ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି। ଗାଁରେ ଟ୍ରାନ୍ସଫର୍ମର ପୋଡି ଯିବାରୁ ଫେର୍ନାନ୍ଦଙ୍କ ସାନଝିଅ କୁନ୍ତଳା ମହମବତୀ ଲଗାଇ ପାଠ ପଢ଼ୁଥିଲେ।

ପାଠ ସାରି ଘରେ ତାଙ୍କ ମା’ ନ ଥିବାରୁ ରୋଷେଇ କରିବାକୁ ଯାଇଥିଲେ। ଏହି ସମୟରେ କୌଣସି ପ୍ରକାରେ ମହମବତୀରୁ ବହିପତ୍ରକୁ ନିଆଁ ଲାଗି ଘରକୁ ବ୍ୟାପୀ ଯାଇଥିଲା। କୁନ୍ତଳା ପଡ଼ୋଶୀଙ୍କୁ ଚିତ୍କାର କରି ଡାକିଥିଲେ। ଗ୍ରାମବାସୀ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରିବା ସହ ଦାରିଙ୍ଗବାଡି ଦମକଳ କେନ୍ଦ୍ରକୁ ଜଣାଇଥିଲେ। ଦମକଳ ବାହୀନି ପହଞ୍ଚିବା ବେଳକୁ ଘରେ ଥିବା ଲୁଗାପଟା, ବହି, ସାର୍ଟିଫିକେଟ, ଆଧାର କାର୍ଡ, ବ୍ୟାଙ୍କ ପାସବୁକ, ଟିଭି, କମ୍ପ୍ୟୁଟର, ସୁନାରୁପା ସହ ୫୦ ହଜାର ଟଙ୍କା ପୋଡ଼ି ହୋଇ ପାଉଁଶ ହେଇଯାଇଥିଲା। ଏ ନେଇ ଫେର୍ନାନ୍ଦ ଗଦାପୁର ଆରଆଇଙ୍କୁ ଲିଖିତ ଅଭିଯୋଗ କରିଛନ୍ତି । ପରିବାରକୁ ପ୍ରଶାସନ ସହାୟତା ପ୍ରଦାନ କରିବା ପାଇଁ ଗ୍ରାମବାସୀ ଓ ସରପଞ୍ଚ ନବନିତା କପାଟପାତ୍ର ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି।...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଗୋଲାମୁଣ୍ଡା,୧।୧୦(ବଟକୃଷ୍ଣ ପଣ୍ଡା): ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କ ଗାଡ଼ିକୁ ଶୁକ୍ରବାର ଅଣ୍ଡାମାଡ଼ ହୋଇଛି । ନିଜ ନିର୍ବାଚନମଣ୍ଡଳୀରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri