Posted inଜାତୀୟ

ଗୋମାଂସ ଖାଉଥିବା କଙ୍ଗନାଙ୍କୁ କିପରି ଟିକେଟ୍‌ ଦେଲା ଭାଜପା, କଂଗ୍ରେସର ବିବାଦୀୟ ପ୍ରଶ୍ନ

ନୂଆଦିଲ୍ଲୀ,୭।୪: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ବଲିଉଡ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କୁ ମଇଦାନରେ ଓହ୍ଲାଇଛି। ଦଳ ତାଙ୍କୁ ହିମାଚଳ ପ୍ରଦେଶ ମଣ୍ଡିରୁ ଟିକେଟ୍‌ ଦେଇଛି। ନିର୍ବାଚନୀ ମଇଦାନକୁ ଓହ୍ଲାଇବାର କିଛି ସମୟ ନ ଜାଉଣୁ ବିବାଦୀୟ କୁଇନଙ୍କ ନାଁରେ ବିବାଦ ମୁଣ୍ଡ ଟେକିଛି। ଗତ କିଛିଦିନ ପୂର୍ବରୁ କଂଗ୍ରେସ ପ୍ରବକ୍ତା ସୁପ୍ରିୟା ଶ୍ରୀନେତ କଙ୍ଗନାଙ୍କୁ ଆପତ୍ତିଜନକ ବୟାନ ଦେଇଥିଲେ। ପୁଣି କିଛିଦିନ ପରେ କଙ୍ଗନା, ରାହୁଲଙ୍କ ସମ୍ପର୍କରେ ବିବାଦୀୟ ବୟାନ ଦେଇଥିଲେ। ଏବେ ଜଣେ କଂଗ୍ରେସ ନେତା ଅଭିଯୋଗ ଲଗାଇଛନ୍ତି, କଙ୍ଗନା ଗୋମାଂସ ଖାଉଛନ୍ତି, ତେବେ ଭାଜପା ତାଙ୍କୁ କିପରି ଟିକେଟ୍‌ ଦେଇଛି।

ମହାରାଷ୍ଟ୍ର କଂଗ୍ରେସ ନେତା ବିଜୟ ବଡେଟ୍ଟିୱାର ଅଭିଯୋଗ କରିଛନ୍ତି ଯେ, ହିମାଚଳ ପ୍ରଦେଶୀ ମଣ୍ଡି ଆସନରୁ ବିଜେପି ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତ ନିକଟରେ କହିଥିଲେ ଯେ, ତାଙ୍କୁ ଗୋମାଂସ ପସନ୍ଦ ଓ ସେ ଖାଆନ୍ତି। ଏନେଇ ସେ ସୋସିଆଲ ମିଡିଆରେ ପ୍ରକାଶ କରିଥିଲେ। ଏହାପରେ ମଧ୍ୟ ଭାଜପା ତାଙ୍କୁ ଟିକେଟ ଦେଇ ପ୍ରାର୍ଥୀ କରିଛି। ତେବେ ଅନ୍ୟପଟେ କଂଗ୍ରେସ ନେତାଙ୍କ ଏହି ଅଭିଯୋଗର ପାଲଟା ଜବାବ ଦେଇଛି ଭାଜପା। ଭାଜପା ମୁଖପାତ୍ର କେଶବ ଉପାଧ୍ୟାୟ କହିଛନ୍ତି, କଂଗ୍ରେସ ଯେଉଁ ଅଭିଯୋଗ ଆଣିଛି, ତାହା ତା’ର ମଇଳା ସଂସ୍କୃତିକୁ ଦର୍ଶାଉଛି। ସେ ଏହି ପ୍ରସଙ୍ଗରେ ଆମ ସହ ଲଢେଇ କରିପାରିବେ ନାହିଁ। ଏହା ଦଳର ପରାଜୟବାଦୀ ମାନସିକତାକୁ ପ୍ରତିଫଳିତ କରେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri