ବିଜେଡିରେ ଯାଜପୁରର ଶତାଧିକ ଭାଜପା କର୍ମୀ

ଭୁବନେଶ୍ୱର,୨୭ା୯(ଅନିଲ ଦାସ): ଯାଜପୁର ନିର୍ବାଚନମଣ୍ଡଳୀର ଭାଜପା ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୌମ୍ୟରଞ୍ଜନ ଧଳ ଏବଂ ଯାଜପୁର ଜିଲା ଭାଜପା ଯୁବମୋର୍ଚ୍ଚାର ସାଧାରଣ ସମ୍ପାଦକ ହୃଷୀକେଶ ମେକାପଙ୍କ ନେତୃତ୍ୱରେ ଶତାଧିକ ଭାଜପା କର୍ମକର୍ତ୍ତା ମଙ୍ଗଳବାର ଶଙ୍ଖଭବନଠାରେ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି। ଏହି ଅବସରରେ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ଗଣମାଧ୍ୟମ ସଂଯୋଜକ ପ୍ରିୟବ୍ରତ ମାଝି ଉପସ୍ଥିତ ରହି ସମସ୍ତ ଭାଜପା କର୍ମକର୍ତ୍ତାଙ୍କୁ ଉପଢୌକନ ଦେଇ ଦଳକୁ ସ୍ବାଗତ କରିଥିଲେ।
ଏହି ଅବସରରେ ଧଳ ଏବଂ ମେକାପ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟକ୍ରମ ଓ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି ା ଯାଜପୁର ଜିଲାରେ ଭାଜପା ଜିଲା ସଭାପତିଙ୍କ ମନମୁଖି କାର୍ଯ୍ୟ ଏବଂ ଦଳରେ କାମ କରିବାର ସୁଯୋଗ ମିଳୁ ନ ଥିବାରୁ କ୍ଷୋଭପ୍ରକାଶ କରି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଥିବା କହିଛନ୍ତି ା ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ, ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟ ସଭା ସଦସ୍ୟ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ମିଶ୍ରଣ ପର୍ବରେ ଭାଜପା ଛାଡି ବିଜେଡିରେ ମିଶିଥିବା କର୍ମକର୍ତ୍ତାମାନେ ହେଲେ ଯାଜପୁର ନିର୍ବାଚନମଣ୍ଡଳୀର ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ଉପସଭାପତି ମନୋରମା ମିଶ୍ର, ମାଳନ୍ଦାପୁର ଗ୍ରାମପଞ୍ଚାୟତର ୱାର୍ଡମେମ୍ବର ଅଶୋକ ଧଳ, ଶମ୍ଭୁନାଥ ଦାସ, ଭୁବନେଶ୍ୱରପୁର ଗ୍ରାମପଞ୍ଚାୟତର ସମ୍ପାଦକ ରଞ୍ଜନ କୁମାର ସ୍ବାଇଁ, ବେରୁଡ଼ା ମୋର୍ଚ୍ଚାର ସଦସ୍ୟ କାଞ୍ଚନବାଳା ସାମଲଙ୍କ ସହ ଶତାଧିକ କର୍ମକର୍ତ୍ତା ଓ କର୍ମୀ । ମୁଖପାତ୍ର ପ୍ରିୟବ୍ରତ ମାଝି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ମୁଖପାତ୍ର ତୁମ୍ବନାଥ ପଣ୍ଡା ଧନ୍ୟବାଦ ଦେଇଥିଲେ ା

Share