ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ଭାଜପା ସଦସ୍ୟମାନେ ହାତରେ ପ୍ଲାକାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କ ବିରୋଧରେ କଂଗ୍ରେସ ମୁଖପାତ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଭାଜପା ସଦସ୍ୟମାନେ ନାରାବାଜି କରିଥିଲେ । ଅପରପକ୍ଷେ କଂଗ୍ରେସ ସଦସ୍ୟମାନେ ମଧ୍ୟ ଭାଜପା ସଦସ୍ୟଙ୍କୁ ବିରୋଧ କରି ନାରାବାଜି କରିଥିଲେ । ତେବେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ବାଚସ୍ପତି ବିକ୍ରମ କେଶୀ ଆରୁଖ ଗୃହକୁ ଦିନ ୧୧.୩୦ ଯାଏ ମୁଲତବୀ ଘୋଷଣା କରିଛନ୍ତି ।