କେମିତି ଖୋଲିବ ରତ୍ନଭଣ୍ଡାର, କେଉଁମାନଙ୍କୁ ମିଳିବ…

ଭୁବନେଶ୍ୱର,୧୩।୭: ରବିବାର ଖୋଲିପାରେ ରତ୍ନଭଣ୍ଡାର । ଏ ନେଇ ସରକାର ଆଜି ଏସ୍‌ଓପି ଜାରି କରିପାରନ୍ତି । ଏସ୍‌ଓପି ଜାରି ହେବା ପରେ କେମିତି ରତ୍ନଭଣ୍ଡାର ଖୋଲାଯିବ । ରତ୍ନଭଣ୍ଡାର ଭିତରକୁ ପ୍ରବେଶ ପାଇଁ କେଉଁମାନଙ୍କୁ ଅନୁମତି ମିଳିବ ତାହା ସ୍ପଷ୍ଟ ହେବ । ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ନେଇ ସମୟ ଧାର୍ଯ୍ୟ କରାଯାଇଥିଲା । ବର୍ତ୍ତମାନ କେବଳ ସରକାରଙ୍କ ଅନୁମତିକୁ ଅପେକ୍ଷା କରାଯାଇଛି ବୋଲି ଯାଂଚ କମିଟି ଅଧ୍ୟକ୍ଷ କହିଥିଲେ । କମିଟି ସୂଚନା ମୁତାବକ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ପ୍ରଥମେ ଏକ ବୈଠକ ଅନୁଷ୍ଠିତ ହେବ । ପରେ କମିଟି ସଦସ୍ୟମାନେ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିବେ । ହେଲେ ରତ୍ନଭଣ୍ଡାର ଭିତରକୁ ପ୍ରବେଶ କରିବା ପୂର୍ବରୁ ଲୋକନାଥଙ୍କ ପୂଜାର୍ଚ୍ଚନା କରାଯିବ । ଏନେଇ ସମସ୍ତ କମିଟି ସଦସ୍ୟ ସାତ୍ୱିକ ଭୋଜନ କରୁଛନ୍ତି । ସେମାନେ ସେବାୟତଙ୍କ ଡ୍ରେସରେ ଭିତରକୁ ଯିବେ । ଏହି ସମୟରେ କମିଟି ସମସ୍ତ ଟିମର ସହଯୋଗ ନେବ । ଏହାସହ ରୋଚକ କଥା ହେଉଛି ରତ୍ନଭଣ୍ଡାର ଭିତରେ ସାପ ଥିବା କଥା କୁହାଯାଉଥିବା ବେଳେ ଏଥିରୁ ରକ୍ଷା ପାଇବା ପାଇଁ ସ୍ନେକ ହେଲପଲାଇନ ମଧ୍ୟ ସାଥିରେ ଯିବେ । ସେହିଭଳି ରତ୍ନଭଣ୍ଡାରରେ ପ୍ରବେଶ ପୂର୍ବରୁ ସେଠାରେ ଆଲୋକିକରଣର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Share