତଜନିତ ମୃତ୍ୟୁ ଘଟିଲେ ୪୮ ଘଣ୍ଟା ମଧ୍ୟରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ରିପୋର୍ଟ ପହଞ୍ଚତ୍ବା ଦରକାର ବୋଲି କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରାଜଧାନୀ ଭୁବନେଶ୍ୱର ଦ୍ୱିତୀୟ ଦିନ ପାଇଁ ଅର୍ଥାତ୍‌ ବୁଧବାର ରାଜ୍ୟର ଉତ୍ତପ୍ତ ସହର ରହିଥିଲା। ମଙ୍ଗଳବାର ଭୁବନେଶ୍ୱରରେ ପାରଦ ୩୭ ଡିଗ୍ରୀ ଛୁଇଁଥିବାବେଳେ ବୁଧବାର ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ରାଜ୍ୟର ୧୫ଟି ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲାବେଳେ ଅନ୍ୟ ସହର ମଧ୍ୟରେ ଟିଟିଲାଗଡ଼ ୩୬, ଭବାନୀପାଟଣା ୩୬, ଚାନ୍ଦବାଲି ୩୫.୮, ଭଦ୍ରକ ୩୫.୮, ଝାରସୁଗୁଡ଼ା ୩୫.୬, ସୋନପୁର ୩୫.୫, ବୌଦ୍ଧ ୩୫.୫, ନୟାଗଡ଼ ୩୫.୪, ବଲାଙ୍ଗୀର ୩୫.୪, ଢେଙ୍କାନାଳ ୩୫.୨, କଟକ, ଅନୁଗୋଳ, ମାଲକାନଗିରି ଏବଂ ତାଳଚେରରେ ୩୫ ଡିଗ୍ରୀ ତାପମାତ୍ରା ରହିଥିଲା।
ସେପଟେ ଗୁରୁବାର ପଶ୍ଚିମାଝଡ଼ ପ୍ରଭାବରେ ଉତ୍ତର ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହିତ ଘଡ଼ଘଡ଼ି ମଧ୍ୟ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ତେବେ ୨୬ ତାରିଖରୁ ରାଜ୍ୟରେ ଅଧିକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୬ରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ବଲାଙ୍ଗୀର, ସୋନପୁର ଏବଂ ଦେବଗଡ଼ ଜିଲାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri