ଭୁବନେଶ୍ୱର,୨୬।୭(ବ୍ୟୁରୋ): ଗୋପାଳପୁର ଓ ନବରଙ୍ଗପୁରର ଶତାଧିକ ଭାଜପା ଓ କଂଗ୍ରେସ କର୍ମୀ ଦଳ ଛାଡି ମଙ୍ଗଳବାର ବିଜେଡିରେ ଯୋଗ ଦେଇଛନ୍ତି । ରାଜ୍ୟ ଯୁବ ବିଜେଡି କାର୍ଯ୍ୟାଳୟରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ କର୍ମୀମାନେ ଦଳରେ ସାମିଲ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିର ମିଶିଥିବା ସେମାନେ କହିିଛନ୍ତି । ଏହି ମିଶ୍ରଣ ପର୍ବରେ ନବରଙ୍ଗପୁର ବିଧାୟକ ଓ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ ପ୍ରମୁଖ ଉପସ୍ଥିତ ଥିଲେ।