ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ଆଜି ବି ଗୃହ ଅଚଳ। ଶିକ୍ଷକଙ୍କ ପ୍ରସଙ୍ଗକୁ ନେଇ ବିଧାନସଭାରେ ବିରୋଧୀ ପ୍ରବଳ ହଟ୍ଟଗୋଳ ଏବଂ ନାରାବାଜି କରିଥିଲେ। ବାଚସ୍ପତିଙ୍କ ରୁଲିଂ କାର୍ଯ୍ୟକାରୀ ନ ହେବାରୁ ବିରୋଧୀଙ୍କ ପକ୍ଷରୁ ହଟ୍ଟଗୋଳ ଜାରି ରହିଥିଲା । ଶେଷରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଦିନ ୧୧.୩୦ ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।