୨୪ ବର୍ଷରେ କେତେ ଜଳସେଚନର ସୁଯୋଗ ସୃଷ୍ଟି ହୋଇଛି ଶ୍ୱେତପତ୍ର ଜାରି କର: କଂଗ୍ରେସ

ଭୁବନେଶ୍ବର, ୧୯ା୭(ସୁନିତ୍‌ ମିଶ୍ର): ଓଡ଼ିଶା ଗତ ୧୩ ବର୍ଷରେ ୮ ଥର ମରୁଡ଼ି ପରିସ୍ଥିତିର ସମ୍ମୁଖୀନ ହୋଇଛି। ପ୍ରତିଥର ମରୁଡ଼ି ଆସିଲେ ଗତାନୁଗତିକ ଭାବେ ସରକାରଙ୍କ ଆପଦକାଳୀନ ବୈଠକ ବସିଥାଏ। କୃଷି ବିଭାଗ ଅଧିକାରୀମାନେ ମରୁଡ଼ି ସହ୍ୟ କରିପାରୁଥିବା କୃଷି ସାରଣୀକୁ ଆପଣାଇବାକୁ ପରାମର୍ଶ ଦିଅନ୍ତି। ଉଠା ଜଳସେଚନ ପଏଣ୍ଟଗୁଡ଼ିକୁ ସଜାଇବାକୁ ତାଗିଦ୍‌ କରନ୍ତି। ଏହାପରେ ସରକାର କିଛି ସବସିଡି ଘୋଷଣା କରି ହାତଝାଡ଼ି ବସନ୍ତି। ତେବେ ରାଜ୍ୟ ସରକାର ତାଙ୍କ ୨୪ ବର୍ଷ ଶାସନରେ ଏଥିପାଇଁ ବିଭାଗ ପକ୍ଷରୁ ମୋଟ କେତେ ଟଙ୍କା ଓ କେତେ ପରିମାଣର ଜମିକୁ କେଉଁ ଜଳଉତ୍ସ ଦ୍ୱାରା ଜଳସେଚନର ସୁଯୋଗ ସୃଷ୍ଟି କରିଛନ୍ତି, ତା’ର ତଥ୍ୟ ପ୍ରଦାନ କରନ୍ତୁ। ଏହାସହ ଏହାର ସତ୍ୟ ଉପରେ ଆଧାରିତ ସବିଶେଷ ଏକ ବିବରଣୀର ସାର୍ବଜନୀନ କରିବା ସହିତ ଏହାର ଏକ ତୁରନ୍ତ ଶ୍ୱେତପତ୍ର ପ୍ରକାଶ କରିବାକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି କିଷାନ ସେଲ୍‌ ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକ କହିଛନ୍ତି। ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଅମୀୟ କହିଛନ୍ତି ଯେ, ଚାଷ ପାଇଁ ପ୍ରମୁଖ ବ୍ୟବସ୍ଥା ହେଲା ଜଳସେଚନ। କିନ୍ତୁ ଜଳସେଚନ ପାଇଁ ରାଜକୋଷରୁ ହଜାର ହଜାର କୋଟି ଟଙ୍କା ବ୍ୟୟ କରାଯାଉଥିବା ବେଳେ ଏବେ ମଧ୍ୟ ଫଳ ଶୂନ। ବର୍ତ୍ତମାନର ସରକାର ତାଙ୍କର ପାଖାପାଖି ଦୀର୍ଘ ଅଢ଼େଇ ଦଶନ୍ଧି ଶାସନ ସମୟରେ ଯେତେଗୁଡ଼ିଏ ଜଳଉତ୍ସ ସୃଷ୍ଟି କରିଛନ୍ତି ସେଥିରେ ଚାଷୀ ଲାଭବାନ ହେବା ପରିବର୍ତ୍ତେ ସରକାର, ମନ୍ତ୍ରୀ, ଯନ୍ତ୍ରୀ ଓ କଣ୍ଟ୍ରାକ୍ଟର ଏଥିରେ ସବୁଠାରୁ ଅଧିକ ଫାଇଦା ଉଠାଇଛନ୍ତି ବୋଲି ଅମୀୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri