Posted inଜାତୀୟ

କେମିତି ଘଟିଲା ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣା, କାରଣ କହିଲା ରେଳବାଇ ବୋର୍ଡ

ନୂଆଦିଲ୍ଲୀ,୪ା୬: ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣା ସମ୍ପର୍କରେ ରେଳବାଇ ବୋର୍ଡ ଏକ ବଡ଼ ଖୁଲାସା କରିଛି। ବୋର୍ଡ କହିଛି, କେବଳ କରମଣ୍ଡଳ ଏକ୍ସପ୍ରେସ୍‌ ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ବେଳେ ମାଲବାହୀ ଟ୍ରେନ୍‌ ଲୁପ୍‌ ଲାଇନ୍‌ରେ ଛିଡ଼ା ହୋଇଥିଲା।

ରେଳବାଇ ବୋର୍ଡର ‘ଅପରେଶନ୍‌ ଆଣ୍ଡ୍‌ ବି.ଡି.’ର ସଦସ୍ୟା ଜୟା ବର୍ମା ସିହ୍ନା କହିଛନ୍ତି, ମାଲବାହୀ ଟ୍ରେନ ଲୁପ୍‌ ଲାଇନରେ ଛିଡ଼ା ହୋଇଥିଲେ ହେଁ କରମଣ୍ଡଳ ଏକ୍ସପ୍ରେସକୁ ଗ୍ରୀନ୍‌ ସିଗ୍‌ନାଲ ମିଳିଥିଲା। ଏହି କାରଣରୁ କରମଣ୍ଡଳ ଟ୍ରେନ୍‌ ଚଳାଚଳ କରିଥିଲା। ସେ କହିଛନ୍ତି, ଦୁର୍ଘଟଣା ପରେ ରେଳବାଇ ଦ୍ୱାରା ପ୍ରଥମ ରିଲିଫ ଓ ଉଦ୍ଧାର କାର୍ଯ୍ୟ କରାଯାଇଥିଲା, ଯାହା ପରେ ମରାମତି କାମ ଚାଲିଛି।

ବାହାନାଗା ଷ୍ଟେଶନରେ ୪ଟି ଲାଇନ ରହିଛି। ଏହାର ଦୁଇଟି ମୁଖ୍ୟ ଲାଇନ୍‌ ଅଛି। ଲୁପ୍‌ ଲାଇନରେ ଏକ ମାଲବାହୀ ଟ୍ରେନ୍‌ ଥିଲା। ଷ୍ଟେଶନରେ ଡ୍ରାଇଭର ଗ୍ରୀନ୍‌ ସିଗ୍‌ନାଲ ପାଇଥିଲେ। ଉଭୟ ଯାନ ସେମାନଙ୍କର ସମ୍ପୂର୍ଣ୍ଣ ବେଗରେ ଚାଲୁଥିଲେ।

କେବଳ କରମଣ୍ଡଳ ଏକ୍ସପ୍ରେସ ଏହି ଦୁର୍ଘଟଣାର ଶିକାର ହୋଇଥିଲା। ସେ କହିଛନ୍ତି, ପ୍ରାଥମିକ ଅନୁସନ୍ଧାନ ଅନୁଯାୟୀ, ସିଗ୍‌ନାଲରେ କିଛି ଅସୁବିଧା ହୋଇଛି। ରେଳ ସୁରକ୍ଷା କମିଶନରଙ୍କ ବିସ୍ତୃତ ରିପୋର୍ଟକୁ ଆମେ ଏପର୍ଯ୍ୟନ୍ତ ଅପେକ୍ଷା କରିଛୁ। କେବଳ କରମଣ୍ଡଳ ଏକ୍ସପ୍ରେସ ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଟ୍ରେନ୍‌ଟି ପ୍ରାୟ ଘଣ୍ଟାପ୍ରତି ୧୨୮ କିଲୋମିଟର ବେଗରେ ଗତି କରୁଥିଲା। ସେ ଆହୁରି ମଧ୍ୟ କହିଛନ୍ତି, ୟଶବନ୍ତପୁର ଏକ୍ସପ୍ରେସର ଶେଷ ଦୁଇଟି ବଗି ସହିତ କରମଣ୍ଡଳ ଏକ୍ସପ୍ରେସର ଧକ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧବ ଠାକରେଙ୍କୁ ବଡ଼ ଝଟ୍‌କା: ଟିକେଟ୍‌ ମିଳିବା ପରେ ନାଁ ପ୍ରତ୍ୟାହାର କଲେ ପ୍ରାର୍ଥୀ: ଏବେ ଏକନାଥ ଶିନ୍ଦେଙ୍କୁ ସମର୍ଥନ

ପୁଣେ,୨୮।୧୦: ମହାରାଷ୍ଟ୍ରରେ ନିର୍ବାଚନ ତାତି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସମ୍ଭାଜିନଗର ସେଣ୍ଟ୍ରାଲରୁ ଉଦ୍ଧବ ଠାକରେଙ୍କ ଦଳର ପ୍ରାର୍ଥୀ ତାଙ୍କ ନାମ ପ୍ରତ୍ୟାହାର...

ଭଙ୍ଗା-ଗଢା ରାଜନୀତି କରୁଛି ଭାଜପା: ସଞ୍ଜୟ ରାଉତ

ମୁମ୍ବାଇ,୨୮।୧୦: ଶିବସେନାର ରାଜ୍ୟ ସଭା ଏମପି (ଉଦ୍ଧବ ବାଲାସାହେବ ଠାକରେ) ଏବଂ ଦଳର ମୁଖପାତ୍ର ସଞ୍ଜୟ ରାଉତ ଅଭିଯୋଗ କରିଛନ୍ତି ଯେ ବିଭିନ୍ନ ଦଳ ଭାଙ୍ଗି...

ସ୍ପେନିସ ଫୁଟବଲକୁ ନେଇ ଏମିତି କହିଲେ ମୋଦି

ବଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ସୋମବାର ଭଦୋଦରାସ୍ଥିତ ଟାଟା ଆଡଭାନ୍ସଡ ସିଷ୍ଟମ ଲିମିଟେଡ କ୍ୟାମ୍ପସରେ C-295 ବିମାନ ଉତ୍ପାଦନ...

ଭୋଟ ପୂର୍ବରୁ ମାଗଣା ବିଜୁଳି, ଋଣ ଛାଡ ଭଳି ଲଲିପପ ଦେଖାଉଛନ୍ତି ନେତା!

ରାଞ୍ଚି,୨୮।୧୦: ଝାଡ଼ଖଣ୍ଡର ୨୦୨୪ ବିଧାନସଭା ନିର୍ବାଚନ ପାଖେଇ ଆସିବା ମାତ୍ରେ ଗୋଡ୍ଡା ଜିଲାର ପଥରଗାମା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଓ ଅବିଶ୍ୱାସର ଭାବନା ସୃଷ୍ଟି...

ମୁହଁ ଖୋଲିଲେ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼, କହିଲେ କ’ଣ ହୋଇଥିଲା ଆଲୋଚନା

ନୂଆଦିଲ୍ଲୀ,୨୮ା୧୦: ଗଣେଶ ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନ ବାସଭବନକୁ ଆସିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼। ଏହି ଘଟଣାକୁ ନେଇ...

ଓ୍ବେଟିଂ ଲିଷ୍ଟ କନଫର୍ମ ହେବ କି ନା, ଟିକେଟରେ ଥିବା କୋଡ ଦେଖି ନିଜେ କରିପାରିବେ ଚେକ୍‌

ନୂଆଦିଲ୍ଲୀ,୨୮।୧୦: ଦୀପାବଳି ସମୟରେ ପ୍ରାୟ ସବୁ ଟ୍ରେନରେ ଯାତ୍ରୀଙ୍କ ଭିଡ ପରିଲକ୍ଷିତ ହୋଇଥାଏ। ବିଶେଷକରି ଉତ୍ତର ପ୍ରଦେଶ-ବିହାର ଯାଉଥିବା ଟ୍ରେନରେ କନଫର୍ମ ଟିକେଟ ପାଇବା କଷ୍ଟକର...

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ...

ବିମାନ ପରେ ଏବେ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ତିରୁପତି,୨୮।୧୦: ତିରୁପତିସ୍ଥିତ ଇସ୍କନ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିଛି। ରବିବାର ଇମେଲ ମାଧ୍ୟମରେ ଏହି ଧମକ ଗ୍ରହଣ କରାଯାଇଥିଲା। ମନ୍ଦିର ପ୍ରଶାସନ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri