Categories: ଜାତୀୟ

ସିଏଏ: ନାଗରିକତା ପାଇଁ ପୋର୍ଟାଲରେ କରିବାକୁ ପଡ଼ିବ ପଞ୍ଜିକରଣ

ନୂଆଦିଲ୍ଲୀ,୧୧।୩: ଲୋକ ସଭା ନିର୍ବାଚନ ୨୦୨୪ ଘୋଷଣା ପୂର୍ବରୁ ସୋମବାର ଦେଶରେ ନାଗରିକତା ସଂଶୋଧନ ନିୟମ (ସିଏଏ) ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ନାଗରିକତା ସଂଶୋଧନ ନିୟମ (ସିଏଏ) ଅନୁଯାୟୀ, ୩୧ ଡିସେମ୍ବର ୨୦୧୪ ପୂର୍ବରୁ ବାଂଲାଦେଶ, ପାକିସ୍ଥାନ ଏବଂ ଆଫଗାନିସ୍ତାନରୁ ଭାରତକୁ ଆସିଥିବା ହିନ୍ଦୁ, ଶିଖ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନଙ୍କ ସମେତ ନିର୍ଯାତନାର ସମ୍ମୁଖୀନ ହୋଇଥିବା ଅଣ-ମୁସଲମାନ ପ୍ରବାସୀ ଭାରତୀୟଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ କରାଯିବ। ତେବେ ନାଗରିକତା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ପୋର୍ଟାଲରେ ରେଜିଷ୍ଟ୍ରେଶନ କରିବାକୁ ପଡ଼ିବ। ଏହାପରେ ଆବଶ୍ୟକ କାଗଜପତ୍ର ଦାଖଲ କରିବାକୁ ପଡ଼ିବ। ଏହାପରେ ସରକାରଙ୍କ ପକ୍ଷରୁ ତଦନ୍ତ କରାଯିବ। ଯଦି ଆବେଦନକାରୀଙ୍କ ସମସ୍ତ କାଗଜପତ୍ର ଠିକ ଥିବ ତେବେ ତାଙ୍କୁ ଭାରତର ନାଗରିକତା ପ୍ରଦାନ କରାଯିବ।

 

Share