ଜଙ୍ଗଲରେ ପଡ଼ିଛି ମଣିଷ ଖପୁରୀ,ହାଡ଼

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ପାଟପୁର ଥାନା ପଦ୍ମପୁର ପଞ୍ଚାୟତ ବୃନ୍ଦାବନପୁର ଗାଁ ଜଙ୍ଗଲରୁ ମଣିଷ ଖପୁରୀ, ହାଡ଼ ସାଇକେଲ  ଜବତ ହୋଇଛି। ଜଙ୍ଗଲରେ ମଣିଷ ଖପୁରୀ ଓ ହାଡ଼ ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି। ଏ ନେଇ ଅଧିକ ତଥ୍ୟ ଲାଗି ଛାନ୍‌ବିନ୍‌ ଚଲାଇଛି। ଘଟଣାକୁ ନେଇ ଗୁଣି ଗାରେଡ଼ି ସନ୍ଦେହ କରାଯାଉଛି।ଜବତ ଖପୁରି,ହାଡ଼ ଗୁଡ଼ିକୁ ଫରେନ୍ସିକ୍ ଲାବୋରେଟୋରୀକୁ ପଠାଯିବ ବୋଲି ଥାନା ଆଇଆଇସି ଅଜୟ କୁମାର ସ୍ବାଇଁ କହିଛନ୍ତି। ଥାନାରେ ପୂର୍ବରୁ ନିଖୋଜ ଥିବା ନେଇ ମାମଲା ଗୁଡ଼ିକୁ ଯାଞ୍ଚ  କରିବା ସହ ଏନେଇ ଗୁରୁତ୍ୱର ସହ ତଦନ୍ତ କରାଯିବ ବୋଲି ସେ କହିଛନ୍ତି।  ତେବେ ଜବତ ହୋଇଥିବା ସାଇକେଲଟି ଲେଡ଼ିସ ସାଇକେଲ ହୋଇଥିବା ହେତୁ ଖପୁରି ଏବଂ ହାଡ଼ ଗୁଡ଼ିକ ମଧ୍ୟ ଜଣେ ଯୁବତୀ ଙ୍କ ହୋଇଥିବା ସନ୍ଦେହ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri