ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ।

ଯଦି ଆପଣ ଉପରୋକ୍ତ ସ୍କିମ ପାଇଁ ଯୋଗ୍ୟ ଅଟନ୍ତି ତେବେ ଆପଣ ଆୟୁଷ୍ମାନ କାର୍ଡ ତିଆରି କରିପାରିବେ । ଏଥିପାଇଁ ଆପଣଙ୍କୁ ନିକଟସ୍ଥ ଜନସେବା କେନ୍ଦ୍ରକୁ ଯିବାକୁ ପଡିବ। ଏଥିପାଇଁ ଡକ୍ୟୁମେଣ୍ଟ ଭାବରେ ଆବାସିକ ପ୍ରମାଣପତ୍ର, ଆଧାର କାର୍ଡ ଏବଂ ରାଶନ କାର୍ଡ ଆବଶ୍ୟକ ହେବ । ଆପଣଙ୍କୁ ଏକ ମୋବାଇଲ ନମ୍ବର ମଧ୍ୟ ଆବଶ୍ୟକ ହେବ, ଯାହା ସହିତ ଆପଣଙ୍କର କାର୍ଡ ଲିଙ୍କ ହୋଇ ପାରିବ ।

ସାରା ଦେଶରେ ୭୦ ବର୍ଷରୁ ଉଦ୍ଧର୍‌ବ ସମସ୍ତ ଲୋକ ଏହାର ସୁବିଧା ପାଇବେ । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସମସ୍ତଙ୍କୁ କାର୍ଡ ଇସ୍ୟୁ କରାଯିବ। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଗୋଟିଏ କାର୍ଡ ରହିବ। ପୁରୁଣା କାର୍ଡରେ ୯୫୦ ଏବଂ ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲରୁ ସୁବିଧା ରହିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି।

୭୦ ବର୍ଷରୁ ଅଧିକ ବୟସର ସମସ୍ତ ବରିଷ୍ଠ ନାଗରିକ, ସେମାନଙ୍କର ସାମାଜିକ-ଅର୍ଥନୈତିକ ସ୍ଥିତି ର୍ନିବିଶେଷରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜେଏ)ର ଲାଭ ପାଇବାକୁ ଯୋଗ୍ୟ ହେବେ। ଯୋଗ୍ୟ ବରିଷ୍ଠ ନାଗରିକମାନଙ୍କୁ AB PM-JAY ଅଧୀନରେ ଏକ ନୂତନ ଅଲଗା କାର୍ଡ ଦିଆଯିବ।ବରିଷ୍ଠ ନାଗରିକ, ଯାହାର ପରିବାର ପୂର୍ବରୁ ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ରହିଛନ୍ତି, ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ଅଂଶୀଦାର ଟପ-ଅପ କଭର ପାଇଁ ଯୋଗ୍ୟ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

୧୪ ବର୍ଷ ପରେ ପୂର୍ବେ ନାବାଳିକାଙ୍କୁ ଦେଇଥିଲେ ଯୌନ ନିର୍ଯାତନା: ଏବେ ମିଳିଲା ଦଣ୍ଡ

ଭବାନୀପାଟଣା,୨୮ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ଅଞ୍ଚଳରେ ୨୦୨୦ରେ ଜଣେ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ସୋମବାର ପ୍ରକାଶ ପାଇଛି।...

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ...

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି...

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ...

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ...

ଅଲୋଡ଼ା ହେଲା ଶିଶୁକନ୍ୟା: ପୋଖରୀ କୂଳରେ ବ୍ୟାଗ୍‌ ଭିତରେ ପୂରାଇ ଛାଡ଼ି ଚାଲିଗଲେ…

ପାଟଣା,୨୮ା୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରୀ ଶିଶୁ ବିଦ୍ୟାମନ୍ଦିର ପଛ ପଟରେ ଥିବା ଏକ ପୋଖରୀ କୂଳରେ ବ୍ୟାଗ୍‌ ଭିତରୁ ସୋମବାର ସକାଳୁ...

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri