ଏଏମ୍‌ଏନ୍‌ଏସ୍‌କୁ ଏଚ୍‌ଏସ୍‌ଇ ଇନୋଭେଶନ୍‌ ଆଓ୍ବାର୍ଡ

ଭୁବନେଶ୍ୱର, ୪।୧୨ (ଅଭୟ ଦାଶ): ଆର୍ସେଲର ମିତ୍ତଲ ନିପନ୍‌ ଷ୍ଟିଲ (ଏଏମ୍‌ଏନ୍‌ଏସ୍‌) ଇଣ୍ଡିଆ ଲିମିଟେଡକୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି। ଉଲ୍ଲେଖଯୋଗ୍ୟ, ପୁଣେର ପ୍ରୋ-ଏମ୍‌ଏଫ୍‌ଜି ମିଡ଼ିଆ ଦ୍ୱାରା ଆୟୋଜିତ କ୍ୟୁୟୁପିଆଇଡି କନ୍‌ଫରେନ୍ସ ଆଣ୍ଡ ଆୱାର୍ଡ-୨୦୨୩ ସମାରୋହରେ ଏଏମ୍‌ଏନଏସ୍‌କୁ ଏଚ୍‌ଏସଇ ଇନୋଭେଶନ୍‌ ଆଓ୍ବାର୍ଡ-୨୦୨୩ ପ୍ରଦାନ କରାଯାଇଛି। ବିଶେଷ କରି ବୃହତ ପ୍ରକ୍ରିୟା ପ୍ଲାଣ୍ଟ ବର୍ଗରେ ଏଏମ୍‌ଏନଏସ୍‌ ଇଣ୍ଡିଆର ଓଡ଼ିଶା ଅପରେସନ୍ସକୁ ଉକ୍ତ ପୁରସ୍କାର ଦିଆଯାଇଛି। ଏପରିକି କମ୍ପାନୀର ଏହା ଏକ ଉଲ୍ଲେଖନୀୟ ସଫଳତା ହୋଇଥିବାବେଳେ ସମଗ୍ର ଭାରତର ୩୫୦ରୁ ଅଧିକ ଅନୁଷ୍ଠାନ ବିଭିନ୍ନ ବର୍ଗରେ ପ୍ରାୟ ୭୦୦ ନାମାଙ୍କନ କରିଥିଲେ।
ଏ ସମ୍ପର୍କରେ ଏଏମ୍‌ଏନଏସ୍‌ ଇଣ୍ଡିଆ ଏବଂ ଇଣ୍ଡୋନେସିଆର ହେଡ (ଏଚ୍‌ ଆଣ୍ଡ ଏସ୍‌) ସାରଙ୍ଗ ଅରୁଣ ମହାଜନ କହିଛନ୍ତି, ଆମେ ଶୂନ୍ୟ ଦୁର୍ଘଟଣା ପାଇଁ ପ୍ରତିଶ୍ରୁତିବଦ୍ଧ ରହିଛୁ। ଏପରିକି ଏଚଏସଇ ନୀତି ଓ ମାନଦଣ୍ଡର ଉନ୍ନତି ଉପରେ ଆମେ ବିଶେଷ ଧ୍ୟାନ ଦେବା ଜାରି ରଖିଛୁ। ସେହିଭଳି ଏଏମ୍‌ଏନଏସ୍‌ ଇଣ୍ଡିଆର ଓଡ଼ିଶା ଅପରେସନ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁରେଶା.ଜି କହିଛନ୍ତି, ଏଚ୍‌ଏସଇ ଇନୋଭେଶନ୍‌ ଆୱାର୍ଡ ପାଇ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହା ଏକ କର୍ମକ୍ଷେତ୍ର ଓ ସଂସ୍କୃତି ପ୍ରତିପାଦନ କରିବା ପାଇଁ ଆମର ଅଦମ୍ୟ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀଙ୍କ ବଡ଼ ଘୋଷଣା, ଏଣିକି ଶସ୍ତାରେ ବୁକ୍‌ କରିପାରିବେ ଟ୍ରେନ-ବସ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୯।୧୦: ଯଦି ଆପଣ ସବୁବେଳେ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି, ଆପଣଙ୍କ ପାଇଁ ଖୁସି ଖବର। ଶିଳ୍ପପତି ଗୌତମ ଆଦାନୀଙ୍କ କମ୍ପାନୀ ଦ୍ୱାରା ଏକ ଏପରି...

ତନିସ୍କର ସ୍ବତନ୍ତ୍ର ଅଫର୍‌: ସୁନା-ହୀରା ମୂଲ୍ୟରେ…

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଟାଟାର  ଗହଣା ରିଟେଲ ବ୍ରାଣ୍ଡ ତନିସ୍କ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୩ଟି  ନୂଆ ଷ୍ଟୋରର ଶୁଭାରମ୍ଭ କରିଛି। ଶୁକ୍ରବାର ଭୁବନେଶ୍ୱରର ପାତ୍ରପଡ଼ା ଓ...

୨୫ ରାଜ୍ୟ, ୧୩ ଦେଶର ଉତ୍ପାଦ ଗୋଟିଏ ସ୍ଥାନରେ

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦଶମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା- ୨୦୨୪ ଗୁପ୍ତା ଇଭେଣ୍ଟ ମ୍ୟାନେଜମେଣ୍ଟ ପକ୍ଷରୁ ଶୁକ୍ରବାର ଉଦ୍‌ଘାଟନ ହୋଇଯାଇଛି। ଏହି ମେଳାର...

ଓଡ଼ିଶାରେ ୧ ଲକ୍ଷ କୋଟି ନିବେଶ କରିବ ବେଦାନ୍ତ:୨ ଲକ୍ଷ ନୂଆ ନିଯୁକ୍ତି ଆଶା

ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ବେଦାନ୍ତ ଗତ ୨୦ ବର୍ଷ ମଧ୍ୟରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ କରିବା ସହ ରାଜ୍ୟରେ ୧ ଲକ୍ଷରୁ ଅଧିକ ନିଯୁକ୍ତି...

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri